ଶପଥ ନେଲେ ନୂଆ ରାଜ୍ୟପାଳ ବ୍ରଜମୋହନ ରାମ

ଭୁବନେଶ୍ୱର, ୧୮।୧୦: ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ ରବିବାର ଶପଥ ଗ୍ରହଣ କରିଛନ୍ତି। ଭୁବନେଶ୍ୱରସ୍ଥିତ ଲୋକଭବନରେ ଆୟୋଜିତ ସମାରୋହରେ ହାଇକୋର୍ଟର ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ଥିଲେ।

ରାଜ୍ୟପାଳ ଭାବେ ବ୍ରଜମୋହନ ରାମଙ୍କ ନିଯୁକ୍ତି ଗତ ୧୨ ଅକ୍ଟୋବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପକ୍ଷରୁ ଘୋଷଣା କରାଯାଇଥିଲା। ସେ ପୂର୍ବତନ ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଇଛନ୍ତି। ଝାଡ଼ଖଣ୍ଡର ପଲାମୁ ଜିଲାର ବାସିନ୍ଦା ବ୍ରଜମୋହନ ରାମ ପୂର୍ବରୁ ତିନିଥର ଲୋକସଭା ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ରାଜ୍ୟପାଳ ଭାବେ ତାଙ୍କ ଦାୟିତ୍ୱ ଗ୍ରହଣ ସହ ଓଡ଼ିଶାରେ ନୂତନ ଅଧ୍ୟାୟ ଆରମ୍ଭ ହୋଇଛି।

Dharitri – Odisha’s No.1 Odia Daily

Share