ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତି

ଭୁବନେଶ୍ୱର,୧।୧: ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତି। ଓଡ଼ିଶାରେ ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ୩ ତାରିଖରେ ରାଜଭବନରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ରହିଛି। ହରି ବାବୁ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି । ସେ ୨୦୧୪ ଲୋକସଭା ନିର୍ବାଚନରେ ଆନ୍ଧ୍ର ପ୍ରଦେଶର ବିଶାଖାପଟନମ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ଭାରତୀୟ ଜନତା ପାର୍ଟିରୁ ନିର୍ବାଚନ ଲଢି ବିଜୟୀ ହୋଇଥିଲେ ହରି ବାବୁ । ସେ ଆନ୍ଧ୍ର ପ୍ରଦେଶ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମଧ୍ୟ ଥିଲେ । ହରି ବାବୁଙ୍କୁ ୨୦୨୧ ଜୁଲାଇ ୬ରେ ମିଜୋରାମର ରାଜ୍ୟପାଳ ଭାବେ ନିଯୁକ୍ତି କରିଥିଲେ ରାଷ୍ଟ୍ରପତି ।

୧୯୯୧ରୁ ୧୯୯୩ ପର୍ଯ୍ୟନ୍ତ ହରି ବାବୁ ଭାରତୀୟ ଜନତା ପାର୍ଟିର ଆନ୍ଧ୍ର ପ୍ରଦେଶ ରାଜ୍ୟ କାର୍ଯ୍ୟନିର୍ବାହୀ କମିଟିର ସଦସ୍ୟ ଥିଲେ। ପୁଣି ୧୯୯୩ରୁ ୨୦୦୩ ମଧ୍ୟରେ ଆନ୍ଧ୍ର ପ୍ରଦେଶର ସାଧାରଣ ସମ୍ପାଦକ ଭାବରେ କାର୍ଯ୍ୟ କରିଥିଲେ। ୧୯୯୯ରେ ହରି ବାବୁ ବିଶାଖାପାଟନମ୍ ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ। ୨୦୦୩ରେ ଆନ୍ଧ୍ରପ୍ରଦେଶ ବିଜେପିର ବିଧାନସଭାର ନେତା ଭାବେ ଦଳ ଦାୟିତ୍ଵ ଦେଇଥିଲା । ୨୦୧୪ ମାର୍ଚ୍ଚରେ ସେ ବିଜେପିର ରାଜ୍ୟ ସଭାପତି ଭାବରେ ନିର୍ବାଚିତ ହୋଇଥିଲେ ।

ସୂଚନାଯୋଗ୍ୟ, ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଅପ୍ରତ୍ୟାଶିତ ଭାବେ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି । ତାଙ୍କୁ ଅନ୍ୟ କୌଣସି ରାଜ୍ୟରେ ମଧ୍ୟ ନିଯୁକ୍ତି ମିଳିନାହିଁ । ଓଡ଼ିଶାର ରାଜ୍ୟପାଳ ଥିବା ସମୟରେ ତାଙ୍କ ପୁଅ ପୁରୀ ରାଜଭବନରେ ଜଣେ ଓଡ଼ିଆ ଏଏସ୍‌ଓ ଅଧିକାରୀଙ୍କୁ ନିର୍ମମ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା । ଏହାକୁ ନେଇ ଓଡ଼ିଶାର ନୂଆ ଭାଜପା ସରକାରଙ୍କୁ କାଠଗଡ଼ାକୁ ଟାଣିଥିଲେ ବିରୋଧୀ ବିଜେଡି ଏବଂ କଂଗ୍ରେସ । ଏପରିକି ରାଜ୍ୟପାଳଙ୍କ ଇସ୍ତଫା ଦାବି କରି ବିଧାନସଭାରେ ଅନେକ ଥର ହୋହଲ୍ଲା କରିଥିଲେ ବିରୋଧୀ ।

 


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri