ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତି

ଭୁବନେଶ୍ୱର,୧।୧: ଗୁରୁବାର ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ହରି ବାବୁ କମ୍ଭମ୍‌ପତି। ଓଡ଼ିଶାରେ ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ। ୩ ତାରିଖରେ ରାଜଭବନରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ରହିଛି। ହରି ବାବୁ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି । ସେ ୨୦୧୪ ଲୋକସଭା ନିର୍ବାଚନରେ ଆନ୍ଧ୍ର ପ୍ରଦେଶର ବିଶାଖାପଟନମ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ଭାରତୀୟ ଜନତା ପାର୍ଟିରୁ ନିର୍ବାଚନ ଲଢି ବିଜୟୀ ହୋଇଥିଲେ ହରି ବାବୁ । ସେ ଆନ୍ଧ୍ର ପ୍ରଦେଶ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମଧ୍ୟ ଥିଲେ । ହରି ବାବୁଙ୍କୁ ୨୦୨୧ ଜୁଲାଇ ୬ରେ ମିଜୋରାମର ରାଜ୍ୟପାଳ ଭାବେ ନିଯୁକ୍ତି କରିଥିଲେ ରାଷ୍ଟ୍ରପତି ।

୧୯୯୧ରୁ ୧୯୯୩ ପର୍ଯ୍ୟନ୍ତ ହରି ବାବୁ ଭାରତୀୟ ଜନତା ପାର୍ଟିର ଆନ୍ଧ୍ର ପ୍ରଦେଶ ରାଜ୍ୟ କାର୍ଯ୍ୟନିର୍ବାହୀ କମିଟିର ସଦସ୍ୟ ଥିଲେ। ପୁଣି ୧୯୯୩ରୁ ୨୦୦୩ ମଧ୍ୟରେ ଆନ୍ଧ୍ର ପ୍ରଦେଶର ସାଧାରଣ ସମ୍ପାଦକ ଭାବରେ କାର୍ଯ୍ୟ କରିଥିଲେ। ୧୯୯୯ରେ ହରି ବାବୁ ବିଶାଖାପାଟନମ୍ ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ। ୨୦୦୩ରେ ଆନ୍ଧ୍ରପ୍ରଦେଶ ବିଜେପିର ବିଧାନସଭାର ନେତା ଭାବେ ଦଳ ଦାୟିତ୍ଵ ଦେଇଥିଲା । ୨୦୧୪ ମାର୍ଚ୍ଚରେ ସେ ବିଜେପିର ରାଜ୍ୟ ସଭାପତି ଭାବରେ ନିର୍ବାଚିତ ହୋଇଥିଲେ ।

ସୂଚନାଯୋଗ୍ୟ, ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ଅପ୍ରତ୍ୟାଶିତ ଭାବେ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି । ତାଙ୍କୁ ଅନ୍ୟ କୌଣସି ରାଜ୍ୟରେ ମଧ୍ୟ ନିଯୁକ୍ତି ମିଳିନାହିଁ । ଓଡ଼ିଶାର ରାଜ୍ୟପାଳ ଥିବା ସମୟରେ ତାଙ୍କ ପୁଅ ପୁରୀ ରାଜଭବନରେ ଜଣେ ଓଡ଼ିଆ ଏଏସ୍‌ଓ ଅଧିକାରୀଙ୍କୁ ନିର୍ମମ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା । ଏହାକୁ ନେଇ ଓଡ଼ିଶାର ନୂଆ ଭାଜପା ସରକାରଙ୍କୁ କାଠଗଡ଼ାକୁ ଟାଣିଥିଲେ ବିରୋଧୀ ବିଜେଡି ଏବଂ କଂଗ୍ରେସ । ଏପରିକି ରାଜ୍ୟପାଳଙ୍କ ଇସ୍ତଫା ଦାବି କରି ବିଧାନସଭାରେ ଅନେକ ଥର ହୋହଲ୍ଲା କରିଥିଲେ ବିରୋଧୀ ।

 


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri