ପୁରୀରେ ପହଞ୍ଚିଲେ ନୂଆ ରାଜ୍ୟପାଳ, ୩୧ରେ ନେବେ ଶପଥ

ଭୁବନେଶ୍ୱର, ୩୦।୧୦(ଅସମାପିକା ସାହୁ): ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ ଆଗାମୀ ୩୧ ତାରିଖରେ ଶପଥ ଗ୍ରହଣ କରିବେ। ସୂଚନାନୁସାରେ, ନୂଆ ରାଜ୍ୟପାଳ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ଭୁବନେଶ୍ବରରେ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କରିବା ପରେ ରାଜ୍ୟପାଳ ଭାବେ ଶପଥ ନେବେ। ରବିବାର ନୂଆ ରାଜ୍ୟପାଳ ଝାଡ଼ଖଣ୍ଡରୁ ଓଡ଼ିଶା ଅଭିମୁଖେ ବାହାରିଥିଲେ। ସେ ରବିବାର ସନ୍ଧ୍ୟା ୭ଟା ୪୦ରେ ତାଙ୍କ ଜାମସେଦପୁରସ୍ଥିତ ବାସଭବନରୁ କାର୍‌ ଯୋଗେ ଟାଟାନଗର ଜଙ୍କସନ୍‌ ଅଭିମୁଖେ ଆସିଥିଲେ। ସେଠାରୁ ରାତି ୮ଟା ୫ରେ ପୁରୁଷୋତ୍ତମ ଏକ୍ସପ୍ରେସ୍‌ରେ ପୁରୀ ଅଭିମୁଖେ ବାହାରିଥିଲେ। ସୋମବାର ଭୋର୍‌ ୫ଟା ୨୫ରେ ପୁରୀ ରେଳ ଷ୍ଟେଶନରେ ପହଞ୍ଚିଛନ୍ତି। ଏହାପରେ ପୁରୀ ରାଜଭବନକୁ ଯିବେ। ସେଠାରୁ ପୂର୍ବାହ୍ନ ୧୦ଟାରେ ଜଗନ୍ନାଥ ଦର୍ଶନ ପାଇଁ ଶ୍ରୀମନ୍ଦିର ଯିବେ। ମନ୍ଦିରରେ ପ୍ରାୟ ୧ଘଣ୍ଟା ପୂଜାର୍ଚ୍ଚନା କରି ପୁଣି ପୁରୀ ରାଜଭବନକୁ ଫେରିବେ। ସେଠାରୁ ଅପରାହ୍ନ ୧୨ଟା ୧୫ରେ ଭୁବନେଶ୍ବରସ୍ଥିତ ରାଜଭବନ ଅଭିମୁଖେ ଆସିବେ। ଏଠାରେ ସୋମବାର ରାତ୍ରିଯାପନ କରିବେ। ମଙ୍ଗଳବାର ସକାଳ ୮ଟା ୪୫ରେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପାଇଁ ଯିବେ। ସେଠାରେ ବି ପ୍ରାୟ ୧ଘଣ୍ଟା କାଳ ପୂଜାର୍ଚ୍ଚନା କରିବା ପରେ ରାଜଭବନ ଅଭିମୁଖେ ଫେରିବେ। ଏହାପରେ ପୂର୍ବାହ୍ନ ୧୧ଟା ୪୫ରେ ରାଜଭବନର ନୂଆ ହଲ୍‌ରେ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri