ଭୁବନେଶ୍ୱର,୬।୯: ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ (ଜେଏସ୍ଏଲ୍)କୁ ନିକଟରେ ବ୍ୟୁରୋ ଅଫ୍ ଇଣ୍ଡିଆନ୍ ଷ୍ଟାଣ୍ଡାର୍ଡ (ବିଆଇଏସ୍)ର ନୂତନ ଗ୍ରେଡ୍ ସାର୍ଟିଫିକେଶନ ଦିଆଯାଇଛି। ବିଶେଷକରି ବିଭିନ୍ନ ଉତ୍ପାଦ ପାଇଁ ଗୁଣବତ୍ତା ଏବଂ ପ୍ରମାଣୀକରଣ ମାନ ନିର୍ଦ୍ଧାରଣ କରୁଥିବା ବିଆଇଏସ୍ ଆଇଏସ୍ ୧୫୯୯୭ ମାନକ ଅନୁଯାୟୀ ତିନୋଟି ଗ୍ରେଡ୍ ଏନ୍୫, ଏନ୍୬, ଏବଂ ଏନ୍୭’ର ସର୍ବଭାରତୀୟ ପ୍ରଚଳନ କରିଛନ୍ତି, ଯାହାକି ବାସନକୁସନ ଏବଂ ରୋଷେଇ ସାମଗ୍ରୀ ଆଦିରେ ବ୍ୟବହୃତ ହେଉଥିବା ଷ୍ଟେନ୍ଲେସ୍ ଷ୍ଟିଲ୍ ପାଇଁ ବିଶେଷ ଭାବେ ଉଦ୍ଦିଷ୍ଟ ହୋଇଥାଏ ବୋଲି ବିଆଇଏସ୍ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ଜେଏସ୍ଏଲ୍ର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ କହିଛନ୍ତି, ବାସନକୁସନ ଏବଂ ରୋଷେଇ ସାମଗ୍ରୀ ପାଇଁ ଏହି ନୂତନ ଗ୍ରେଡ୍ ଅନ୍ତର୍ଭୁକ୍ତ କରିବା ବେଶ୍ ଉତ୍ସାହଜନକ ହୋଇଥିବାବେଳେ ବିଆଇଏସ୍ର ନିଷ୍ପତ୍ତି ଗ୍ରାହକଙ୍କ ସ୍ବାସ୍ଥ୍ୟ ତଥା ସ୍ବଚ୍ଛତାକୁ ପ୍ରୋତ୍ସାହିତ କରିବା ଦିଗରେ ଏକ ସକାରାତ୍ମକ ପଦକ୍ଷେପ ହେବ। ଏପରିକି ଏହି ଗୁଣାତ୍ମକ ଉତ୍ପାଦନ ବିପ୍ଳବରେ ଜିନ୍ଦଲ ଷ୍ଟେନ୍ଲେସ୍ ସର୍ବଦା ଆଗରେ ରହି ଆସିଛି।
ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ
ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…
ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍ ଦେଖି ଅଟକିଗଲା ସମସ୍ତଙ୍କ ନଜର
ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…
ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ
ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…
ବନ୍ଦ ହେଲା ହୀରାକୁଦର ୬ ଗେଟ୍, ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…
ସଭା କଲେ ନାଁ ନେଲେନି
ଭୁବନେଶ୍ୱର, ୨୯।୯(ସୁନିତ୍ ମିଶ୍ର): ଏମ୍ଏମ୍ଡିଆର୍ ସଂଶୋଧନ ବିଲ୍ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…
ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…
ମୁମ୍ବାଇ,୨୯।୯: ବଲିଉଡ୍ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…
ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…
ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…
ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ
ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

