ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ: ଗ୍ରାମୀଣ ରୋଜଗାର ନୂଆ ଗ୍ୟାରେଣ୍ଟି

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜନସମ୍ମିଳନୀ ଓ ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ଅଧ୍ୟକ୍ଷତା କରି ଆଜି ଏକ ଖୁସିର ଦିନ ଗ୍ରାମାଞ୍ଚଳର ଭିତ୍ତିଭୂମିର ବିକାଶ ନିମନ୍ତେ ଭିବିଜୀ-ରାମଜୀ ଶୁଭ ଆରମ୍ଭ ହୋଇଯାଇଛି। ଗ୍ରାମୀଣ ରୋଜଗାର ନୂଆ ଗ୍ୟାରେଣ୍ଟି। ଏହାଦ୍ୱାରା ପ୍ରତ୍ୟେକ ଗ୍ରାମୀଣ ପରିବାର ପ୍ରତିବର୍ଷ ଅତି କମ୍‌ରେ ୧୨୫ ଦିନ ପାଇଁ ନିଶ୍ଚିତ କର୍ମ ନିଯୁକ୍ତି ପାଇପାରିବେ ବୋଲି ସେ କହିଥିଲେ।

ସେହିପରି ଗଞ୍ଜାମ ଜିଲା ପରିଷଦର ସିଡିଓ ସମୀର କୁମାର ଜେନା କାର୍ଯ୍ୟକ୍ରମକୁ ସଂଯୋଜନା କରିବା ସହିତ ସ୍ବାଗତ ଜଣାଇଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର, ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ଅତିଥି ଭାବେ ଯୋଗଦେଇ ଗ୍ରାମାଞ୍ଚଳରେ ରୋଜଗାର ସୁଯୋଗ ସୃଷ୍ଟି, ଗ୍ରାମ୍ୟ ଅର୍ଥନୀତି ଓ ଜୀବନଶୈଳୀରେ ଉନ୍ନତି ସହ ମୌଳିକ ଭିତ୍ତିଭୂମିର ବିକାଶକୁ ଆହୁରି ଗତିଶୀଳ କରିବାରେ ଏହି ଯୋଜନା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ‘ବିକଶିତ ଭାରତ’ ସଂକଳ୍ପ ସାକାର କରିବା ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ସମୃଦ୍ଧ, ସଶକ୍ତ ଓ ଆତ୍ମନିର୍ଭରଶୀଳ ଓଡ଼ିଶା ଗଠନ ଦିଗରେ ଏହା ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହେବ। ଏହା ସହିତ ଗାଁର ବିକାଶ ହେଲେ ସହର ଏବଂ ଦେଶର ବିକାଶ ହେବ ବୋଲି ସେମାନେ କହିଥିଲେ। ଏହି ଯୋଜନା ଅଧୀନରେ ଗଞ୍ଜାମ ଜିଲାର ୮୧ଟି ପ୍ରକଳ୍ପ ରଖାଯାଇଛି। ଏହି ଅବସରରେ ସଫଳ ହିତାଧିକାରୀଙ୍କୁ ଗ୍ରାମୀଣ ରୋଜଗାର ଗ୍ୟାରେଣ୍ଟି କାର୍ଡ ପ୍ରଦାନ କରାଯାଇଥିଲା। ଏହି ଅବସରରେ ବହୁ ଜନପ୍ରତିନିଧି, ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ଅଧିକାରୀମାନେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାର୍ବଣକୁ ନେଇ ଆନନ୍ଦପୁରରେ କଡ଼ା ସୁରକ୍ଷା: ନାକା ଡ୍ୟୁଟିରେ ପୋଲିସଙ୍କ ସହ ସାମିଲ ହେଲେ ଉପଜିଲାପାଳ

ବଞ୍ଚୋ, ୩/୧୦ (ପ୍ରଦୋଷ ବିଶ୍ୱାଳ): ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଆନନ୍ଦପୁର ଅଞ୍ଚଳରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…

ଫୁଟବଲରେ କର୍ଲାମୁଣ୍ଡା ବ୍ଲକ ଚାମ୍ପିୟନ, ୩ ଖେଳାଳି ରାଜ୍ୟସ୍ତରକୁ ମନୋନୀତ

କର୍ଲାମୁଣ୍ଡା,୩।୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲ୍ଲାସ୍ତରୀୟ ବିଦ୍ୟାଳୟ ଖେଳକୁଦ ପ୍ରତିଯୋଗିତାରେ କର୍ଲାମୁଣ୍ଡା ବ୍ଲକକୁ ମିଳିଛି ବଡ଼ ସଫଳତା। ୧୭ ବର୍ଷରୁ କମ ବର୍ଗର ଫୁଟବଲ ପ୍ରତିଯୋଗିତାରେ କର୍ଲାମୁଣ୍ଡା…

ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିଲା ୪ ଲକ୍ଷ ଟଙ୍କାର ସହାୟତା

ଗଞ୍ଜାମ, ୩/୧୦ (ଅନାଥ ତରାଇ): ଦୁର୍ଘଟଣାରେ ଅକାଳରେ ପ୍ରାଣ ହରାଇଥିବା ଗଞ୍ଜାମ ଏନ୍‌ଏସି ସାମନ୍ତରା ସାହିର ଅନିଲ ମହାପାତ୍ରଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୪ ଲକ୍ଷ…

କନ୍ଧମାଳ ଏମ୍‌ପିଙ୍କ ନୂଆ ପ୍ରତିନିଧି ନିଯୁକ୍ତି: ଜାଣନ୍ତୁ କାହାକୁ କେଉଁ ଦାୟିତ୍ବ …

ଦାରିଙ୍ଗବାଡ଼ି, ୩/୧୦ (ଅରୁଣ ସାହୁ): କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ତାଙ୍କ ପ୍ରତିନିଧି ମଣ୍ଡଳ ପାଇଁ ଜିଲା ପ୍ରଶାସନକୁ ନାମ ତାଲିକା ପଠାଇଥିବା ଜଣାପଡ଼ିଛି। ସେ…

ସ୍କୁଲ ଛାତ୍ରଙ୍କ ମଧ୍ୟରେ ହିଂସା: ଅଣଛାତ୍ରଙ୍କ ସହାୟତାରେ ଦୁଇ ଛାତ୍ରଙ୍କୁ ମାଡ଼, ଲହୁଲୁହାଣ

ବ୍ରହ୍ମପୁର, ୩।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ଭଲ ପାଠ ପଢ଼ି ଭବିଷ୍ୟତ ଗଢ଼ିବାକୁ ସ୍ୱପ୍ନ ଦେଖିବା ବଦଳରେ ଏବେ ସ୍କୁଲରେ ହିଂସା ଭଳି ଘଟଣା ଦେଖିବାକୁ ମିଳୁଛି।…

ଖୁଦୁରୁକୁଣୀ ଭସାଣି ବେଳେ ଏସ୍‌ଆଇଙ୍କୁ ଆକ୍ରମଣ: ଡିଜେ ବଜାଇବାକୁ….

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଚଉମୁଇଁରେ ଖୁଦୁରୁକୁଣୀ ଭସାଣି ବେଳେ ଡିଜେ ବଜାଇବାକୁ ବିରୋଧ କରିବାରୁ ଏସ୍‌ଆଇ କଳ୍ପତ୍ତରୁ ନାୟକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?