ସମ୍ପୂର୍ଣ୍ଣ ଉଠିଲାନି, ଆଂଶିକ କୋହଳ ହେଲା ଲକ୍‌ଡାଉନ୍‌; ଜାଣନ୍ତୁ ହେଲା କି ପରିବର୍ତ୍ତନ..

ଭୁବନେଶ୍ୱର,୧୬।୬(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଲକଡାଉନ୍‌ କଟକଣାକୁ ଆଂଶିକ କୋହଳ କରାଯାଇଛି। ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ସଂକ୍ରମଣ ୫% ତଳକୁ ଆସିଛି। ଏଣୁ ଗୁରୁବାର ସକାଳ ୫ଟା ପରଠାରୁ ଲକ୍‌ଡାଉନ୍‌ ଆଂଶିକ ଲାଗୁ ରହିବ। ଜୁଲାଇ ୧ ତାରିଖ ସକାଳ ୫ଟା ଯାଏ ଆଂଶିକ ଲକ୍‌ଡାଉନ୍‌ ବଳବତ୍ତର ରହିବ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବୁଧବାର ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ସଚିବ କହିଛନ୍ତି, ଓଡ଼ିଶାର ଜିଲାକୁ ରାଜ୍ୟ ସରକାର ୨ଟି ଭାଗରେ ବିଭକ୍ତ କରିଛନ୍ତି। ୫% କମ୍‌ ସଂକ୍ରମଣ ଥିବା ପଶ୍ଚିମ, ଦକ୍ଷିଣ ଓଡ଼ିଶା ଜିଲାଗୁଡ଼ିକୁ କାଟାଗୋରୀ ଏରେ ରଖାଯାଇଛି। ଏସବୁ ଜିଲାରେ ସକାଳ ୬ଟାରୁ ସଂଧ୍ୟା ୫ଟା ଯାଏ ଦୋକାନ ଖୋଲାଯାଇପାରିବ। ହେଲେ ମଲ୍‌, ଜିମ୍‌, ସେଲୁନ୍‌, ସ୍ପା ଆଦି ପୂର୍ବପରି ବନ୍ଦ ରହିବ। ଉଠାଦୋକାନୀମାନେ ରାସ୍ତାକଡ଼ରେ ଖାଦ୍ୟ ଜିନିଷ ବିକ୍ରି କରିପାରିବେ। ସେହିଭଳି ଅବିଭକ୍ତ କଟକ, ପୁରୀ, ବାଲେଶ୍ୱର ଆଦି ଜିଲା କାଟାଗୋରୀ ବି’ରେ ଅନ୍ତର୍ଭୁକ୍ତ କରାଯାଇଛି। ଏସବୁ ଜିଲାରେ ସକାଳ ୬ରୁ ଦିନ ୧ଟା ଯାଏ ଦୋକାନ ଖୋଲା ରହିବ। ଏସବୁ ଜିଲାରେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବ। ନିର୍ମାଣ ସାମଗ୍ରୀ ଦୋକାନ, ଇଲେକ୍ଟି ଦୋକାନ, ସ୍ବାସ୍ଥ୍ୟସେବା ସମ୍ପର୍କିତ ଦୋକାନ, କୃଷି ଉପକରଣ ଦୋକାନ ଆଦି ଖୋଲା ରହିବ। ଏଥିସହ ଦୁଗ୍ଧ ଚାଷୀଙ୍କ ହିତ ଲାଗି ସାରା ରାଜ୍ୟରେ ମିଠା ଦୋକାନ ମଧ୍ୟ ଖୋଲିପାରିବ। ସକାଳ ୬ଟା ୯ଯାଏ ସାରା ରାଜ୍ୟରେ ମର୍ଣ୍ଣିଂ ଓ୍ବାକ୍‌ ପାଇଁ ଅନୁମତି ରହିବ। ମର୍ଣ୍ଣିଂ ଓ୍ବାକ, ଜଗିଂ, ସାଇକେଲିଂ କରିପାରିବେ, ପାର୍କ ବନ୍ଦ ରହିବେ। ହେଲେ ନାଇଟ୍‌ କର୍ଫ୍ୟୁ ଏବଂ ସପ୍ତାହାନ୍ତ ସଟ୍‌ଡାଉନ୍‌ ପୂର୍ବଭଳି ବଳବତ୍ତର ରହିବ। ବିବାହ, ବ୍ରତଘର ପାଇଁ ଥିବା କଟକଣା ପୂର୍ବଭଳି ରହିବ। ସିନେମାହଲ, ସେଲୁନ ଏବଂ ସ୍ପା ଆଦି ସାରା ରାଜ୍ୟରେ ବନ୍ଦ ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

୫ ସେପ୍ଟେମ୍ବର CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ବଢିଲା ସରକାରଙ୍କ ଚିନ୍ତା, ଖୁସିହେଲେ ଦୀପକେ

ନୂଆଦିଲ୍ଲୀ,୩୧।୮: କକରୋଚ ଜନତା ପାର୍ଟି (CJP) ପକ୍ଷରୁ ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ପୁଣି ଏକ ବିରୋଧ ମାର୍ଚ୍ଚ ଆୟୋଜନ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରସ୍ତାବିତ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

୬ ମାସର ପାରିଶ୍ରମିକ ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ

ଖଡ଼ିଆଳ, ୩୧।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀଙ୍କ ୬ ମାସର ଆର୍ଥିକ ସହାୟତା ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri