ହସ୍ପିଟାଲ ପାଇଁ ନୂଆ ନିର୍ଦ୍ଦେଶନାମା: ପ୍ରତି ହସ୍ପିଟାଲରେ ସ୍ବତନ୍ତ୍ର ଫିଭର କ୍ଲିନିକ୍‌

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ଦ୍ରୁତ ଗତିରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ପାଖାପାଖି ପହଞ୍ଚତ୍ଥିବାବେଳେ ଏବେ ଏହି ଲଢ଼େଇରେ ସାମିଲ୍‌ ହୋଇଥିବା ବହୁ ଆଗଧାଡ଼ିର ଯୋଦ୍ଧା ଡାକ୍ତର, ନର୍ସ ଓ ଅନ୍ୟ କର୍ମଚାରୀ ସଂକ୍ରମିତ ହେବାରେ ଲାଗିଛନ୍ତି। ସରକାରଙ୍କ ନିର୍ଦ୍ଦେଶନାମାକୁ ଠିକ୍‌ ଭାବେ ପାଳନ କରାଯାଉ ନ ଥିବାରୁ ହସ୍ପିଟାଲରେ ସଂକ୍ରମଣ ବଢୁଥିବା ଜଣାପଡିଛି। ରାଜ୍ୟର ବିଭିନ୍ନ ଘରୋଇ ଓ ସରକାରୀ ହସ୍ପିଟାଲର ଡାକ୍ତର ଓ କର୍ମଚାରୀ ସଂକ୍ରମଣର ଶିକାର ହୋଇଛନ୍ତି। ବିଶେଷକରି ଭୁବନେଶ୍ୱରସ୍ଥିତ ବ୍ଲୁ ହୁଇଲ୍‌ ଘରୋଇ ହସ୍ପିଟାଲରେ ୨୭ରୁ ଊର୍ଦ୍ଧ୍ୱ କର୍ମଚାରୀ କରୋନାରେ ଆକ୍ରାନ୍ତ ହେବା ପରେ ଚିନ୍ତା ବଢ଼ିଛି। ଏହାକୁ ନେଇ ରାଜ୍ୟ ସରକାର ଉଦ୍‌ବେଗ ପ୍ରକାଶ କରିବା ସହ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ନୂଆ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିସହ ସମସ୍ତ ନିୟମ କଡ଼ାକଡ଼ି ପାଳନ କରିବାକୁ ଉଭୟ ସରକାରୀ ଓ ଘରୋଇ ହସ୍ପିଟାଲକୁ ନିର୍ଦ୍ଦେଶ ଦିଆଯାଇଛି।
ତେବେ ଏହି ନିର୍ଦ୍ଦେଶନାମା ସଂକ୍ରାନ୍ତରେ ଡିଏମ୍‌ଇଟି ପକ୍ଷରୁ ବିସ୍ତୃତ ସୂଚନା ଦିଆଯାଇଛି। ପ୍ରତ୍ୟେକ ହସ୍ପିଟାଲ କୋଭିଡ୍‌-୧୯ ଓ ଅଣକୋଭିଡ୍‌ ଚିକିତ୍ସାରେ ନିୟୋଜିତ ସ୍ବାସ୍ଥ୍ୟ କର୍ମୀଙ୍କ ପାଇଁ ଆବଶ୍ୟକ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବେ। ପ୍ରତ୍ୟେକ ହସ୍ପିଟାଲ କର୍ତ୍ତୃପକ୍ଷ ସ୍ବତନ୍ତ୍ର ଫିଭର କ୍ଲିନିକ୍‌ ଖୋଲିବେ। ହସ୍ପିଟାଲ ମଧ୍ୟରେ ସନ୍ଦିଗ୍ଧ ବା ଚିହ୍ନଟ କୋଭିଡ୍‌ ରୋଗୀଙ୍କ ଚିକିତ୍ସା ପାଇଁ ଏକ ପୃଥକୀକୃତ ଅଞ୍ଚଳ ନିରୂପଣ କରିବେ। ଏଠାରେ କାର୍ଯ୍ୟରତ କର୍ମଚାରୀ ହସ୍ପିଟାଲର ଅନ୍ୟ ସ୍ଥାନରେ ନିୟୋଜିତ ହେବେ ନାହିଁ। ସମସ୍ତ କର୍ମଚାରୀଙ୍କୁ କରୋନା ସଂକ୍ରମଣ ଓ ପ୍ରତିଷେଧ ମୂଳକ ପଦକ୍ଷେପ ସମ୍ପର୍କରେ ୭ଦିନ ମଧ୍ୟରେ ପ୍ରଶିକ୍ଷଣ ଦେବେ। ପ୍ରଶିକ୍ଷଣ ସମ୍ପୂର୍ଣ୍ଣ ହେବା ପରେ ସେ ସଂକ୍ରାନ୍ତ ପ୍ରମାଣପତ୍ର ଦାଖଲ କରିବେ। ସମସ୍ତ ଘରୋଇ ହସ୍ପିଟାଲ ସେମାନଙ୍କ ନୋଡାଲ ଅଫିସରଙ୍କ ନାମ, ଫୋନ୍‌ ନମ୍ବର ଓ ଇ-ମେଲ୍‌ ଠିକଣା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ନିକଟରେ ଦାଖଲ କରିବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri