Posted inରାଜ୍ୟ

ଏନ୍‌ଆଇଟି, ଆଇଆଇଆଇଟି ନାମଲେଖା ପାଇଁ ନୂଆ ଗାଇଡ୍‌ଲାଇନ

ଭୁବନେଶ୍ୱର, ୧୨।୧(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଏନ୍‌ଆଇଟି, ଆଇଆଇଆଇଟି ଏବଂ ସିଏଫ୍‌ଟିଆଇରେ ନାମଲେଖା ପାଇଁ ନୂଆ ଗାଇଡ୍‌ଲାଇନ ଆଣିଛି। ନୂଆ ନିୟମାନୁସାରେ, ଦ୍ବାଦଶ ପରୀକ୍ଷାରେ ୭୫ ପ୍ରତିଶତ ନମ୍ବର ରଖିଥିଲେ ନାମଲେଖା ପାଇଁ ଅନୁମତି ମିଳିବ। ଏହାଛଡ଼ା ଦ୍ବାଦଶ ପରୀକ୍ଷାରେ ଟପ୍‌ ୨୦ରେ ରହିଥିବା ଛାତ୍ରୀଛାତ୍ର ମଧ୍ୟ ନାମ ଲେଖାଇପାରିବେ। ଏନ୍‌ଆଇଟି, ଆଇଆଇଆଇଟି ଏବଂ ସିଏଫ୍‌ଟିଆଇରେ ନାମଲେଖା ମାନଦଣ୍ଡରେ ପରିବର୍ତ୍ତନ ଲାଗି ଦୀର୍ଘଦିନ ଧରି ଦାବି ହେଉଥିବାବେଳେ ଏନ୍‌ଟିଏ ଏଥିରେ ସଂଶୋଧନ କରିଛି। ଜେଇଇ ମେନ୍‌ ର଼୍ୟାଙ୍କ ଆଧାରରେ ନାମ ଲେଖାଉଥିବା ଛାତ୍ରୀଛାତ୍ରଙ୍କ ପାଇଁ ଏହି ଯୋଗ୍ୟତା ଭିତ୍ତିକ ସର୍ତ୍ତ ରଖାଯାଇଛି। ସାଧାରଣ ବର୍ଗର ଛାତ୍ରୀଛାତ୍ରଙ୍କ ପାଇଁ ଦ୍ବାଦଶ ପରୀକ୍ଷାରେ ୭୫ ପ୍ରତିଶତ ନମ୍ବର ରଖିବା ବାଧ୍ୟତାମୂଳକ ହୋଇଥିବାବେଳେ ଅନୁସୂଚିତ ଜାତି/ଜନଜାତି ପିଲାଙ୍କ ପାଇଁ ଏହା ୬୫ ପ୍ରତିଶତ ରହିଛି। ଯଦି କୌଣସି ଛାତ୍ରୀଛାତ୍ର ଜେଇଇ(ମେନ୍‌)-୨୦୨୩ ସେସନ-୧ ପାଇଁ ଆବେଦନବେଳେ ଅସୁବିଧାର ସମ୍ମୁଖୀନ ହୁଅନ୍ତି, ତେବେ ସେମାନେ ଫୋନ୍‌ ନଂ.୦୧୧-୪୦୭୫୯୦୦୦/୦୧୧-୬୯୨୨୭୭୦୦ କିମ୍ବା jeemain@nta.ac.in ଇମେଲ ଆଇଡି ଜରିଆରେ ଯୋଗାଯୋଗ କରିପାରିବେ ବୋଲି ଏନ୍‌ଟିଏ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri