ପାର୍ବଣ ଲାଗି ଆସିବ ନୂଆ ଗାଇଡ୍‌ଲାଇନ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଭୟ ଓ ଆଶଙ୍କା ଲାଗି ରହିଥିବାବେଳେ ଆଗକୁ ଆସୁଛି ପାର୍ବଣ। ରାଜ୍ୟରେ ପାର୍ବଣ ଭିଡ଼ ଅଧିକ ରହୁଥିବାରୁ ସଂକ୍ରମଣ ବୃଦ୍ଧିର ସମ୍ଭାବନା ରହିଛି। ଇତିମଧ୍ୟରେ ଦେଶର କେତେକ ରାଜ୍ୟରେ ସଂକ୍ରମଣ ହଠାତ୍‌ ବଢ଼ିଯାଇଥିବାରୁ ତାହା ତୃତୀୟ ଲହର ବୋଲି କୁହାଯାଉଛି। ତେବେ ଓଡ଼ିଶାରେ ସେ ପରିସ୍ଥିତି ସୃଷ୍ଟି ହୋଇ ନ ଥିବାବେଳେ ଶିଶୁ ଓ କିଶୋର ଆକ୍ରାନ୍ତ ହେବା ଏବଂ ଦୁଇଦିନରେ ୩ ଆକ୍ରାନ୍ତ ଶିଶୁଙ୍କ ମୃତ୍ୟୁ ଘଟିବା ଚିନ୍ତା ବଢ଼ାଇ ଦେଇଛି। ଏପରିସ୍ଥିତିରେ ତୃତୀୟ ଲହରରେ ସଂକ୍ରମଣ ପିକ୍‌ ବଢ଼ିପାରେ ବୋଲି ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ତେବେ ପାର୍ବଣରେ ସଂକ୍ରମଣ ବୃଦ୍ଧି ଆଶଙ୍କା ରହିଥିବାରୁ ଏ ସମ୍ପର୍କରେ ସେ କହିଛନ୍ତି, ଭାରତ ସରକାରଙ୍କ ପକ୍ଷରୁ ପାର୍ବଣରେ କଟକଣା ଜାରି ରଖିବା ପାଇଁ କୁହାଯାଇଛି। ରାଜ୍ୟ ସରକାର ଏହା ଉପରେ ନଜର ରଖିଛନ୍ତି। ଠିକ୍‌ ସମୟରେ ପାର୍ବଣ ପାଇଁ ନୂଆ ଗାଇଡ୍‌ଲାଇନ ଆସିବ। ଏହାଛଡ଼ା ଆମେ ସର୍ଭିଲାନ୍ସ ଓ କଣ୍ଟାକ୍ଟ ଟ୍ରେସିଂ ଜାରି ରଖିଛୁ। ଦ୍ୱିତୀୟ ଲହରରେ ପିକ୍‌ରେ ଆନୁମାନିକ ୧୦ ହଜାର ପର୍ଯ୍ୟନ୍ତ ଯାଇଛୁ। ଏବେ ସ୍ଥିତି ଭଲ ଅଛି। ଆକଳନ ଅନୁସାରେ ତୃତୀୟ ଲହର ଲାଗି ଆମେ ପ୍ରସ୍ତୁତ ରହିଛୁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri