ବ୍ରାହ୍ମଣୀଗାଁ ଥାନାରେ ଯୋଗ ଦେଲେ ନୂଆ ଆଇଆଇସି, କହିଲେ ଆପରାଧିକ ନିୟନ୍ତ୍ରଣ ତାଙ୍କ ପାଇଁ…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନାରେ ନୂଆ ଆଇଆଇସି ଭାବେ ବିଜୟ କୁମାର ହାଇବୁରୁ ଗୁରୁବାର ବିଳମ୍ବିତ ରାତିରେ ଯୋଗଦାନ କରିଛନ୍ତି। ସେ ଫୁଲବାଣୀ ଏସ୍‌ପି କାର୍ଯ୍ୟାଳୟରୁ ଏଠାକୁ ବଦଳି ହୋଇ ଆସିଥିବା ବେଳେ ସେଠାରେ କାର୍ଯ୍ୟ କରୁଥିବା ଥାନା ଅଧିକାରୀ ଚିରଞ୍ଜୀବ ବେହେରାଙ୍କ ଗୋଛାପଡା ଥାନାକୁ ବଦଳି ହୋଇଛି। ଆଇଆଇସି କାର୍ଯ୍ୟରେ ଯୋଗଦାନ କରିବା ପରେ ଶୁକ୍ରବାର ସକାଳୁ ସେ ଫୁଲବାଣୀ ଏସ୍‌ପି ଅଫିସକୁ କ୍ରାଇମ୍‌ ମିଟିଂରେ ଯୋଗଦାନ କରିବାକୁ ଯାଇଛନ୍ତି।

ସେ ନୂଆ କରି ଯୋଗଦେବା ପରେ ନିଜ ପ୍ରତିକ୍ରିୟାରେ ବ୍ରାହ୍ମଣୀଗାଁ ଥାନାରେ ରହିଥିବା ଅନେକ ସମସ୍ୟାର ସମାଧାନ ପାଇଁ ସେ ପ୍ରୟାସ କରିବା ସହ ଲୋକଙ୍କ ପାଇଁ ପୋଲିସ କାର୍ଯ୍ୟ କରିବ ବୋଲି କହିଛନ୍ତି। ସେ କହିଛନ୍ତି, ବ୍ରାହ୍ମଣୀଗାଁରେ ରହିଥିବା ଟ୍ରାଫିକ୍‌ ନିୟନ୍ତ୍ରଣକୁ ପ୍ରାଥମିକତା ଦିଆଯିବା ସହ ଆପରାଧିକ ନିୟନ୍ତ୍ରଣ, ସାମାଜିକ ସୁରକ୍ଷାକୁ ଗୁରୁତ୍ୱ ପ୍ରଦାନ କରାଯିବ। ଏଥିସହ ଉକ୍ତ ଥାନା ଅଧୀନରେ ରହିଥିବା ୮ଟି ପଞ୍ଚାୟତ ଅଞ୍ଚଳରେ ଚୋରାମଦ କାରବାରକୁ ରୋକିବା ସହ ଗଞ୍ଜେଇ ଚାଷକୁ ସମ୍ପୂର୍ଣ୍ଣ ପ୍ରତିରୋଧ କରିବାକୁ ପୋଲିସ ପଦକ୍ଷେପ ନେବ। ଏହା ତାଙ୍କ ପାଇଁ ଚ୍ୟାଲେଞ୍ଜ ରହିଥିବା ସେ କହିଛନ୍ତି। ଏଥିସହ ଅଞ୍ଚଳବାସୀ ପୋଲିସକୁ ଯେକୌଣସି ସମୟରେ ମଧ୍ୟ ନିଜ ଅଭିଯୋଗ ଜଣାଇ ପାରିବେ ବୋଲି ସେ କହିଛନ୍ତି। ଆଇଆଇସି ଥାନାରେ ପହଞ୍ଚିବା ପରେ ସବ୍‌ଇନ୍ସପେକ୍ଟର ଅମରେନ୍ଦ୍ର ସୁବୁଦ୍ଧି ଓ ଅନ୍ୟ ଅଧିକାରୀମାନେ ତାଙ୍କୁ ସ୍ବାଗତ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?