Posted inଜାତୀୟ

New Income Tax Bill 2025 Updates: ଆଜି ଲୋକ ସଭାରେ ଆଗତ ହେବ ଆଇଟି ବିଲ୍‌, ITR ଫାଇଲିଂ ପଦ୍ଧତିରେ ହୋଇପାରେ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୩।୨: ନୂତନ ଇନ୍‌କମ୍‌ ଟାକ୍ସ(ଆଇଟି) ବିଲ୍‌ ଲୋକ ସଭାରେ ଗୁରୁବାର ଆଗତ ହେବ। ଏହା ପୂର୍ବରୁ ବୁଧବାର ଏହି ବିଲ୍‌ର ଡ୍ରାଫ୍ଟ ଜାରି କରାଯାଇଛି। ୬୨୨ ପୃଷ୍ଠା ବ୍ୟତୀତ ଏହି ବିଲ୍‌ରେ ୫୩୬ ସେକ୍ସନ ଏବଂ ୧୬ ସେଡ୍ୟୁଲ ଏବଂ ୨୩ ଚାପ୍ଟର ରହିଛି। ପୁରୁଣା ଆଇଟି ଆକ୍ଟ, ୧୯୬୧ ୮୮୦ ପୃଷ୍ଠା ବିଶିଷ୍ଟ ହୋଇଥିବାବେଳେ ସେଥିରେ ୧୪ଟି ସେଡ୍ୟୁଲ ରହିଥିଲା। ସେହିପରି ପୁରୁଣା ଆଇନରେ ୨୯୮ଟି ଧାରା ଥିବାବେଳେ ନୂତନ ଆଇଟି ବିଲ୍‌ରେ ୫୩୬ଟି ଧାରା ରହିଛି। ଗତ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ନିଜ ବଜେଟ ଭାଷଣରେ ନୂତନ ଆଇଟି ବିଲ୍‌ ସମ୍ପର୍କରେ ସୂଚନା ଦେଇ କହିଥିଲେ, ଏହା ଅତି ସରଳ ଭାଷାରେ ରହିଛି, ଯାହାକୁ ଲୋକମାନେ ଅତି ସହଜରେ ବୁଝିପାରିବେ। ପୁରୁଣା ଆୟକର ଆଇନ ଅନୁଯାୟୀ ବ୍ୟବହୃତ ହେଉଥିବା ଫାଇନାନ୍ସିଆଲ ଇୟର, ଆସେସ୍‌ମେଣ୍ଟ ଇୟର ଆଦି ଟର୍ମ ବଦଳରେ ନୂତନ ଆଇଟି ବିଲ୍‌ରେ କେବଳ ଗୋଟିଏ, ଟାକ୍ସ ଇୟର ଟର୍ମ ବ୍ୟବହୃତ ହେବ। ନୂତନ ଆଇଟି ବିଲ୍‌, ୨୦୨୫କୁ ୨୦୨୬ ଏପ୍ରିଲରୁ ଲାଗୁକରିବାକୁ କେନ୍ଦ୍ର ସରକାରଙ୍କର ପ୍ରସ୍ତାବ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?