ବ୍ୟବସାୟୀଙ୍କ ସୁବିଧା ପାଇଁ ନୂଆ ପଦକ୍ଷେପ: ଆଧୁନିକ ଦୈନିକ ବଜାର ଉଦ୍‌ଘାଟିତ

ପଦ୍ମପୁର,୯।୬(ପ୍ରଦୀପ୍ତ ଦାଶ): ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ (NAC) ଅଧୀନରେ ନିର୍ମିତ ଆଧୁନିକ ଦୈନିକ ବଜାର ଆଜି ବିଧିବଦ୍ଧ ଭାବେ ଉଦ୍‌ଘାଟନ କରାଯାଇଛି। ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ବଜାରର ଉଦ୍‌ଘାଟନ କରିଥିଲେ। ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟକ ଯୋଜନା, ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନା ଏବଂ ରାଜସ୍ବ ହସ୍ତାନ୍ତର ପାଣ୍ଠି (Devolution Fund) ସହାୟତାରେ ପ୍ରାୟ ୧.୫୦ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ ନିର୍ମିତ ହୋଇଛି।

ଏହି ନୂତନ ବଜାରରେ ବ୍ୟବସାୟୀଙ୍କ ପାଇଁ ୯୦ଟି ସେଲ (ଷ୍ଟଲ)ର ବ୍ୟବସ୍ଥା ରହିଛି, ଯାହା ଲଟେରୀ ମାଧ୍ୟମରେ ଆବଣ୍ଟନ କରାଯାଇସାରିଛି। ଏଠାରେ ପରିବା ବ୍ୟବସାୟୀ, ଚାଷୀ, କପଡ଼ା ବ୍ୟବସାୟୀ, ବହି ଦୋକାନ ଏବଂ ଫ୍ୟାନ୍ସି ଷ୍ଟୋର୍‌ ସମେତ ବିଭିନ୍ନ ବ୍ୟବସାୟୀ ନିଜର ବ୍ୟବସାୟ ସୁରୁଖୁରୁରେ କରିପାରିବେ। ଏହି ବଜାର ପରିସରରେ ଶୌଚାଳୟ, ପାନୀୟ ଜଳର ସୁବିଧା, ପାଚେରି ଗେଟ ଏବଂ ସୁରକ୍ଷା ପାଇଁ ସିସିଟିଭି (CCTV) କ୍ୟାମେରା ଭଳି ସୁବିଧା ରହିଛି। ଏହା ସହିତ ବଜାର ପ୍ରାଙ୍ଗଣର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ମଧ୍ୟ କରାଯାଇଛି।

ବର୍ତ୍ତମାନ ସୁଦ୍ଧା ପ୍ରକଳ୍ପର ପ୍ରାୟ ୮୦ ପ୍ରତିଶତ କାର୍ଯ୍ୟ ଶେଷ ହୋଇଥିବା ବେଳେ ବାକି କାର୍ଯ୍ୟ ଖୁବଶୀଘ୍ର ସମ୍ପୂର୍ଣ୍ଣ ହେବ ବୋଲି ଏନ.ଏ.ସି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବଳକା କାର୍ଯ୍ୟରେ ପାର୍କିଂ ସୁବିଧା ଅନ୍ୟତମ। ବ୍ୟବସାୟୀମାନଙ୍କ ପାଇଁ ଏହି ସମସ୍ତ ସୁବିଧା ଉପଲବ୍ଧ କରାଇବା ନିମନ୍ତେ ମାତ୍ର ୧୦ ଟଙ୍କା ଦୈନିକ ଶୁଳ୍କ ଧାର୍ଯ୍ୟ କରାଯାଇଛି।

ଉଦ୍‌ଘାଟନ ଅବସରରେ ମାନ୍ୟବର ସାଂସଦ, ବିଧାୟିକା ଏବଂ ଏନଏସି ଅଧ୍ୟକ୍ଷଙ୍କ ଦ୍ୱାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଏହି କାର୍ଯ୍ୟକ୍ରମରେ ଏନଏସି ଅଧ୍ୟକ୍ଷା ଶ୍ରୀମତୀ ସାବିତ୍ରୀ ବାଗ, ଉପାଧ୍ୟକ୍ଷା ଶ୍ରୀମତୀ ଭାରତୀ ପଟ୍ଟନାୟକ, ଏନ.ଏ.ସି କାର୍ଯ୍ୟନିର୍ବାହୀ ଅଧିକାରୀ ରାମଚନ୍ଦ୍ର ମାଝୀ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନତ ପାଢ଼ୀ, ପୌର ଯନ୍ତ୍ରୀ ରାମ ଚନ୍ଦ୍ର ନାୟକ, ସହାୟକ ଯନ୍ତ୍ରୀ ଅଶୋକ କୁମାର ଭୋଇଙ୍କ ସମେତ ସମସ୍ତ କାଉନସିଲର ତଥା ୱାର୍ଡ ମେମ୍ବରମାନେ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

ଫାଶୀ ଖୁଣ୍ଟର ସମ୍ମୁଖୀନ ହେବେ ବାଂଲାଦେଶର ପୂର୍ବତନ ରାଷ୍ଟ୍ରପତି? ଅଡୁଆରେ ଶେଖ ହାସିନାଙ୍କ ଶେଷ ସହଯୋଗୀ

ଢାକା,୨୭।୭: ବାଂଲାଦେଶର ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ସମ୍ପ୍ରତି ଇସ୍ତଫା ଦେଇଛନ୍ତି। ବାଂଲାଦେଶରେ ବିପ୍ଳବ ପରେ, ସେ ଶେଖ ହାସିନାଙ୍କ ଅନ୍ତର୍ନିହିତ ସଦସ୍ୟ ମଧ୍ୟରୁ କ୍ଷମତାରେ ଥିବା ଶେଷ…

ସୁପ୍ରିମକୋର୍ଟଙ୍କ ବଡ଼ ମନ୍ତବ୍ୟ: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ବେଳେ ପୋଲିସର ଲାଠିମାଡ଼ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୭।୮: ଶାନ୍ତିପୂର୍ଣ୍ଣ ଆନ୍ଦୋଳନ କରିବା ସମସ୍ତଙ୍କ ଅଧିକାର ରହିଛି। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦୋଳନ କଲେ ଲାଠିଚାର୍ଜ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ CJPର କାହା ଉପରେ ନଜର? ନେଲା ନୂଆ ପଦକ୍ଷେପ, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୨୭॥୭: ନିଟ୍‌ ପେପର ଲିକ୍‌ ମାମଲାରେ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ପରେ କକ୍ରୋଚ ଜନତା ପାର୍ଟି (CJP) ଉତ୍ତରପ୍ରଦେଶରେ ମୋର୍ଚ୍ଚା ଖୋଲିଛି। ୟୁପି ସରକାର ରାମପୁରର ଜୌହର…

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି।…

‘ମ୍ୟାନ ଅଫ ଦି ସିରିଜ’ ବିବେଚିତ ହେବା ପରେ ହୃଦୟସ୍ପର୍ଶୀ ବୟାନ ଦେଇ ମନ କିଣିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୭।୭: ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତର ତିକ୍ତ ସ୍ମୃତିକୁ ପଛରେ ପକାଇ, ଟିମ ଇଣ୍ଡିଆ ଜିମ୍ବାୱେରେ ବିଜୟୀ ହୋଇଥିଲା। ଭାରତ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ…

ସଂସଦରେ ପହଞ୍ଚିବା ପରେ ହଠାତ୍‌ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଘଟିଲା ଏମିତି, ଯାହା କେବେ ସେ ଭାବିନଥିଲେ…

ନୂଆଦିଲ୍ଲୀ, ୨୭॥୭: ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଦାବି କରି ଦେଶବ୍ୟାପୀ ଚାଲିଥିବା କକ୍ରୋଚ ଜନତା ପାର୍ଟିର ଛାତ୍ର ଆନ୍ଦୋଳନ ନିକଟରେ ଶେଷ ହୋଇଛି। ଏହି ଆନ୍ଦୋଳନ NEET-UG…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri