ପଞ୍ଚାୟତ ସମିତି ବୈଠକରେ ଉଠିଲା ନୂଆ ପ୍ରସଙ୍ଗ

ଦାରିଙ୍ଗବାଡ଼ି,୨୪ା୧୦(ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ସଭାଗୃହଠାରେ ଶୁକ୍ରବାର ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ବ୍ଲକ୍‌ ଅଧକ୍ଷ ସୁଶାନ୍ତ ପ୍ରଧାନ ଅଧ୍ୟକ୍ଷତା କରିଥିବା ବେଳେ ବିଡ଼ିଓ ପ୍ରୀତି ରଞ୍ଜନ ରଥ ପରିଚାଳନା କରିଥିଲେ। ବୈଠକରେ ସ୍ବାସ୍ଥ୍ୟ ବିଭାଗ ବିଷୟରେ ଆଲୋଚନା ହୋଇଥିଲା। ଆୟୁଷ୍ମାନ କାର୍ଡ ବଣ୍ଟନରେ ବିଳମ୍ବ ହୋଇଥିବା ଯୋଗୁ ଜନ ପ୍ରତିନିଧିମାନେ ଅଭିଯୋଗ କରିଥିଲେ। ଫଳରେ ଗରିବ ଶ୍ରେଣୀର ଲୋକେ ସ୍ବାସ୍ଥ୍ୟ ଖରାପ ହେଲେ ଆୟୁଷ୍ମାନ କାର୍ଡ ନ ଥିବାରୁ ମାଗଣା ଚିକିତ୍ସାରୁ ବଞ୍ଚତ୍ତ ହେଉଥିବା ଅଭଯୋଗ ହୋଇଛି। ଏହାକୁ ନେଇ ଲୋକ ପ୍ରତିନିଧିମାନେ ପ୍ରଶ୍ନ କରି ଅସନ୍ତୋଷ ବ୍ୟକ୍ତ କରିଥିଲେ। ବିପର୍ଯ୍ୟୟ ସ୍ବାସ୍ଥ୍ୟସେବା ଡାକ୍ତର ଅଭାବ ଆଦି ଅଭିଯୋଗ ହୋଇଥିଲା। ସେହିପରି ଦାରିଙ୍ଗବାଡି ବ୍ଲକ୍‌ରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇ ପଡ଼ିଥିବା ଅଭିଯୋଗ ହୋଇଥିବା ବେଳେ ଏକାଧିକ ବିଦ୍ୟାଳୟରେ ଶିକ୍ଷୟିତ୍ରୀଶିକ୍ଷକ ମାନେ ପାଳି କରି ସ୍କୁଲ ଆସୁଥିବା ଅଭିଯୋଗ ହୋଇଥିଲା। ସ୍ଥାୟୀ ବିଇଓ ନ ଥିବା ବେଳେ ଦାୟିତ୍ୱରେ ଥିବା ବିଇଓଙ୍କୁ କୌଣସି ପ୍ରତିନିଧି କେବେ ଦେଖି ନ ଥିବା ଓ ତାଙ୍କୁ ଜାଣି ନ ଥିବା ଓ ସେ ବିଦ୍ୟାଳୟ ପରିଦର୍ଶନ ନ କରିବା ଅନିୟମିତତା ଭାବେ ଶିକ୍ଷୟିତ୍ରୀଶିକ୍ଷକ ଡେପୁଟେଶନ କରାଇବା ଭଳି ସଙ୍ଗୀନ ଅଭିଯୋଗ ହୋଇଥିଲା। ସେହିପରି ନିର୍ଦ୍ଧିଷ୍ଟ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଛତୁଆ ପ୍ରସ୍ତୁତି ପାଇଁ ଏକାଧିକ ବର୍ଷ ହେବ ଦିଆ ଯାଉଥିବା ବେଳେ ଅନ୍ୟ ଗୋଷ୍ଠୀଙ୍କୁ ଏହା କରିବା ପାଇଁ ସୁଯୋଗ ଦିଆ ଯାଉନାହିଁ। ଫଳରେ ଉକ୍ତ ସ୍ବୟଂ ସହାୟକ ଗୋଷ୍ଠୀ ନିମ୍ନମାନର ଛତୁଆ ପ୍ରସ୍ତୁତି କରୁଥିବା ସିମନବାଡ଼ି ସମିତି ସଭ୍ୟ ସାଧୁ ନାୟକ ଅଭିଯୋଗ କରିଛନ୍ତି। ତାଜୁଙ୍ଗିଆ ଓ କାଟିଙ୍ଗିଆ ପଞ୍ଚାୟତ ଅଞ୍ଚଳରେ ଥିବା ଅଙ୍ଗନଓ୍ବାଡ଼ିରେ ପାଠପଢା ହେଉ ନାହିଁ। ଏହାସହ ଅଙ୍ଗଓ୍ବାଡି ଗୃହ ନିର୍ମାଣ ପାଇଁ କାର୍ଯ୍ୟାଦେଶ ଆସିଥିବା ବେଳେ ତାହା ନିର୍ମାଣ ହେଉ ନ ଥିବା ଅଭିଯୋଗ ହୋଇଛି। ଏଭଳି ଭାବେ ବିଭିନ୍ନ ବିଭାଗରେ ଅନେକ ଅଭିଯୋଗ ରହିଥିବା ବେଳେ ସରକାରଙ୍କ ଯେଉଁ ଯୋଜନା ସବୁ କାର୍ଯ୍ୟକାରୀ ହେଉଛି ସେ ବିଷୟରେ ଲୋକ ପ୍ରତିନିଧିମାନଙ୍କୁ ବିଭିନ୍ନ ବିଭାଗର ଅଧିକାରୀମାନେ ଅବଗତ କରାଇ ଥିଲେ। ବୈଠକରେ ଲୋକ ପ୍ରତିନିଧିମାନେ ହୋହାଲ୍ଲା କରିବା ସହ ଅସନ୍ତୋଷ ପ୍ରକାଶ କରିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲା ପରିଷଦ ସଭ୍ୟ ରଞ୍ଜନ ପ୍ରଧାନ, ଏମ୍‌ପି ପ୍ରତିନିଧି ବିଷ୍ଣୁ ଚରଣ ପ୍ରଧାନ, ଜିପିଡିଓ ସୁରେଶ ଚନ୍ଦ୍ର ପଣ୍ଡାଙ୍କ ସମେତ ୨୫ ପଞ୍ଚାୟତର ସମିତି ସଭ୍ୟ, ସରପଞ୍ଚ ଓ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଶନିଙ୍କ ବକ୍ରୀ ଚଳନ: ୩ ରାଶି ପାଇଁ ଅକ୍ଟୋବରରେ କଠିନ ସମୟ! ପାଖରୁ ପଳାଇବ ଟଙ୍କା, ଘରକୁ ଆସିବ ଖରାପ ଖବର!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷରେ ଶନିଙ୍କୁ କର୍ମଫଳଦାତା ଓ ନ୍ୟାୟର ଦେବତା ଭାବେ ବିବେଚନା କରାଯାଏ। ଶନିଙ୍କ ଚଳନରେ ପରିବର୍ତ୍ତନ ହେଲେ ଏହା ସମସ୍ତ ରାଶି ଉପରେ ପ୍ରଭାବ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସୃଷ୍ଟି ହେଲା ତ୍ରିଗ୍ରହୀ ଯୋଗ: ଆଜିଠୁ ଆରମ୍ଭ ୩ ରାଶିଙ୍କ ଭଲଦିନ, ହେବେ ମାଲାମାଲ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ, ୨୦୨୬ ଅକ୍ଟୋବର ୧୭ରେ ସୂର୍ଯ୍ୟ ତୁଳା ରାଶିରେ ଗୋଚର କରିବେ। ଏହି ସମୟରେ ତୁଳା ରାଶିରେ ପୂର୍ବରୁ ଶୁକ୍ର ଓ ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?