ଝାରସୁଗୁଡ଼ାରେ ନୂତନ ଆଇଟିଡିଏ

ଝାରସୁଗୁଡ଼ା ଅଫିସ,୨୯ା୧୧: ଝାରସୁଗୁଡ଼ା ଜିଲାର ଆଦିବାସୀ ଅଧ୍ୟୁଷିତ କିର୍ମିରା ଓ ଲଇକେରା ବ୍ଲକକୁ ଆଦିବାସୀ ଉପଯୋଜନା (ଟିଏସ୍‌ପି)ରେ ସାମିଲ କରାଯାଇଛି। ଗତ ୨୪ ତାରିଖରେ କେନ୍ଦ୍ର ଆଦିବାସୀ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତିରେ ଏହା ଘୋଷଣା କରାଯାଇଛି। ଏହା ସହିତ ଝାରସୁଗୁଡ଼ାଠାରେ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ମୁଖ୍ୟାଳୟ ରହିବ ବୋଲି କୁହାଯାଇଛି। ଝାରସୁଗୁଡ଼ା ଜିଲାର ଉପରୋକ୍ତ ୨ ବ୍ଲକ ସମେତ ସମ୍ବଲପୁର ଜିଲାର ଯୁଯୁମୁରା ବ୍ଲକକୁ ଆଦିବାସୀ ଉପଯୋଜନାରେ ସାମିଲ କରିବା ସକାଶେ ଓଡ଼ିଶା ସରକାର ୨୦୧୭ ନଭେମ୍ବର ୬ରେ କେନ୍ଦ୍ର ଆଦିବାସୀ ମନ୍ତ୍ରଣାଳୟକୁ ପ୍ରସ୍ତାବ ପ୍ରେରଣ କରିଥିଲେ। ୨୦୧୮ରେ କେନ୍ଦ୍ର ଆଦିବାସୀ ପରାମର୍ଶଦାତା ସମିତି (ଟିଏସି) ଏହି ପ୍ରସ୍ତାବର ଅନୁଧ୍ୟାନ କରିଥିବା ବେଳେ ୨୦୨୧ ଅକ୍ଟୋବର ୧୧ରେ ଆଦିବାସୀ ମନ୍ତ୍ରଣାଳୟ ଓଡ଼ିଶା ସରକାରଙ୍କୁ ଏହି ପ୍ରସ୍ତାବର ପର୍ଯ୍ୟବେକ୍ଷଣ କରିବାକୁ ଚିଠି ଲେଖିଥିଲେ। ତଦନୁଯାୟୀ ଗତ ୨୪ ତାରିଖରେ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ଜଣାପଡ଼ିବା ପରେ ଝାରସୁଗୁଡ଼ା ଜିଲାର ବିଭିନ୍ନ ସଂଗଠନ ପକ୍ଷରୁ ସ୍ବାଗତ କରାଯାଇଛି। ସମ୍ମିଳିତ ଆଦିବାସୀ ସମାଜ ଦୀର୍ଘ ୬ବର୍ଷରୁ ଅଧିକ ହେଲାଣି ଏଥି ସକାଶେ ଦାବି କରିଆସୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ପାଇଁ ଗୌରବ ଆଣିଲେ ଖୁସିରାମ: ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌ ଚାମ୍ପିୟନଶିପ୍‌ରେ…

ବଲାଙ୍ଗୀର,୩ା୭(ବୀରେନ୍ଦ୍ର କୁମାର ଝାଙ୍କର):ମହାରାଷ୍ଟ୍ରର ନାସିକଠାରେ ଗତ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ସିଙ୍ଗା, ମାକାନ, ପ୍ରି-ଟିନ୍‌, ପ୍ରି-ଜୁନିୟର ଓ ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌…

ଓଡ଼ିଶା ସମେତ ୧୬ ରାଜ୍ୟକୁ ହାଇ ଆଲର୍ଟ; IMD ର ବଡ଼ ଚେତାବନୀ

ନୂଆଦିଲ୍ଲୀ,୩।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଛି। ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

କଣ କେନ୍ଦ୍ର କର୍ମଚାରୀଙ୍କୁ କରୋନା ସମୟରେ ଅଟକିଥିବା ୧୮ ମାସର DA ଏରିୟର ମିଳିବ? ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୩।୭: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ (8ମ ବେତନ କମିଶନ) ଏବେ ପୂରା ଆକ୍ସନ ମୋଡ଼ରେ ।…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri