ଝାରସୁଗୁଡ଼ାରେ ନୂତନ ଆଇଟିଡିଏ

ଝାରସୁଗୁଡ଼ା ଅଫିସ,୨୯ା୧୧: ଝାରସୁଗୁଡ଼ା ଜିଲାର ଆଦିବାସୀ ଅଧ୍ୟୁଷିତ କିର୍ମିରା ଓ ଲଇକେରା ବ୍ଲକକୁ ଆଦିବାସୀ ଉପଯୋଜନା (ଟିଏସ୍‌ପି)ରେ ସାମିଲ କରାଯାଇଛି। ଗତ ୨୪ ତାରିଖରେ କେନ୍ଦ୍ର ଆଦିବାସୀ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତିରେ ଏହା ଘୋଷଣା କରାଯାଇଛି। ଏହା ସହିତ ଝାରସୁଗୁଡ଼ାଠାରେ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ) ମୁଖ୍ୟାଳୟ ରହିବ ବୋଲି କୁହାଯାଇଛି। ଝାରସୁଗୁଡ଼ା ଜିଲାର ଉପରୋକ୍ତ ୨ ବ୍ଲକ ସମେତ ସମ୍ବଲପୁର ଜିଲାର ଯୁଯୁମୁରା ବ୍ଲକକୁ ଆଦିବାସୀ ଉପଯୋଜନାରେ ସାମିଲ କରିବା ସକାଶେ ଓଡ଼ିଶା ସରକାର ୨୦୧୭ ନଭେମ୍ବର ୬ରେ କେନ୍ଦ୍ର ଆଦିବାସୀ ମନ୍ତ୍ରଣାଳୟକୁ ପ୍ରସ୍ତାବ ପ୍ରେରଣ କରିଥିଲେ। ୨୦୧୮ରେ କେନ୍ଦ୍ର ଆଦିବାସୀ ପରାମର୍ଶଦାତା ସମିତି (ଟିଏସି) ଏହି ପ୍ରସ୍ତାବର ଅନୁଧ୍ୟାନ କରିଥିବା ବେଳେ ୨୦୨୧ ଅକ୍ଟୋବର ୧୧ରେ ଆଦିବାସୀ ମନ୍ତ୍ରଣାଳୟ ଓଡ଼ିଶା ସରକାରଙ୍କୁ ଏହି ପ୍ରସ୍ତାବର ପର୍ଯ୍ୟବେକ୍ଷଣ କରିବାକୁ ଚିଠି ଲେଖିଥିଲେ। ତଦନୁଯାୟୀ ଗତ ୨୪ ତାରିଖରେ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ଜଣାପଡ଼ିବା ପରେ ଝାରସୁଗୁଡ଼ା ଜିଲାର ବିଭିନ୍ନ ସଂଗଠନ ପକ୍ଷରୁ ସ୍ବାଗତ କରାଯାଇଛି। ସମ୍ମିଳିତ ଆଦିବାସୀ ସମାଜ ଦୀର୍ଘ ୬ବର୍ଷରୁ ଅଧିକ ହେଲାଣି ଏଥି ସକାଶେ ଦାବି କରିଆସୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri