ବରଗଡ଼ ଧନୁଯାତ୍ରା: ଏଥର କଂସ ଭୂମିକାରେ ମଞ୍ଚ ଦୁଲୁକାଇବେ ଭୁବନେଶ୍ୱର ପ୍ରଧାନ

ବରଗଡ଼,୧ା୧୨(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଜାନୁଆରୀ ୧୩ ପର୍ଯ୍ୟନ୍ତ ଚାଲିବ। ତେବେ ଆସନ୍ତା ଧନୁଯାତ୍ରା ମହୋତ୍ସବ ପାଇଁ ରବିବାର ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲ୍‌ରେ କଂସ ଚୟନ ପ୍ରକ୍ରିୟା ହୋଇଥିଲା। ଏହି ଚୟନ ପ୍ରକ୍ରିୟାରେ ବରଗଡ଼ ବ୍ଲକ ସର୍ଲା ଗ୍ରାମର ଭୁବନେଶ୍ବର ପ୍ରଧାନ ପ୍ରଥମ ସ୍ଥାନ ଅଧିକାର କରି ଆସନ୍ତା ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରିବାର ସୁଯୋଗ ପାଇଛନ୍ତି। ସେ ବରଗଡ ଧନୁଯାତ୍ରା ମହୋତ୍ସବରେ ପୂର୍ବରୁ ଅନେକଥର କଂସ ଭୂମିକାରେ ଅଭିନୟ କରି ଦର୍ଶକଙ୍କୁ ମନ ଜିଣି ସାରିଛନ୍ତି। ବରଗଡ଼ ଧନୁଯାତ୍ରା ଦୃଶ୍ୟାଭିନୟରେ ତାଙ୍କର ଅନେକ ଅଭିଜ୍ଞତା ରହିଛି। ଫଳରେ ଅନ୍ୟବର୍ଷ ତୁଳନାରେ ଏଥର ତାଙ୍କ କଂସ ଦୃଶ୍ୟାଭିନୟ ଆହୁରି ଉଚ୍ଚକୋଟୀର ହେବ ବୋଲି ଦର୍ଶକ ମନରେ ଆଶା ବାନ୍ଧିଛନ୍ତି। ତେବେ ଆସନ୍ତା ଧନୁଯାତ୍ରା ମହୋତ୍ସବରେ ସେ କିଭଳି ଅଭିନୟ କରିବେ, ତାକୁ ଦର୍ଶକ ଚାହିଁ ବସିଛନ୍ତି।

ପ୍ରକାଶ ଥାଉକି, ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗତବର୍ଷ କଂସ ଅଭିନୟ କରିଥିବା ହୃଷୀକେଶ ଭୋଇ ମହାପ୍ରୟାଣ ଗାଡ଼ିରେ ଶବ ପରିବହନ ବାବଦକୁ ମୃତକଙ୍କ ପରିବାରଠାରୁ ଲାଞ୍ଚ ନେବା ଅଭିଯୋଗରେ ବିବାଦୀୟ ହୋଇ ପଡ଼ିଥିଲେ। ଆସନ୍ତା ଧନୁଯାତ୍ରା ତାଙ୍କ ପାଇଁ ଶେଷ ସୁଯୋଗ ଥିଲା। ମାତ୍ର ମହାପ୍ରୟାଣ ଗାଡ଼ିରେ ଶବ ପରିବହନ ବାବଦକୁ ମୃତକଙ୍କ ପରିବାରଠାରୁ ଲାଞ୍ଚ ନେବା ଘଟଣାରେ ତାଙ୍କୁ ବିଦା ହେବାକୁ ପଡ଼ିଥିଲା ଏବଂ ନୂତନ କଂସ ଚୟନର ଆବଶ୍ୟକତା ପଡ଼ିଥିଲା।
ଧନୁଯାତ୍ରା ମହୋତ୍ସବ ସମିତିର ନିଷ୍ପତ୍ତି କ୍ରମେ ଉକ୍ତ ଚୟନ ପ୍ରକ୍ରିୟାରେ ୪ଜଣ କଂସ କଳାକାର ଅଂଶଗ୍ରହଣ କରିଥିଲେ। ସେମାନଙ୍କ ମଧ୍ୟରେ ଆର୍ତ୍ତତ୍ରାଣ ସୁନାନୀ, ଜଗଦାନନ୍ଦ ମିଶ୍ର, ଭୁବନେଶ୍ବର ପ୍ରଧାନ ଏବଂ ସୁଶୀଲ କୁମାର ମେହେର ଥିଲେ। ସମସ୍ତଙ୍କୁ ପଛରେ ପକାଇ ଭୁବନେଶ୍ବର ପ୍ରଧାନ ଆଗାମୀ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ ପାଇଁ ସୁଯୋଗ ପାଇଛନ୍ତି। ଏହାକୁ ନେଇ ତାଙ୍କ ସମର୍ଥକ ମହଲରେ ଉତ୍ସାହ ପରିଲକ୍ଷିତ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?