Posted inଜାତୀୟ

ବାୟୁ ପ୍ରଦୂଷଣ ରୋକିବ ନୂଆ ଆଇନ

ନୂଆଦିଲ୍ଲୀ,୩୦ା୧୦(ପି.ଟି.):ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ରୋକିବା ଲାଗି କେନ୍ଦ୍ର ସରକାର ଏକ ନୂଆ ଆଇନ ଆଣିଛନ୍ତି। ଆଇନରେ ପ୍ରଦୂଷଣକୁ ଏକ ଅପରାଧ ଭାବେ ନିଆଯାଇଛି। ଏହାର ଉଲ୍ଲଂଘନ କଲେ ୫ ବର୍ଷ ପର୍ଯ୍ୟନ୍ତ ଜେଲ୍‌ଦଣ୍ଡ ଏବଂ ୧ କୋଟି ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅନୁମୋଦନ ପରେ ବୁଧବାର ରାତିରେ ଉକ୍ତ ଅଧ୍ୟାଦେଶ ଜାରି କରାଯାଇଛି। ସୂଚନାଯୋଗ୍ୟ ନଡ଼ା ପୋଡ଼ିକୁ ନିଷିଦ୍ଧ କରିବା ଲାଗି କିଛିଦିନ ପୂର୍ବରୁ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲାର ଶୁଣାଣି ଚାଲିଥିବାବେଳେ ବାୟୁ ପ୍ରଦୂଷଣ ରୋକିବା ଲାଗି କେନ୍ଦ୍ର ସରକାର ନୂଆ ଆଇନ ଆଣିବେ ବୋଲି ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଅଦାଲତକୁ ଜଣାଇଥିଲେ। ଅଧ୍ୟାଦେଶ ଅନୁଯାୟୀ ଏନ୍‌ସିଆର୍‌ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଦିଲ୍ଲୀ, ହରିୟାଣା, ପଞ୍ଜାବ, ଉତ୍ତରପ୍ରଦେଶ ଓ ରାଜସ୍ଥାନର କେତେକ ଅଞ୍ଚଳ ପାଇଁ ବାୟୁ ମାନ ପରିଚାଳନା କମିଶନ ଗଠନ କରାଯିବ। କମିଶନଙ୍କ ଦ୍ୱାରା ପ୍ରସ୍ତୁତ ନିୟମାବଳୀ ଓ ନିର୍ଦ୍ଦେଶ ଅନୁଯାୟୀ ଅଧ୍ୟାଦେଶ ପାଳନ କରୁ ନ ଥିବା ବ୍ୟକ୍ତିବିଶେଷ ଓ ସଂସ୍ଥା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପରିବେଶ ଓ ଜଙ୍ଗଲ ବିଭାଗ ମନ୍ତ୍ରୀଙ୍କ ନେତୃତ୍ୱରେ ପରିବହନ, ବାଣିଜ୍ୟ, ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଓ କ୍ୟାବିନେଟ ସଚିବଙ୍କୁ ନେଇ ଏକ କମିଟି ଗଠନ ହେବ। ଉକ୍ତ କମିଟି କମିଶନର ଅଧ୍ୟକ୍ଷଙ୍କୁ ଚୟନ କରିବ। ୧୮ ସଦସ୍ୟ ବିଶିଷ୍ଟ କମିଶନରେ ଜଣେ ପୂର୍ଣ୍ଣକାଳୀନ ଅଧ୍ୟକ୍ଷ,୧୦ ଜଣ ପ୍ରଶାସନିକ ଅଧିକାରୀ, ବିଶେଷଜ୍ଞ ଓ କାର୍ଯ୍ୟକର୍ତ୍ତା ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri