ବିଜେଡିର ସମାଲୋଚନା ପରେ ପ୍ରକାଶ ପାଇଲା ନୂଆ ତାଲିକା, ମୃତ ଅଧିକାରୀଙ୍କ ବଦଳରେ ସ୍ଥାନ ପାଇଲେ ଏହି ଅଧିକାରୀ

ଭୁବନେଶ୍ୱର,୧୪ା୯: ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସଂଶୋଧନ ତାଲିକା ପ୍ରକାଶ ପାଇଛି। ପୂର୍ବ ତାଲିକାରେ ଜଣେ ମୃତ ଅଧିକାରୀଙ୍କ ନାଁ ରହିଥିଲା। ଏନେଇ ବିଜେଡି ସମାଲୋଚନା ପରେ ତାଙ୍କ ସ୍ଥାନରେ ଜଣେ ନୂଆ ଅଧିକାରୀ ସାମିଲ ହୋଇଛନ୍ତି। ସେ ହେଲେ ଇଡ୍‌କୋ ଲ୍ୟାଣ୍ଡ ଅଫିସର ସୁବ୍ରତ କୁମାର ଜେନା। ତେବେ ତାଲିକାରେ ଥିବା ଅନ୍ୟ ସମସ୍ତ ଅଧିକାରୀ ପୂର୍ବପରି ସ୍ଥାନ ବଜାୟ ରଖିଛନ୍ତି।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ। ଏନେଇ ମୋଦିଙ୍କ ସୁରକ୍ଷା ପାଇଁ ଅଧିକାରୀମାନଙ୍କୁ ଦାୟିତ୍ୱ ସବୁ ବଣ୍ଟନ କରାଯାଇଛି। ଏଥିରେ ଜଣେ ମୃତ ଓଏଏସ୍‌ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଥିଲା। ଯାହାକୁ ନେଇ ବିବାଦ ଦେଖାଦେଇଥିଲା।

ସାଧାରଣ ପ୍ରଶାସନ ପକ୍ଷରୁ ପ୍ରକାଶିତ ତାଲିକାରେ ଓଏଏସ୍‌ ଅଫିସର ସ୍ବର୍ଗତ ପ୍ରବୋଧ କୁମାର ରାଉତଙ୍କ ନାଁ ରହିଥିଲା। ଭିଡ଼ ନିୟନ୍ତ୍ରଣ ଲାଗି ନିୟୋଜିତ ହେବାକୁ ଥିବା ଅଫିସରଙ୍କ ତାଲିକାରେ ତାଙ୍କ ନାଁ ଥିବା ଦେଖିବାକୁ ମିଳିଥିଲା। ଗତ ୨୦୨୩ ଜୁଲାଇ ୧୮ ରେ ପ୍ରବୋଧ କୁମାରଙ୍କର ମୃତ୍ୟୁ ହୋଇସାରିଛି। କଟକରେ ଏକ ଦୁର୍ଘଟଣାର ଶିକାର ହେବା ପରେ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ପ୍ରାଣ ହରାଇଥିଲେ।

ତେବେ ଏହି ତାଲିକାକୁ ନେଇ ବିଜେଡି ରାଜ୍ୟ ସଭା ଏମ୍‌ପି ସୁଲତା ଦେଓ ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ। ସୋସିଆଲ ମିଡିଆରେ ସେ ଲେଖିଥିଲେ, ଭଗବାନ ଭରସାରେ ଓଡ଼ିଶାର ଶାସନ। ଏହାକୁ ବିଜେଡି ସମାଲୋଚନା କରିବା ସହ ଓ ଶାସନ ବ୍ୟବସ୍ଥା ଉପରେ ମଧ୍ୟ ପ୍ରଶ୍ନ ଉଠାଇଥିଲା। ଏହା ପରେ ସରକାର ନୂଆ ତାଲିକା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri