ନିର୍ମାଣହେବ ନୂତନ ଲୋକସେବା ଭବନ

ଭୁବନେଶ୍ୱର,୨୧।୯(ସୁନିତ୍‌ ମିଶ୍ର): ରାଜ୍ୟରେ ନିର୍ମାଣ ହେବ ନୂତନ ଲୋକସେବା ଭବନ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ଲୋକସେବା ଭବନ କିପରି ହେବ ତା’ର ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ କରିବାର ଦାୟିତ୍ୱ ଓଡ଼ିଶା ସେତୁ ଓ ନିର୍ମାଣ ନିଗମକୁ ଦିଆଯାଇଛି। ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ପକ୍ଷରୁ ଏହାର ପରିବର୍ଦ୍ଧିତ ଯୋଜନାର ମାଷ୍ଟର ପ୍ଲାନ୍‌ ତିଆରି ମଧ୍ୟ କରାଯାଉଛି ବୋଲି ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି।
ବିଜେଡି ସଦସ୍ୟ ସୁବାସିନୀ ଜେନାଙ୍କ ପକ୍ଷରୁ ବିଧାନସଭାରେ ପଚରାଯାଇଥିବା ଏକ ଅଣତାରକା ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ହରିଚନ୍ଦନ କହିଛନ୍ତି, ପ୍ରସ୍ତୁତ ହେଉଥିବା ନୂତନ ଲୋକସେବା ଭବନର ମାଷ୍ଟର ପ୍ଲାନ୍‌ ଅନୁମୋଦନ ହେବାପରେ ପରବର୍ତ୍ତୀ ପଦକ୍ଷେପ ଅନୁଯାୟୀ ବିସ୍ତୃତ ବ୍ୟୟ ଅଟକଳ କରାଯିବ। ଏହାପରେ ତାହା ସରକାରଙ୍କ ଅନୁମୋଦନ ପାଇଁ ପଠାଯିବ। ବର୍ତ୍ତମାନର ସଚିବାଳୟ ବା ଲୋକସେବା ଭବନ କୋଠା ୬୮ ବର୍ଷ ପୁରାତନ। ଏହି ପୁରାତନ କୋଠା ପରିସରରେ ଗୁରୁତର ପାର୍କିଂ ସମସ୍ୟା ପରିଲକ୍ଷିତ ହେଉଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ୧୯୫୯ ନଭେମ୍ବର ୧୨ରେ ତତ୍କାଳୀନ ସ୍ବରାଷ୍ଟ୍ର ମନ୍ତ୍ରୀ ଗୋବିନ୍ଦ ବଲ୍ଲଭ ପନ୍ତ ରାଜ୍ୟ ସଚିବାଳୟକୁ ଉଦ୍‌ଘାଟନ କରିଥିଲେ। ପରେ ୨୦୧୯ ଜୁଲାଇ ୩୦ରେ ସଚିବାଳୟ ନାମକୁ ପରିବର୍ତ୍ତନ କରାଯାଇ ଲୋକସେବା ଭବନ ନାମରେ ନାମିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri