ଶପଥ ନେଲେ ଓକିଲ ସଂଘର ନୂତନ କର୍ମକର୍ତ୍ତା

ଦେବଗଡ,୧୮।୪(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲା ନ୍ୟାୟଳୟ ପରିସରରେ ଗୁରୁବାର ଜିଲା ଓକିଲ ସଂଘ ନୂତନ କର୍ମକର୍ତ୍ତା ମାନଙ୍କର ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ଅଧିକାରୀ ରିଙ୍କୁ ନାଥଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦେବଗଡ ଜିଲା ଓ ଦୌରାଜଜ ଗୌତମ ଶର୍ମା, ସ୍ବତନ୍ତ୍ର ଅତିଥି ଭାବେ ଦେବଗଡ ଜିଲାପାଳ କବିନ୍ଦ୍ର କୁମାର ସାହୁ, ଜିଲା ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର ଓ ଅତିରିକ୍ତ ଜିଲା ଜଜ ସନ୍ତୋଷ କୁମାର ନାୟକ ପ୍ରମୁଖ ମଂଚାସୀନ ରହି ଜିଲା ଓକିଲ ସଂଘର ନୂତନ କର୍ମକର୍ତାଙ୍କୁ ଅଭିନନ୍ଦନ ଜଣାଇବା ସହ ସଂଘ ଜନସାଧାରଣଙ୍କ ସେବାରେ ବ୍ରତୀ ହେବାକୁ ଆହ୍ବାନ ଇଦେଇଥିଲେ।

ଅନ୍ୟତମ ଅତିଥି ଭାବେ ଜିଲା ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ପ୍ରଶାନ୍ତ କୁମାର ବେହେରା, ରେଜିଷ୍ଟ୍ରର ବିଶ୍ୱଜିତ ମହାପାତ୍ର, ମହିଳା ଅଦାଲତର ବିଚାରପତି ତଥା ସହକାରୀ ଦୌରାଜଜ ଶାନ୍ତଶ୍ରୀ ମହାନ୍ତି,ଜିଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଅପୂର୍ବା ଚୌଧୁରୀ,ଏସ୍ଡିଜେଏମ ଧନଞ୍ଜୟ ନାୟକ ଓ ଜେଏମଏସ୍ସି ଶୁଭସ୍ମିତା ଶୁଭଦର୍ଶିନୀ ପାତ୍ର ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ସଂଘର ନବ ନିର୍ବାଚିତ ସଭାପତି ସଚ୍ଚିକାନ୍ତ ଦାଶ, ଉପ ସଭାପତି ପୃଥ୍ବୀରାଜ ପଟ୍ଟନାୟକ, ସମ୍ପାଦକ ସିଦ୍ଧେଶ୍ୱର ଗୁରୁ, ସହ ସମ୍ପାଦକ ବିରେନ କୁମାର ପ୍ରଧାନ ,କୋଷାଧ୍ୟକ୍ଷ ରାଜକିଶୋର ପ୍ରଧାନ, କାର୍ଯ୍ୟକାରୀଣୀ ସଦସ୍ୟ ପ୍ରିୟବ୍ରତ ନନ୍ଦ, ଆଲୋକ କୁମାର ମିଶ୍ର, ଅନନ୍ତ ନାରାୟଣ ଦାଶ ଓ ପୂର୍ଣ୍ଣଚନ୍ଦ୍ର ବୁଡା ପଦ ଓ ଗୋପନୀୟତାର ଶପଥ ପାଠ କରିଥିଲେ।

ଏହି ଅବସରରେ ଅତିଥି ଏବଂ ସଂଘର ନୂତନ କର୍ମକର୍ତ୍ତାମାନଙ୍କୁ ସଂଘ ପକ୍ଷରୁ ଉପଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା। ସଭା ପ୍ରାରମ୍ଭରେ ନୂତନ ସଭାପତି ଶ୍ରୀଯୁକ୍ତ ଦାଶ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶେଷରେ ସମ୍ପାଦକ ଶ୍ରୀଯୁକ୍ତ ଗୁରୁ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମ ଆୟୋଜନରେ ଜିଲା ଓକିଲ ସଂଘର ସମସ୍ତ ସଦସ୍ୟ ସଦସ୍ୟା ସକ୍ରିୟ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri