୨ ବର୍ଷରେ କମିଟି ପରିବର୍ତ୍ତନ: ସିମନବାଡ଼ି ବଣିକ ସଂଘର ନୂଆ କର୍ମକର୍ତ୍ତା ହେଲେ…

ଦାରିଙ୍ଗବାଡ଼ି,୨୯ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ମା’ପଟ୍ଟାଖଣ୍ଡା ବଣିକ ସଂଘର ନୂଆ କର୍ମକର୍ତ୍ତା ଚୟନ ରବିବାର ଅନୁଷ୍ଠିତ ହୋଇଯାଇଛ। ପ୍ରତିମାସର ଶେଷ ରବିବାର ଦିନ ଭଳି ଚଳିତ ମାସରେ ବୈଠକ ସଙ୍ଘର ସଭାପତି ଶଙ୍କୁରୁ ଅମୂଲ୍ୟ କୁମାର ସୁବୁଦ୍ଧିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ସଂଘର ନିୟମ ଅନୁଯାୟୀ ପ୍ରତି ୨ ବର୍ଷରେ କମିଟି ପରିବର୍ତ୍ତନ କରାଯିବା ନିୟମ ପ୍ରକାରେ ସଭାପତିଙ୍କ ସମେତ ସମସ୍ତ କର୍ମକର୍ତ୍ତା ପରିବର୍ତ୍ତନ କରାଯାଇଥିଲା। ଏହି କ୍ରମରେ ସଭାପତି ଭାବେ ଆଇନଜୀବୀ ତଥା ବ୍ୟବସାୟୀ ମହେଶ କୁମାର ସାହୁଙ୍କୁ ଚୟନ କରାଯାଇଥିବା ବେଳେ ଉପସଭାପତି ଶଙ୍କୁରୁ ଅମୂଲ୍ୟ କୁମାର ସୁବୁଦ୍ଧି, ସମ୍ପାଦକ ଶଙ୍କୁରୁ ସୁନିଲ କୁମାର ସୁବୁଦ୍ଧି, ସହସଂପାଦକ ଆଶୁତୋଷ ସାହୁ ଏବଂ କୋଷାଧ୍ୟକ୍ଷ ଭାବେ ରାଜେଶ କୁମାର ସାହୁଙ୍କୁ ସଂଘର ସଦସ୍ୟମାନେ ଚୟନ କରିଥିଲେ।

ସେହିପରି ଉପଦେଷ୍ଟା ମଣ୍ଡଳୀରେ ଅଜିତ କୁମାର ସାହୁ, ଆରୁପାନନ୍ଦ ସାହୁ, ଅଶୋକ ବେହେରା, ରାମାନନ୍ଦ ଚୌଧରୀ, ସଞ୍ଜୟ ସାହୁ, ଘଣ୍ଟା ନାୟକ, ସିମାଞ୍ଚଳ ସାହୁ, ବିଭୂତି ଭୂଷଣ ସାହୁ, ବାଲାଜୀ ପାତ୍ର
ପ୍ରଦୀପ ସାହୁ ଏବଂ ବାସୁଦେବ ସାହୁଙ୍କୁ ଚୟନ କରାଯାଇଥିଲା। ସମସ୍ତ ନୂତନ କର୍ମକର୍ତ୍ତାଙ୍କୁ ଶପଥ ପାଠ କରାଯାଇ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ସଂଘର ନିୟମ ପାଳନ ସହ ଅଞ୍ଚଳର ଗ୍ରାହକମାନଙ୍କୁ ଉତ୍ତମ ସେବା ପ୍ରଦାନ ସହ ବ୍ୟବସାୟୀଙ୍କ ଉତ୍ତମ ନୀତିଶାସ୍ତ୍ର ସରକାରଙ୍କ ସମସ୍ତ ନିୟମ ପାଳନ ଆଦି ସମ୍ପର୍କରେ ଆଲୋଚନା କରାଯାଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଚିତ୍ତରଞ୍ଜନ ପ୍ରଧାନ, କୁଲୁ ଚୌଧୁରୀ, ମନୋରଞ୍ଜନ ସାହୁ, ଅରୀ ବାଡ଼ତିୟା,ଶଙ୍କୁରୁ ସୁଶୀଲ ଲୁମର ସୁବୁଦ୍ଧି, ଲୁଲୁ ସାହୁ, କାଳୁ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri