ଜନଜାତିଙ୍କ ବିକାଶରେ ନୂଆ ମାଇଲଷ୍ଟୋନ୍‌ ସୃଷ୍ଟି ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୮(ଅସମାପିକା ସାହୁ): ବିଶ୍ୱ ଦେଶଜ ଅଧିବାସୀ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କରିଛନ୍ତି । ସମସ୍ତଙ୍କ ସହଯୋଗରେ ଜନଜାତିଙ୍କ ବିକାଶ କ୍ଷେତ୍ରରେ ଏହି ଯୋଜନା ଦ୍ବାରା ଏକ ମାଇଲଷ୍ଟୋନ୍‌ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଜଙ୍ଗଲ ଜମି ଉପରେ ସମସ୍ତ ଯୋଗ୍ୟ ବ୍ୟକ୍ତିଗତ ଓ ଗୋଷ୍ଠିଗତ ଅଧିକାରକୁ ସୁନିଶ୍ଟିତ କରିବା ଏହି ଯୋଜନାର ଲକ୍ଷ୍ୟ। ଏହାସହିତ ସମସ୍ତ ଉନ୍ନୟନମୂଳକ କାର୍ଯ୍ୟକ୍ରମକୁ ଏହି ଯୋଜନା ସହିତ ଯୋଡ଼ି ଜନଜାତିଙ୍କ ଜୀବିକାରେ ସ୍ଥାୟିତ୍ୱ ସୃଷ୍ଟି କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ। ସର୍ଭେ ହୋଇ ନ ଥିବା ଜଙ୍ଗଲ ଗାଁଗୁଡ଼ିକୁ ରାଜସ୍ବ ଗ୍ରାମର ମାନ୍ୟତା ପ୍ରଦାନ କରାଯିବ।

ଏହି ଅବସରରେ ଉପସ୍ଥିତ ଅଧିକାରୀ ଓ ଜନଜାତି ଭାଇଭଉଣୀମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ଏହି ଯୋଜନାରେ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ପହଞ୍ଚିବା ଆମର ଲକ୍ଷ୍ୟ। କେହି ଜଣେ ବି ଯୋଗ୍ୟ ବ୍ୟକ୍ତି ଯେପରି ବଞ୍ଚିତ ନ ହେବ, ତାକୁ ସୁନିଶ୍ଟିତ କରିବା ପାଇଁ ପଦକ୍ଷେପ ନିଆଯାଇଥିବା କହିଥିଲେ।

ଏହି କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ,  ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଅନୁସୂଚିତ ଜାତି ଜନଜାତି ଉନ୍ନୟନ ବିଭାଗ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ରାଜସ୍ବ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ୟୁଏନ୍‌ଡିପି ବେସରକାରୀ ଅନୁଷ୍ଠାନ ବସୁନ୍ଧରା, ପ୍ରଦାନ ଆଦି ସଂସ୍ଥାର ପ୍ରତିନିଧି ଏବଂ ବିଭିନ୍ନ ଜିଲାର ଜନଜାତି ହିତାଧିକାରୀମାନେ ଉପସ୍ଥିତ ଥିଲେ। ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର କମିଶନର-ତଥା-ଶାସନ ସଚିବ ରୁପାରୋଶନ ସାହୁ ସ୍ବାଗତ ଭାଷଣ ଦେଇଥିଲେ ଓ ଅନୁସୂଚିତ ଜନଜାତି ବିଭାଗର ନିର୍ଦ୍ଦେଶକ ଇନ୍ଦ୍ରମଣୀ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri