Posted inଜାତୀୟ

ମହାରାଷ୍ଟ୍ର ରାଜନୀତିରେ ନୂଆମୋଡ:ଫଡନଭିସଙ୍କୁ ଭେଟିବା ପରେ ଉଦ୍ଧବ ଠାକ୍‌ରେ କହିଲେ…

ପୁଣେ,୨୭।୬: ମହାରାଷ୍ଟ୍ର ରାଜନୀତିରେ ନୂଆମୋଡ। ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ମଧ୍ୟରେ ଭେଟ ହୋଇଛି। ଏହାର ଫଟୋ ଭାଇରାଲ ହେଉଛି। ଏନେଇ ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ କହିଛନ୍ତି, ସେ ଆଜି ଲିଫ୍ଟରେ ହଠାତ୍‌ ଦେବେନ୍ଦ୍ର ଫଡନଭିସ୍‌ଙ୍କୁ ଭେଟିଥିଲେ। ନା ନା କହି, ପ୍ରେମ ତୁମକୁ ହେବା ଭଳି କିଛି ଘଟଣା ଘଟିବ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି।
ଉଦ୍ଧବ ଠାକରେ ଭାଜପାର ବରିଷ୍ଠ ନେତା ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ଚନ୍ଦ୍ରକାନ୍ତ ପାଟିଲଙ୍କୁ ମଧ୍ୟ ଭେଟିଛନ୍ତି। ଏହା ଉପରେ ସେ କହିଛନ୍ତି, ଆଜି ଚନ୍ଦ୍ରକାନ୍ତ ଦାଦା ମୋତେ ଚକୋଲେଟ ଦେଇଥିଲେ, କିନ୍ତୁ ମୋର ଦାବି ହେଉଛି ଯୋଜନାର ଚକୋଲେଟ ଜନସାଧାରଣଙ୍କୁ ନ ଦିଆଯାଉ।
ସୂଚନାଯୋଗ୍ୟ, ଉଦ୍ଧଭ ଠାକରେ ଏବଂ ଭାଜପାର ବରିଷ୍ଠ ନେତା ଦେବେନ୍ଦ୍ର ଫଡନଭିସ ହଠାତ୍‌ ମୁମ୍ବାଇର ବିଧାନସଭା କମ୍ପ୍ଲେକ୍ସରେ ଭେଟିଥିଲେ। ଏହି ସମୟରେ ଉଭୟ ନେତା ପରସ୍ପରକୁ ଅଭିବାଦନ ଜଣାଇଥିଲେ ଏବଂ କିଛି ବିଷୟରେ କଥାବାର୍ତ୍ତା ହେଉଥିବା ଦେଖିବାକୁ ମିଳିଥିଲା।
ମହାରାଷ୍ଟ୍ର ବିଧାନସଭାର ମୌସୁମୀ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି ଏବଂ ଏହି ସଂପର୍କରେ ସମସ୍ତ ନେତା ବିଧାନସଭାରେ ପହଞ୍ଚିଛନ୍ତି। ଏହି ସମୟ ମଧ୍ୟରେ ଉଦ୍ଧବ ଠାକରେ ମଧ୍ୟ ଚନ୍ଦ୍ରକାନ୍ତ ପାଟିଲଙ୍କୁ ଭେଟିଥିଲେ। ପାଟିଲ ବିଧାନ ପରିଷଦରେ ବିରୋଧୀ ଦଳର ନେତା ତଥା ଶିବସେନା ୟୁବିଟି ନେତା ଅମ୍ବାଦାସ ଦାନଭେଙ୍କ କାର୍ଯ୍ୟାଳୟକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri