ନୂଆ ଏନ୍‌ଏସି ଘୋଷଣା କେବଳ ନିର୍ବାଚନୀ ଧୂଆଁବାଣ: ଭାଜପା

ଭୁବନେଶ୍ୱର,୨୭।୨(ସୁନିତ୍‌ ମିଶ୍ର):ରାଜ୍ୟ ସରକାରଙ୍କ ନୂଆ ଏନ୍‌ଏସି ଘୋଷଣା କେବଳ ଏକ ନିର୍ବାଚନୀ ଧୂଅଁାବାଣ। ଏହାର କୌଣସି ସାମ୍ବିଧାନିକ ବୈଧାନତା ନାହିଁ। ନୂଆ ଏନ୍‌ଏସି ଘୋଷଣା କରିବା ପାଇଁ ହେଲେ ସେହି ପ୍ରସ୍ତାବକୁ କ୍ୟାବିନେଟ୍‌ରେ ପାରିତ କରିବାକୁ ପଡ଼େ। କ୍ୟାବିନେଟ୍‌ ପ୍ରସ୍ତାବକୁ ବିଧାନସଭାରେ ଅନୁମୋଦନ କରିବାକୁ ପଡ଼େ। ଏହାକୁ ରାଜ୍ୟପାଳ ଅନୁମୋଦନ କରିବା ପରେ ଯାଇ କୌଣସି ନୂଆ ଏନ୍‌ଏସି ବା ନୂଆ ପୌର ପରିଷଦ ଗଠନ କରାଯାଇଥାଏ। ରାଜ୍ୟ ସରକାର ଘୋଷଣା କରିଥିବା ୩୫ଟି ନୂଆ ଏନ୍‌ଏସିକୁ ନେଇ କ୍ୟାବିନେଟରେ କୌଣସି ପ୍ରସ୍ତାବ ପାରିତ ହୋଇନାହିଁ। ତେଣୁ ସରକାର କେଉଁଭଳି ହଠାତ୍‌ ରାତିଅଧିଆ ବିନା କ୍ୟାବିନେଟ୍‌ ଏବଂ ବିଧାନସଭାର ଅନୁମୋଦନରେ ଏହି ଘୋଷଣା କଲେ ବୋଲି ଭାଜପା ରାଜ୍ୟ ମୁଖପାତ୍ର ପୀତାମ୍ବର ଆଚାର୍ଯ୍ୟ ପ୍ରଶ୍ନ କରିଛନ୍ତି।
ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପୀତାମ୍ବର କହିଛନ୍ତି, ରାଜ୍ୟରେ ଲୁଟେରା ସରକାର ଚାଲିଛି। ୨୪ ବର୍ଷ ଶାସନରେ ରାଜ୍ୟକୁ ଲୁଣ୍ଠନ କରିବା ପରେ ନିର୍ବାଚନକୁ ୨ ମାସ ଥିବାବେଳେ ତାଙ୍କର ବିକାଶ କଥା ମନେପଡ଼େ। ଗଣତାନ୍ତ୍ରିକ ପ୍ରକ୍ରିୟାରେ ନ୍ୟାୟ ପ୍ରଦାନ କରିବା ସରକାରଙ୍କ ଉଦ୍ଦେଶ୍ୟ ନୁହେଁ। ସରକାର ଆଇନଗତ ଅଧିକାରକୁ ଭ୍ରୂକୁଞ୍ଚତ୍ତ କରି ନିର୍ବାଚନୀ ଧୂଆଁବାଣ ଛାଡ଼ିଛନ୍ତି। ଏନେଇ ନିର୍ବାଚନ କମିଶନକୁ ଭାଜପା ଅବଗତ କରିବ। ନିର୍ବାଚନ ସମୟରେ ଲୋକମାନଙ୍କୁ ଭ୍ରମ ସୃଷ୍ଟିକାରୀ ଏବଂ ନୂଆ ଯୋଜନାର ଆଳ ଦେଖାଇବା ବିଜେଡିର ପୁରୁଣା ରୋଗ। ବିଜେଡି ସରକାରଙ୍କ ହୀନ ଉଦ୍ୟମକୁ ଭାଜପା ଦୃଢ଼ସ୍ବରରେ ନିନ୍ଦା କରୁଛି। ରାଜ୍ୟ ସରକାର ୩୫ଟି ଏନ୍‌ଏସି ଗଠନ କଲେନାହିଁ ବରଂ ନୂଆ ମକଦ୍ଦମା ତିଆରି କରିଦେଲେ। ପଦ୍ମପୁର ଜିଲା ଘୋଷଣାକୁ ବିଜେଡି ସରକାର ଯେଉଁଭଳି ପ୍ରାୟୋଜିତ ଢଙ୍ଗରେ ହାଇକୋର୍ଟରେ ନିଜର ଦଳୀୟ ଓକିଲଙ୍କୁ ଲଗାଇ ରୋକ୍‌ ଲଗାଇବାର ଷଡ଼ଯନ୍ତ୍ର କରାଇଥିଲେ ସେହିଭଳି ଏହି ନୂଆ ଏନ୍‌ଏସି ଗଠନ ଘୋଷଣାକୁ କରାଇବେ ବୋଲି ପୀତାମ୍ବର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri