୪ରେ ଜୀ ସାର୍ଥକର ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ଟୁଇନ୍ସ’

ଭୁବନେଶ୍ୱର,୧।୬: ଜୀ ସାର୍ଥକର ବହୁ ପ୍ରତୀକ୍ଷିତ ଓଡ଼ିଆ ଚଳଚ୍ଚିତ୍ର ‘ଟୁଇନ୍ସ’ର ଓ୍ବାଲର୍‌ଡ ଟେଲିଭିଜନ ପ୍ରିମିୟର ଶୋ’ ୨୦୨୩ ଜୁନ୍‌ ୪ ରେ ପ୍ରସାରିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ଜୀ ସାର୍ଥକ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ‘ଟୁଇନ୍ସ’ର ଅଡିଓ ରିଲିଜ ଓ ପୋଷ୍ଟାର ଉନ୍ମୋଚନ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଏସ୍‌ପିପି ପ୍ରଡକ୍ସନ ବ୍ୟାନର ଦ୍ୱାରା ନିର୍ମତ ଏବଂ କ୍ଷୀରୋଦ ପଟ୍ଟନାୟକଙ୍କ ପ୍ରଯୋଜନା ଓ ନିର୍ଦ୍ଦେଶକ ରାଶେଷ ମହାନ୍ତିଙ୍କ ନିର୍ଦ୍ଦେଶନାରେ ଟୁଇନ୍ସ ପ୍ରସ୍ତୁତି ହୋଇଛି। ଉକ୍ତ ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶକ ଗୁଡ୍‌ଲି ରଥ ସଙ୍ଗୀତଗୁଡିକ ସଜାଇଥିବା ବେଳେ ସ୍ବୟଂ ପାଢ଼ୀ, ଲିପ୍ସା ମହାପାତ୍ର, ଅର୍ପିତା ଚୌଧରୀ ଓ ଶିଶୁ କଣ୍ଠଶିଳ୍ପୀ ସୁଦୀପ୍ତା ବିନ୍ଧାଣି ପ୍ରମୁଖ ଗୀତ ଗାଇଛନ୍ତି। ସେହିଭଳି ଚଳଚ୍ଚିତ୍ରର ସମସ୍ତ ଗୀତକୁ ଗୀତିକାର ସୂର୍ଯ୍ୟ ମହାପାତ୍ର ଲେଖିଥିବାବେଳେ ସାତ୍ୟକି କୁଣ୍ଡୁ ଚଳଚ୍ଚିତ୍ରର କାହାଣୀ ରଚନା କରିଛନ୍ତି। ଏ ସମ୍ପର୍କରେ ଜୀ ସାର୍ଥକର ଚ୍ୟାନେଲ ମୁଖ୍ୟ ପ୍ରତୀକ ସିଲ୍‌ କହିଛନ୍ତି, ଉକ୍ତ ଚଳଚ୍ଚିତ୍ରରେ ଚୁଲ୍‌ବୁଲି ନାୟିକା ରିୟା ଦେ ଏବଂ ଡ୍ୟାନ୍ସିଙ୍ଗ ଷ୍ଟାର ହରିହର ଦାଶଙ୍କ ସମେତ ସନ୍ତୋଷ ଦାଶ, କୀର୍ତ୍ତି ମହାନ୍ତି ଏବଂ ଲତାସା ପ୍ରମୁଖ ନଜର ଆସିବେ। ଏହି ଫିଲ୍ମଟି ନାରୀର ବିଭିନ୍ନ ରୂପକୁ ସୁନ୍ଦର ଭାବେ ଦେଖାଇଛି ଓ ଦର୍ଶକମାନଙ୍କ ଦ୍ବାରା ଚଳଚ୍ଚିତ୍ରଟି ନିଶ୍ଚୟ ଆଦୃତି ଲାଭ କରିବ ବୋଲି ଉଭୟ ପ୍ରଡକ୍ସନ ବ୍ୟାନର ଓ ଚ୍ୟାନେଲ କର୍ତ୍ତ୍ୱପକ୍ଷ ଆଶା କରିଥିବା ସେ ମତପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ୨୦୨୩ ଜୁନ୍‌ ୪ ସା ୬ଟା ୩୦ରେ ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ଟୁଇନ୍ସ’ ଜୀ ସାର୍ଥକରେ ପ୍ରସାରିତ ହେବ। ବିଶେଷକରି ଦୁଇ ଯାଆଁଳା ଭଉଣୀ ଆଭା ଓ ଆରତୀଙ୍କ କାହାଣୀକୁ ନେଇ ଚଳଚ୍ଚିତ୍ର ଟୁଇନ୍ସ ତିଆରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri