୩ ଦିନରେ ଭାଜପାର ନୂଆ ସଭାପତି

ଭୁବନେଶ୍ୱର,୨୯ା୬(ସୁନିତ୍‌ ମିଶ୍ର): ଭାଜପାର ନୂଆ ରାଜ୍ୟ ସଭାପତି କିଏ ହେବେ, ସେନେଇ ଆସନ୍ତା ସୋମବାର ଜଣାପଡ଼ିଯିବ। ଏନେଇ ଦଳ ତରଫରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦଳର ସଭାପତି ନିର୍ବାଚନ ଲାଗି ରବିବାର ନୋଟିସ ଜାରି ହେବ। ସୋମବାର ନାମାଙ୍କନପତ୍ର ଦାଖଲ କରାଯିବ ବୋଲି ଭାଜପାର ଜଣେ ବରିଷ୍ଠ ନେତା ସୂଚନା ଦେଇଛନ୍ତି। ଦଳ ପକ୍ଷରୁ ଶନିବାର ଏକ ପ୍ରେସ୍‌ ବିଜ୍ଞପ୍ତି ଜାରି କରାଯାଇଥିବା ବେଳେ ସେଥିରେ ଉଲ୍ଲେଖ କରାଯାଇଛି, ଭାଜପାର କେନ୍ଦ୍ର ନିର୍ବାଚନ ଅଧିକାରୀ ବି. ଲକ୍ଷ୍ମଣଙ୍କ ନିର୍ଦ୍ଦେଶକ୍ରମେ ବିଭିନ୍ନ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଛି। ୩ ଦିନ ଧରି ହେବାକୁ ଥିବା ଏହି ନିର୍ବାଚନ ପ୍ରକ୍ରିୟା ଆସନ୍ତା ୧ ତାରିଖ ସୁଦ୍ଧା ଶେଷ ହେବ ବୋଲି ଦଳର ରାଜ୍ୟ ନିର୍ବାଚନ ଅଧିକାରୀ ତଥା ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କହିଛନ୍ତି। ସେ କହିଛନ୍ତି, ଏହି ନିର୍ବାଚନ ପ୍ରକ୍ରିୟାର ସୁପରିଚାଳନା ଓ ତଦାରଖ ପାଇଁ କେନ୍ଦ୍ର ନିର୍ବାଚନ ଅଧିକାରୀଙ୍କ ତରଫରୁ ବିହାର ଏମ୍‌ପି ସଞ୍ଜୟ ଜୟସ୍ବାଲଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି। ସେ ରବିବାର ଓଡ଼ିଶା ଗସ୍ତରେ ଆସିବେ। ଏହାପରେ ନିର୍ବାଚନ ପ୍ରକ୍ରିୟାର ନୋଟିସ ଜାରି କରିବେ। ଜଣେ ବରିଷ୍ଠ ନେତା ନାମ ଗୋପନ ସର୍ତ୍ତରେ କହିଛନ୍ତି, ଦଳର ରାଜ୍ୟ ସଭାପତି କିଏ ହେବେ ସେକଥା ଉପରୁ ଏକପ୍ରକାର ନିଷ୍ପତ୍ତି ସରିଥିବ। ପର୍ଯ୍ୟବେକ୍ଷକ ଆସିବା ପରେ ନୋଟିସ ମାରିବେ ଏବଂ ଅନୌପଚାରିକ ଭାବେ କିଏ ଏହି ପଦ ଲାଗି ନାମାଙ୍କନ କରିବେ ସେନେଇ ସୂଚନା ଦେବେ। ତେଣୁ ଜଣେ ମାତ୍ର ହିଁ ବ୍ୟକ୍ତି ଦଳରୁ ନାମାଙ୍କନ କରିବେ। ସେଦିନ ହିଁ ଜଣାପଡ଼ିଯିବ କିଏ ସଭାପତି ହେଉଛନ୍ତି। କିଛିଦିନ ତଳେ ସଭାପତି ପଦକୁ ନେଇ ସମସ୍ତଙ୍କ ମତାମତ ଲୋଡ଼ାଯାଇଥିଲା। ଦଳ ଯାହାଙ୍କୁ ଦାୟିତ୍ୱ ଦେବ ତାଙ୍କୁ ସମସ୍ତେ ମାନି ଚାଲିବେ ବୋଲି ଅଧିକାଂଶ ନେତା ମତ ରଖିସାରିଛନ୍ତି।
ରାଜ୍ୟରେ ଭାଜପା ପ୍ରଥମ ଥର ଲାଗି ସରକାରକୁ ଆସିଛି। ତେଣୁ ଏଥର ଦଳର ରାଜ୍ୟ ସଭାପତି କିଏ ହେବ ତାହା ଉପରେ ସମସ୍ତଙ୍କ ନଜର ରହିଛି। କେତେଜଣଙ୍କ ନାଁ ସଭାପତି ନିର୍ବାଚନ ଲାଗି ଚର୍ଚ୍ଚାରେ ରହିଛି। ଅନ୍ୟପଟେ ବର୍ତ୍ତମାନ ସଭାପତି ଥିବା ମନମୋହନଙ୍କୁ ଆଉ ଥରେ ଏହି ପଦରେ ରଖିବା ପାଇଁ ଉପରେ ନିଷ୍ପତ୍ତି ହୋଇଥିବା କଥା ମଧ୍ୟ ଶୁଣିବାକୁ ମିଳୁଛି। ଅନ୍ୟପଟେ ଭାଜପା ସରକାରରେ ନିଗମ ଓ ବୋର୍ଡଗୁଡ଼ିକର ଅଧ୍ୟକ୍ଷ ପଦ ଖାଲିପଡ଼ିଛି। ରାଜ୍ୟ ସଭାପତି ନିର୍ବାଚନ ପରେ ଏହି ପଦବୀ ପୂରଣ ହେବ ବୋଲି ଦୀର୍ଘଦିନ ଧରି ଶୁଣିବାକୁ ମିଳୁଛି। ଅନ୍ୟପଟେ ସଭାପତି ଚୟନ ପରେ ଖାଲି ପଡ଼ିଥିବା ୬ ମନ୍ତ୍ରୀ ପଦବୀ ପୂରଣ ହେବା ସହ ମନ୍ତ୍ରିମଣ୍ଡଳ ଅଦଳବଦଳ ହୋଇପାରେ ବୋଲି ଭାଜପା ମହଲରେ ଚର୍ଚ୍ଚା ଚାଲିଛି।
ସୂଚନାଯୋଗ୍ୟ, ଭାଜପାରେ ପ୍ରତି ୩ ବର୍ଷରେ ଥରେ ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହୁଏ। ଗତ ନିର୍ବାଚନ ପରି ଚଳିତ ‘ସାଙ୍ଗଠନିକ ନିର୍ବାଚନ ୨୦୨୪‘ ସ୍ଥାନୀୟସ୍ତରରୁ ଆରମ୍ଭ ହୋଇ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ନିର୍ବାଚନରେ ଶେଷ ହେବ। ଏଥିରେ ଭାଜପାର ସ୍ଥାନୀୟ ସମିତି, ମଣ୍ଡଳ ସମିତି, ଜିଲା ସମିତି ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri