‘ପିଲାଙ୍କ ସ୍ବପ୍ନ ସାକାର ହେଲେ ନବୀନ ଓଡ଼ିଶାର ଲକ୍ଷ୍ୟ ପୂରଣ ସମ୍ଭବ’

ଭୁବନେଶ୍ୱର,୨୨।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ ରାଜ୍ୟ ସରକାରଙ୍କ ସ୍କୁଲ ରୂପାନ୍ତରଣ କାର୍ଯ୍ୟ ଆରମ୍ଭ ହୋଇଛି। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ ସ୍କୁଲର ରୂପାନ୍ତରଣ କାର୍ଯ୍ୟ ବର୍ତ୍ତମାନ ସୁଦ୍ଧା ସମ୍ପୂର୍ଣ୍ଣ ହୋଇଛି। ସେଥିମଧ୍ୟରୁ ୧୦ ସ୍କୁଲକୁ ଶନିବାର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ଉକ୍ତ ୧୦ଟି ଯାକ ସ୍କୁଲରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ ହୋଇଥିଲା। ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟକ୍ରମକୁ ଭର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟନକରି କହିଛନ୍ତି, ପ୍ରତ୍ୟେକ ପିଲା ହେଉଛନ୍ତି ଅନନ୍ତ ସମ୍ଭାବନାର ପ୍ରତୀକ। ସୁନ୍ଦର ଭବିଷ୍ୟତ ପାଇଁ ସେମାନଙ୍କ ସ୍ବପ୍ନ ଓ ଏହାକୁ ସାକାର କରିବା ଲାଗି ରୂପାନ୍ତରଣର ସୁଯୋଗ ଆଣିଦେଇଛି। ପିଲାଙ୍କ ସ୍ବପ୍ନ ସାକାର ହେଲେ ନବୀନ ଓଡ଼ିଶାର ଲକ୍ଷ୍ୟ ପୂରଣ ହୋଇପାରିବ। ଏହାକୁ ସେ ନୂଆ ଓଡ଼ିଶାର ଭିତ୍ତି ଭାବେ ବର୍ଣ୍ଣନା କରିଛନ୍ତି।

ନବୀନ ଆହୁରି କହିଛନ୍ତି, ସ୍କୁଲ ହେଉଛି ପିଲାଙ୍କ ଜୀବନର ଶ୍ରେଷ୍ଠ ସମୟ। ପିଲାଙ୍କ ପାଇଁ ଯାହା ସେମାନଙ୍କ ଭବିଷ୍ୟତ ସହ ତାଙ୍କୁ ଶ୍ରେଷ୍ଠ ଭାବେ ଗଢିବାକୁ ଅନେକ ସୁଯୋଗ ସୃଷ୍ଟି କରିବ। ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତର କାର୍ଯ୍ୟ ସାରା ରାଜ୍ୟକୁ ବାଟ ଦେଖାଇଛି। ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୧୦୭୦ ସ୍କୁଲର କାୟାକଳ୍ପ ହେବ। ଏହା ହେଉଛି ୫-ଟି କାର୍ଯ୍ୟକ୍ରମର କ୍ଲାସିକ ଉଦାହରଣ। ଟେକ୍ନୋଲୋଜି ଯୋଗୁ ସ୍ମାର୍ଟ କ୍ଲାସ୍‌ ରୁମ୍‌, ଇ-ଲାଇବ୍ରେରି, କମ୍ପ୍ୟୁଟର ଓ ମଡର୍ନ ଲାବରେଟାରିର ସୁବିଧା ଦେଇଛି। ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ଓ୍ବାର୍କ, ପଞ୍ଚାୟତ ପ୍ରତିନିଧିଠାରୁ ଆରମ୍ଭକରି ସ୍କୁଲ ପରିଚାଳନା କମିଟି, ଶିକ୍ଷୟିତ୍ରୀ-ଶିକ୍ଷକ, ପୁରାତନ ଛାତ୍ରୀଛାତ୍ର, ପ୍ରଶାସନ, ଅଭିଭାବକ, ସ୍ଥାନୀୟ ଜନସାଧାରଣ ସମସ୍ତେ ଏଥିଲାଗି ମିଶି କାମ କରିଛନ୍ତି। କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଥିବା ମନ୍ତ୍ରିମଣ୍ଡଳର ସଦସ୍ୟବୃନ୍ଦ ଓ ବିଧାୟକମାନଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ହିଞ୍ଜିଳିର ସ୍କୁଲଗୁଡ଼ିକର ରୂପାନ୍ତରଣ ସମସ୍ତଙ୍କ ପାଇଁ ନିଶ୍ଚିତ ଏକ ବଡ଼ ପ୍ରେରଣା। ଏହା ସାରା ରାଜ୍ୟରେ ମଧ୍ୟ ସମ୍ଭବ। ଗଞ୍ଜାମରେ ଏହାର ସଫଳତା ହେଉଛି ଗୋଷ୍ଠୀର ଅଂଶଗ୍ରହଣ। ଗଞ୍ଜାମରେ ଯଦି କୌଣସି କାମ ଲାଗି ଲକ୍ଷେ ଟଙ୍କା ଦିଆଯାଏ ସେମାନେ ୨ ଲକ୍ଷ ଟଙ୍କାର କାମ କରି ଦେଖାଇବେ। ଗଞ୍ଜାମର ଏହି ଗୋଷ୍ଠୀ ଚେତନା ହିଁ ସବୁଠାରୁ ବଡ଼ ଶକ୍ତି ଓ ସଫଳତା। ଏଥିରେ ମୋଟ ୨୦ ଜଣ ମନ୍ତ୍ରୀ ଓ ବିଧାୟକ ସାମିଲ ହୋଇଥିବା ବେଳେ ଏହାଛଡ଼ା ସରପଞ୍ଚ, ପଞ୍ଚାୟତ ସଦସ୍ୟ, ସ୍କୁଲର ପୁରାତନ ଓ ବର୍ତ୍ତମାନର ଛାତ୍ରୀଛାତ୍ର, ଅଭିଭାବକ ଏବଂ ସ୍ଥାନୀୟ ଜନସାଧାରଣ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?