କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି ଭାବେ କାର୍ଯ୍ୟ କରୁଥିଲେ। ଓଆଇସି ପଦବୀକୁ ପଦୋନ୍ନତି ହେଲା ପରେ କେସିଙ୍ଗା ଅବକାରୀ ଥାନାରେ ଯୋଗଦାନ କରିଛନ୍ତି। ସେ ଯୋଗଦାନ କରିବା ଦିନଠାରୁ ୨ଟି ଗଞ୍ଜେଇ କେସ୍‌ ସମେତ ୧୪ଟି ମଦ କେସ୍‌ ଧରିଥିବା ପ୍ରକାଶ କରିଥିଲେ। ସମଗ୍ର କେସିଙ୍ଗା ଅଞ୍ଚଳରେ କୁଚିଆ ମଦ, ଦେଶୀ ମହୁଲି ମଦ ପ୍ରସ୍ତୁତ କରି ବିନା ଲାଇସେନ୍ସରେ ବିକ୍ରି କରୁଥିବା ବ୍ୟବସାୟୀଙ୍କୁ ଗିରଫ କରିବା ସହ କୋର୍ଟ ଚାଲାଣ କରାଯାଇଛି। ଆଗକୁ କୌଣସି ବ୍ୟବସାୟୀ ଯଦି ମହୁଲି ମଦ ପ୍ରସ୍ତୁତ କରି ଚୋରାରେ ବିକ୍ରି କରୁଥିବା ବ୍ୟକ୍ତିଙ୍କ ନାମରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରକାଶ କରିଥିଲେ। ଆଗକୁ ନୂଆଖାଇ ଥିବାରୁ ଚୋରାମଦର ବହୁ ପରିମାଣରେ ବିକ୍ରି କରିବାର ସମ୍ଭାବନା ରହିଛି। ଏ ସଂକ୍ରାନ୍ତରେ କେସିଙ୍ଗା ଅବକାରୀ ଥାନାର ଓଆଇସି ମଳୟ ପ୍ରଧାନଙ୍କୁ ପଚାରିବାରୁ ଏହି ବ୍ଲକର ବିଭିନ୍ନ ଗ୍ରାମରେ ଚୋରାରେ ମହୁଲି ମଦ ବିକ୍ରି କରା ଯାଉଥିବା ବ୍ୟକ୍ତିଙ୍କୁ ଅନୁସନ୍ଧାନ କରି କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରକାଶ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri