ନୂତନ ପେଣ୍ଟ ‘ବିର୍ଲା ଓପସ୍‌’ ଉନ୍ମୋଚିତ

ଭୁବନେଶ୍ୱର, ୧୫।୯:ଦେଶର ପ୍ରମୁଖ ଘରୋଇ ଶିଳ୍ପ ପ୍ରତିଷ୍ଠାନ ତଥା ଆଦିତ୍ୟ ବିର୍ଲା ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ପେଣ୍ଟ ‘ବିର୍ଲା ଓପସ୍‌’କୁ ନିକଟରେ ଉନ୍ମୋଚନ କରାଯାଇଛି। ବିଶେଷକରି ୨୦୨୩-୨୪ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ମଧ୍ୟରେ ବିର୍ଲା ଓପସ୍‌କୁ ଆନୁଷ୍ଠାନିକ ଭାବେ ବଜାର ପ୍ରବେଶ କରାଯିବା କାର୍ଯ୍ୟକ୍ରମ ରହିଛି। ଏପରିକି ଗ୍ରାସିମ୍‌ ପକ୍ଷରୁ ଡେକୋରେଟିଭ ପେଣ୍ଟ ବର୍ଗମାଳାକୁ ଉନ୍ମୋଚନ କରାଯିବ। ଏ ସମ୍ପର୍କରେ ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଅଧ୍ୟକ୍ଷ କୁମାରମଙ୍ଗଳମ୍‌ ବିର୍ଲା କହିଛନ୍ତି, ଡେକୋରେଟିଭ୍‌ ପେଣ୍ଟ୍‌ କ୍ଷେତ୍ରରେ ଆମର ପ୍ରବେଶ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ପସନ୍ଦ। ଏହା ଆମକୁ ଉଚ୍ଚ ଅଭିବୃଦ୍ଧି ବଜାର ହାସଲ କରିବା ଏବଂ ଏହି ବ୍ୟାପକ ଗ୍ରାହକ ଦୃଶ୍ୟପଟରେ ଉପସ୍ଥିତି ସମ୍ପ୍ରସାରଣ କରିବାରେ ସକ୍ଷମ କରିବ। ଆମର ପେଣ୍ଟ ବ୍ୟବସାୟକୁ ଆଦିତ୍ୟ ବିର୍ଲା ବ୍ରାଣ୍ଡ୍‌ ସହ ଜଡ଼ିତ ଥିବା ଶକ୍ତି ଓ ବିଶ୍ୱାସ ଆଧାରରେ ଗଠନ କରାଯିବ। ଏକ ସଫଳ ବ୍ୟବସାୟର ଶୁଭାରମ୍ଭ ପାଇଁ ଗତ କିଛି ବର୍ଷରେ କମ୍ପାନୀ ଏକ ଦୃଢ଼ ମୂଳଦୁଆ ସ୍ଥାପନ କରିଛି। ଆଗାମୀ ବର୍ଷଗୁଡ଼ିକରେ ଏକ ଲାଭଦାୟକ କମ୍ପାନୀ ଭାବେ ୨ୟ ସ୍ଥାନରେ ରହିବାକୁ ଆମେ ଉଦ୍ୟମ କରୁଛୁ ଏବଂ ଆମ ବ୍ରାଣ୍ଡ୍‌ ନାମ ଘୋଷଣା ବହୁ ପଦକ୍ଷେପ ମଧ୍ୟରୁ ପ୍ରଥମ। ଶୁଭାରମ୍ଭ ପୂର୍ବରୁ ଗ୍ରାସିମ୍‌ ପକ୍ଷରୁ ମେଟ୍ରୋ ସହରଗୁଡ଼ିକରେ ସଫଳତାର ସହ ଏହାର ପରୀକ୍ଷଣ କରାଯାଇଥିଲା ଏବଂ ଉଡ୍‌ ଫିନିସ୍‌ ବର୍ଗମାଳାକୁ ଉପସ୍ଥାପନ କରାଯାଇଛି। ମହାରାଷ୍ଟ୍ରରେ ଏଥିପାଇଁ ଏକ ଅତ୍ୟାଧୁନିକ ଆର୍‌ ଆଣ୍ଡ୍‌ ଡି ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri