Posted inଜାତୀୟ

ନୂଆ ସଂସଦ ଉଦ୍‌ଘାଟନୀ ସମାରୋହକୁ ବର୍ଜନ କରିବା ଉପରେ ବିରୋଧୀଙ୍କୁ ଟାର୍ଗେଟ୍‌ କଲେ ଶାହା, କହିଲେ କଂଗ୍ରେସ ସହ ଚାଲୁଥିବା ଲୋକ…

ନୂଆଦିଲ୍ଲୀ,୨୫।୫: ନୂତନ ସଂସଦ ଭବନର ଉଦ୍‌ଘାଟନୀ ସମାରୋହକୁ ବର୍ଜନ କରିବା ନିଷ୍ପତ୍ତିକୁ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କଂଗ୍ରେସ ଉପରେ ବର୍ଷିଛନ୍ତି। ଗୁରୁବାର ଆସାମରେ ଶାହା କହିଛନ୍ତି, କଂଗ୍ରେସ ଦଳର ମନୋଭାବ ନକାରାତ୍ମକ। ଦେଶକୁ ଏକ ନୂତନ ସଂସଦ ଦେବା ପାଇଁ ପ୍ରଧାନମନ୍ତ୍ରୀ ମୋଦି କାର୍ଯ୍ୟ କରୁଛନ୍ତି ଏବଂ କଂଗ୍ରେସ ଏବଂ ଏହାର ସହଯୋଗୀମାନେ ଏଡାକୁ ରାଜନୀତି କରୁଛନ୍ତି। ରାଷ୍ଟ୍ରପତିଙ୍କ ନାମ ନେଇ ସେମାନେ ବାହାନା କରୁଛନ୍ତି।

ସେ ଆହୁରି କହିଛନ୍ତି, ଯେଉଁମାନେ କଂଗ୍ରେସ ସହିତ ଚାଲନ୍ତି ମୁଁ ସେମାନଙ୍କୁ କହିବାକୁ ଚାହେଁ ଯେ ଯଦି ଆପଣ ସେମାନଙ୍କ ସହ ଚାଲନ୍ତି ତେବେ ଆପଣ ସେମାନଙ୍କ ପରି ହୋଇଯିବେ। ଦେଶର ଜନତା ଦୁଇ ତୃତୀୟାଂଶ ସଂଖ୍ୟାଗରିଷ୍ଠତା ସହ ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ଭାବରେ ମନୋନୀତ କରିଛନ୍ତି। ଦେଶ କଂଗ୍ରେସ ଉପରେ ନିର୍ଭରଶୀଳ ହେବ ନାହିଁ। ଯେତେବେଳେ ବି ପ୍ରଧାନମନ୍ତ୍ରୀ କୌଣସି କାର୍ଯ୍ୟକ୍ରମ କରନ୍ତି, ତେବେ ଏହି ଲୋକମାନେ ବୟକଟ କାମ କରନ୍ତି। ଆପଣ କଣ କରୁଛନ୍ତି ତାହା ଭାରତର ଲୋକମାନେ ଦେଖୁଛନ୍ତି। ପରବର୍ତ୍ତୀ ସମୟରେ ଏତେ ସଂଖ୍ୟକ ସିଟ୍‌ ଆସିବ ନାହିଁ । ତା’ପରେ ମୋଦି ଜୀ ୩୦୦ରୁ ଅଧିକ ସିଟ ସହ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୬୮

ଗୁଆହାଟୀ,୨୮।୭: ଆସାମରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ସଙ୍କଟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଟଳି ନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨…

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ଏନ୍‌ଇଇଟି ପରେ ସରକାରଙ୍କ ଚିନ୍ତା ବଢ଼ାଇଛି ଇ-୨୦ ଅସନ୍ତୋଷ: ଅଗଷ୍ଟ ୪ରେ…

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଏନ୍‌ଇଇଟି ବିବାଦ ପରେ ଏବେ ୨୦% ଇଥାନଲ୍‌-ମିଶ୍ରିତ ପେଟ୍ରୋଲ (ଇ-୨୦)କୁ ନେଇ କେନ୍ଦ୍ର ସରକାରଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀର କେତେକ ପ୍ରମୁଖ…

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri