Posted inଜାତୀୟ

ସକାଳ ସାଢେ ସାତଟାରୁ ପୂଜାରୁ ଆରମ୍ଭ ହେବ ସଂସଦ ଭବନ ଉଦଘାଟନ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୫।୫: ନୂଆ ସଂସଦ ଭବନର ଉଦଘାଟନ ୨୮ ମେ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯିବ। ପ୍ରଧାନମନ୍ତ୍ରୀ ଏହାର ଉଦଘାଟନ ଦିନ ୧୨ଟାରେ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା ପୂର୍ବରୁ ସକାଳ ୭ଟାରେ ପୂଜାପୂଜି କାର୍ଯ୍ୟକ୍ରମ ଆରମ୍ଭ ହୋଇଯିବ। ସକାଳ ସାଢେ ୭ଟାରୁ ସାଢେ ୮ଟା ପର୍ଯ୍ୟନ୍ତ ପୂଜା କରାଯିବ। ପୂଜା ପାଇଁ ପଣ୍ଡାଲ ଗାନ୍ଧୀଙ୍କ ମୂର୍ତ୍ତି ନିକଟରେ ଲାଗିବ।
ଏହି ପୂଜାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଲୋକ ସଭା ସ୍ପିକର ଓମ ବିର୍ଲା, ରାଜ୍ୟ ସଭା ଡେପୁଟି ଚେୟାରମ୍ୟାନଙ୍କ ସମେତ କେତେଜଣ ମନ୍ତ୍ରୀ ଉପସ୍ଥିତ ରହିବେ। ଏହାପରେ ସକାଳ୮ଟା ୩୦ରୁ ୯ଟା ମଧ୍ୟରେ ଲୋକ ସଭା ଭିତରେ ସେଙ୍ଗୋଲ ସ୍ଥାପନ କରାଯିବ। ସକାଳ ୯ଟା ୩୦ରେ ଏକ ପ୍ରାର୍ଥନା ସଭା ହେବ, ଏହି ପ୍ରାର୍ଥନା ସଭାରେ ଶଙ୍କରାଚାର୍ଯ୍ୟଙ୍କ ସମେତ ବହୁ ବିଦ୍ୱାନ ପଣ୍ଡିତ ଏବଂ ସାଧୁ ଉପସ୍ଥିତ ରହିବେ। ଏହା ବ୍ୟତୀତ ଆଦି ଶିବ ଏବଂ ଆଦି ଶଙ୍କରାଚାର୍ଯ୍ୟଙ୍କୁ ପୂଜା କରିବାର ସମ୍ଭାବନା ମଧ୍ୟ ରହିଛି।

ସକାଳେ ପୂଜା ଓ ହବନ ପରେ, ଦ୍ୱିତୀୟ ପର୍ଯ୍ୟାୟର କାର୍ଯ୍ୟକ୍ରମ ମଧ୍ୟାହ୍ନ ୧୨ଟାରୁ ଆରମ୍ଭ ହେବ। ଦ୍ୱିତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମ ଜାତୀୟ ସଂଗୀତ ସହିତ ଆରମ୍ଭ ହେବ। ଏହି ଅବସରରେ ଦୁଇଟି କ୍ଷୁଦ୍ର ଚଳଚ୍ଚିତ୍ରର ସ୍କ୍ରିନିଂ ମଧ୍ୟ କରାଯିବ। ଏହାପରେ ରାଜ୍ୟ ସଭାର ଡେପୁଟି ଚେୟାରମ୍ୟାନ ଉପରାଷ୍ଟ୍ରପତି ଏବଂ ରାଷ୍ଟ୍ରପତିଙ୍କ ବାର୍ତ୍ତା ପଢିବେ। ଏହି ଅବସରରେ ରାଜ୍ୟ ସଭାରେ ବିରୋଧୀ ଦଳର ନେତାଙ୍କର ମଧ୍ୟ ସମ୍ବୋଧିତ ରହିବ।

ଏହି ଅବସରରେ ଏକ ମୁଦ୍ରା ଏବଂ ଷ୍ଟାମ୍ପ ମଧ୍ୟ ପ୍ରକାଶ ପାଇବ। ଶେଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିବେ ଏବଂ ଏହା ସହ ସେ ନୂଆ ସଂସଦ ଭବନର ଉଦଘାଟନ କରିବେ। ଏହି କାର୍ଯ୍ୟକ୍ରମ ଦିନ ପ୍ରାୟ ୨ରୁ ୨ଟା ୩୦ ମଧ୍ୟରେ ଏହି ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri