ନୂଆ ଲୋକଙ୍କୁ ଦିଆଯିବ ନାହିଁ ଟିକା

ଭୁବନେଶ୍ୱର,୬।୫: ସ୍ବାସ୍ଥ୍ୟ ଏସିଏସ୍‌ ପ୍ରଦୀପ୍ତ ମହାପାତ୍ର ଗୁରୁବାର ରାଜ୍ୟର ଟିକାକରଣ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ରାଜ୍ୟରେ ୯୭ ପ୍ରତିଶତ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ପ୍ରଥମ ଓ ୮୭ ପ୍ରତିଶତ ଦ୍ୱିତୀୟ ଡୋଜ ଟିକା ଦିଆଯାଇଛି। ସେହିପରି ୯୭ ପ୍ରତିଶତ ସମ୍ମୁଖ ଯୋଦ୍ଧା ପ୍ରଥମ ଡୋଜ ନେଇଥିବା ବେଳେ ୮୫ ପ୍ରତିଶତ ଦ୍ୱିତୀୟ ଡୋଜ ନେଇଛନ୍ତି। ରାଜ୍ୟରେ ୪୫ ବର୍ଷରୁ ଊର୍ଦ୍ଧ୍ୱ ମୋଟ ୧ କୋଟି ୧୬ ଲକ୍ଷ ଲୋକ ଅଛନ୍ତି। ସେଥିମଧ୍ୟରୁ ୪୩.୫୫ ଲକ୍ଷ ପ୍ରଥମ ଡୋଜ ନେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୩ ଲକ୍ଷ ୪୩ ହଜାର ଲୋକ ଦ୍ୱୀତିୟ ଡୋଜ ନେବା ପାଇଁ ଅପେକ୍ଷା କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫ ଲକ୍ଷ ୯୬ ହଜାର ଲୋକଙ୍କୁ ଦ୍ୱିତୀୟ ଡୋଜ ଟିକା ଦିଆଯାଇଛି। ପାଖାପାଖି ୧୭ ଲକ୍ଷ ଲୋକଙ୍କ ଦ୍ୱିତୀୟ ଡୋଜ ବାକି ରହିଛି। କୋଭାକ୍ସିନ ଟିକା କେବଳ ଭୁବନେଶ୍ୱର ମହାନଗର ଅଞ୍ଚଳରେ ଦିଆଯାଉଛି। କୋଭାକ୍ସିନ ଟିକା ଦ୍ୱିତୀୟ ଡୋଜ ଦେବାରେ କୌଣସି ସମସ୍ୟା ନ ଥିବା କହିଛନ୍ତି। ଘରୋଇ ହସ୍ପିଟାଲରେ ପ୍ରଥମ ଡୋଜ ନେଇଥିଲେ ସରକାରୀ ହସ୍ପିଟାଲରୁ ମାଗଣାରେ ଦ୍ୱିତୀୟ ଡୋଜ ଟିକା ନେଇପାରିବେ। ଏପ୍ରିଲ ୩୦ ସୁଦ୍ଧା ଘରୋଇ ହସ୍ପିଟାଲରେ ପ୍ରଥମ ଡୋଜ ନେଇଥିଲେ ଦ୍ୱିତୀୟ ଡୋଜ ମାଗଣାରେ ନେଇ ପାରିବେ।

ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)କୁ ଛାଡ଼ି ୩୦ଟି ଜିଲାରେ କୋଭିସିଲ୍ଡ ଟିକା ଦିଆଯାଉଥିବାରୁ ସମସ୍ୟା ଉପୁଜିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ତୁରନ୍ତ ୧୫ ଲକ୍ଷ ଡୋଜ ଟିକା ଦେବାକୁ କେନ୍ଦ୍ରକୁ ନିବେଦନ କରାଯାଇଛି। ଦ୍ୱିତୀୟ ଡୋଜ ଅପେକ୍ଷାରେ ଥିବା ଲୋକଙ୍କୁ ପ୍ରଥମେ ଦିଆଯିବ। କୌଣସି ନୂଆ ଲୋକଙ୍କୁ ବର୍ତ୍ତମାନ ଟିକା ଦିଆଯିବ ନାହିଁ। ଟିକା ଉତ୍ପାଦନ ଏବଂ ବିତରଣ କ୍ଷମତା କେନ୍ଦ୍ର ହାତରେ ରହିଛି। ଏନେଇ ପ୍ରଥମ ଡୋଜ ନେବାକୁ ଥିବା ବ୍ୟକ୍ତିଙ୍କୁ ଅପେକ୍ଷା କରିବାକୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri