ନୂଆ ଲୋକଙ୍କୁ ଦିଆଯିବ ନାହିଁ ଟିକା

ଭୁବନେଶ୍ୱର,୬।୫: ସ୍ବାସ୍ଥ୍ୟ ଏସିଏସ୍‌ ପ୍ରଦୀପ୍ତ ମହାପାତ୍ର ଗୁରୁବାର ରାଜ୍ୟର ଟିକାକରଣ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ରାଜ୍ୟରେ ୯୭ ପ୍ରତିଶତ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ପ୍ରଥମ ଓ ୮୭ ପ୍ରତିଶତ ଦ୍ୱିତୀୟ ଡୋଜ ଟିକା ଦିଆଯାଇଛି। ସେହିପରି ୯୭ ପ୍ରତିଶତ ସମ୍ମୁଖ ଯୋଦ୍ଧା ପ୍ରଥମ ଡୋଜ ନେଇଥିବା ବେଳେ ୮୫ ପ୍ରତିଶତ ଦ୍ୱିତୀୟ ଡୋଜ ନେଇଛନ୍ତି। ରାଜ୍ୟରେ ୪୫ ବର୍ଷରୁ ଊର୍ଦ୍ଧ୍ୱ ମୋଟ ୧ କୋଟି ୧୬ ଲକ୍ଷ ଲୋକ ଅଛନ୍ତି। ସେଥିମଧ୍ୟରୁ ୪୩.୫୫ ଲକ୍ଷ ପ୍ରଥମ ଡୋଜ ନେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୩ ଲକ୍ଷ ୪୩ ହଜାର ଲୋକ ଦ୍ୱୀତିୟ ଡୋଜ ନେବା ପାଇଁ ଅପେକ୍ଷା କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫ ଲକ୍ଷ ୯୬ ହଜାର ଲୋକଙ୍କୁ ଦ୍ୱିତୀୟ ଡୋଜ ଟିକା ଦିଆଯାଇଛି। ପାଖାପାଖି ୧୭ ଲକ୍ଷ ଲୋକଙ୍କ ଦ୍ୱିତୀୟ ଡୋଜ ବାକି ରହିଛି। କୋଭାକ୍ସିନ ଟିକା କେବଳ ଭୁବନେଶ୍ୱର ମହାନଗର ଅଞ୍ଚଳରେ ଦିଆଯାଉଛି। କୋଭାକ୍ସିନ ଟିକା ଦ୍ୱିତୀୟ ଡୋଜ ଦେବାରେ କୌଣସି ସମସ୍ୟା ନ ଥିବା କହିଛନ୍ତି। ଘରୋଇ ହସ୍ପିଟାଲରେ ପ୍ରଥମ ଡୋଜ ନେଇଥିଲେ ସରକାରୀ ହସ୍ପିଟାଲରୁ ମାଗଣାରେ ଦ୍ୱିତୀୟ ଡୋଜ ଟିକା ନେଇପାରିବେ। ଏପ୍ରିଲ ୩୦ ସୁଦ୍ଧା ଘରୋଇ ହସ୍ପିଟାଲରେ ପ୍ରଥମ ଡୋଜ ନେଇଥିଲେ ଦ୍ୱିତୀୟ ଡୋଜ ମାଗଣାରେ ନେଇ ପାରିବେ।

ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)କୁ ଛାଡ଼ି ୩୦ଟି ଜିଲାରେ କୋଭିସିଲ୍ଡ ଟିକା ଦିଆଯାଉଥିବାରୁ ସମସ୍ୟା ଉପୁଜିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ତୁରନ୍ତ ୧୫ ଲକ୍ଷ ଡୋଜ ଟିକା ଦେବାକୁ କେନ୍ଦ୍ରକୁ ନିବେଦନ କରାଯାଇଛି। ଦ୍ୱିତୀୟ ଡୋଜ ଅପେକ୍ଷାରେ ଥିବା ଲୋକଙ୍କୁ ପ୍ରଥମେ ଦିଆଯିବ। କୌଣସି ନୂଆ ଲୋକଙ୍କୁ ବର୍ତ୍ତମାନ ଟିକା ଦିଆଯିବ ନାହିଁ। ଟିକା ଉତ୍ପାଦନ ଏବଂ ବିତରଣ କ୍ଷମତା କେନ୍ଦ୍ର ହାତରେ ରହିଛି। ଏନେଇ ପ୍ରଥମ ଡୋଜ ନେବାକୁ ଥିବା ବ୍ୟକ୍ତିଙ୍କୁ ଅପେକ୍ଷା କରିବାକୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି।…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri