ରହିତାଦେଶ ଉଠାଇବାକୁ ସାନି ମାମଲା

କଟକ ଅଫିସ,୧୩।୮: ବାରିପଦା ଅର୍ବାନ୍‌ କୋ-ଅପରେଟିଭ୍‌ ବ୍ୟାଙ୍କ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ବଢ଼ିବାରେ ଲାଗିଛି। ଉଚ୍ଚତମ ନ୍ୟାୟାଳୟରେ ଏହି ମାମଲା ବିଚାରାଧୀନ ଥିବାବେଳେ ମଙ୍ଗଳବାର ପୁଣି ଏକ ସାନି ମାମଲା ହୋଇଛି। ଏଥିରେ ପକ୍ଷଭୁକ୍ତ ହେବା ପାଇଁ ମଙ୍ଗଳବାର ଜମାକାରୀ ସତ୍ୟବ୍ରତ ମହାନ୍ତି ଓ ଅନ୍ୟମାନେ ହାଇକୋର୍ଟରେ ଆବେଦନ କରିଛନ୍ତି। ମୁଖ୍ୟ ବିଚାରପତି ମହମ୍ମଦ ରଫିକ୍‌ ଓ ବିଚାରପତି ବିଦ୍ୟୁତ୍‌ରଞ୍ଜନ ଷଡ଼ଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଆବେଦନ ଗ୍ରହଣ କରି ୨ ସପ୍ତାହ ପରେ ପରବର୍ତ୍ତୀ ଶୁଣାଣି ପାଇଁ ସମୟ ଧାର୍ଯ୍ୟ କରିଛନ୍ତି। ଉଭୟ ମାମଲାର ଏକତ୍ର ଶୁଣାଣି କରାଯିବ। ପୂର୍ବରୁ ଜଣିକିଆ ବିଚାରପତି ଦେଇଥିବା ଆଦେଶ ଉପରେ ହାଇକୋର୍ଟ ଯେଉଁ ରହିତାଦେଶ ଜାରି କରିଥିଲେ, ତାହା ବଳବତ୍ତର ରହିବ।
ସୂଚନା ଅନୁଯାୟୀ, ବ୍ୟାଙ୍କ ପରିଚାଳନାରେ ତ୍ରୁଟି ଦର୍ଶାଇ ୨୦୧୪ରେ ରିଜର୍ଭ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ ଏହାର ଲାଇସେନ୍ସ ବାତିଲ କରିଥିଲା। ଏହି ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଏକ ମାମଲା ହୋଇଥିଲା। ଗତ ଜୁନ୍‌ ୨୫ରେ ମାମଲାର ଶୁଣାଣି ବେଳେ ବ୍ୟାଙ୍କର ୭୨ ହଜାର ଜମାକାରୀ ଟଙ୍କା ଉଠାଇପାରିବେ ବୋଲି ହାଇକୋର୍ଟଙ୍କ ଜଣିକିଆ ବିଚାରପତି ଜଷ୍ଟିସ୍‌ ପ୍ରମଥ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ। ଏହା ବିରୋଧରେ ରିଜର୍ଭ ବ୍ୟାଙ୍କ ପକ୍ଷରୁ ହାଇକୋର୍ଟରେ ମାମଲା ହୋଇଥିଲା। ମୁଖ୍ୟ ବିଚାରପତି ମହମ୍ମଦ ରଫିକ୍‌ ଓ ଜଷ୍ଟିସ ବିଶ୍ୱନାଥ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଜୁଲାଇ ୨୭ରେ ଏହି ଆବେଦନର ଶୁଣାଣି କରି ପୂର୍ବ ଆଦେଶ ଉପରେ ରହିତାଦେଶ ଜାରି କରିଥିଲେ। ମଙ୍ଗଳବାର ଏହି ମାମଲାର ଶୁଣାଣି ବେଳେ ପକ୍ଷଭୁକ୍ତ ହେବା ପାଇଁ ଜମାକାରୀ ସତ୍ୟବ୍ରତ ମହାନ୍ତି ଓ ଅନ୍ୟ ଜମାକାରୀଙ୍କ ପକ୍ଷରୁ ଆଇନଜୀବୀ ନିରଞ୍ଜନ ଲେଙ୍କା ହାଇକୋର୍ଟରେ ଏକ ପିଟିସନ୍‌ ରୁଜୁ କରିଥିଲେ। ଏଥିରେ ରହିତାଦେଶ ହଟାଇ ଜମା ଅର୍ଥ ଫେରସ୍ତ ପାଇଁ ନିବେଦନ କରାଯାଇଛି। ରିଜର୍ଭ ବ୍ୟାଙ୍କ୍‌ ପକ୍ଷରୁ ଆଇନଜୀବୀ ଅଶୋକ ମହାନ୍ତି, ରାଜ୍ୟ ସରକାରଙ୍କ ପକ୍ଷରୁ ଆଇନଜୀବୀ ବିଭୁ ତ୍ରିପାଠୀ ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Video: ନେପାଳ ବନ୍ୟା ପରେ ମିଳିଲା କୋଟି କୋଟି ଟଙ୍କାର ସୁନା; ୮ ଘଣ୍ଟାର ଅପରେଶନରେ ବିପୁଳ ସମ୍ପତ୍ତି ଉଦ୍ଧାର

କାଠମାଣ୍ଡୁ,୩୧।୮: ଭୋଟେ କୋଶି ନଦୀରେ ଭୟଙ୍କର ବନ୍ୟା ନେପାଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା 903 ରେ ପହଞ୍ଚିଛି। ନୁୱାକୋଟ ଜିଲାର ତ୍ରିଶୁଳି…

ଚାଷଜମିରୁ ଆଠ ଫୁଟର ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ, ସରପଞ୍ଚ..

ବଡ଼ଗାଁ,୩୧।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଅଞ୍ଚଳରେ ବର୍ଷା ଋତୁରେ ଅଜଗର ସାପ ଗାଁ ସହ ଚାଷଜମିରେ ଦେଖାଯାଇଥାନ୍ତି। ଚଳିତବର୍ଷ ବଡ଼ଗାଁର ସାପ ଧରାଳି ମହେନ୍ଦ୍ର ନାଏକ…

ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!

କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ଏସ୍‌ପି: ଭିତ୍ତିଭୂମି ସମ୍ପର୍କରେ କର୍ତ୍ତୃପକ୍ଷଙ୍କ ସହ….

ଦାରିଙ୍ଗବାଡ଼ି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ସୋମବାର କନ୍ଧମାଳ ଏସ୍‌ପି ରମେନ୍ଦ୍ର ପ୍ରସାଦ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି। ଏସ୍‌ପିଙ୍କୁ…

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri