ନୂତନ ଥାନା, ଫାଣ୍ଡି ଦାବିରେ ବିଧାନସଭାରେ ଉଦ୍‌ବେଗ

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଅପରାଧ ବଢ଼ିଚାଲିଛି। ଏଥିସହିତ ରାଜ୍ୟରେ ପୋଲିସ କର୍ମଚାରୀଙ୍କ ଅଭାବ ରହିଛି। ଏହାକୁ ନେଇ ଉଭୟ ଶାସକ ଓ ବିରୋଧୀ ଦଳ ସଭ୍ୟମାନେ ବିଧାନସଭାରେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଜନସଂଖ୍ୟା ବଢୁଥିବାରୁ ରାଜ୍ୟରେ ଖାଲିଥିବା ପୋଲିସ ପଦବୀ ପୂରଣ କରିବା ସହ ନୂଆ ଥାନା ଓ ଫାଣ୍ଡି ସ୍ଥାପନ କରିବାକୁ ଦାବି କରିଛନ୍ତି।
ସୋମବାର ପ୍ରଶ୍ନୋତ୍ତର ବେଳେ ବିଜେଡି ସଭ୍ୟ ସତ୍ୟନାରାୟଣ ପ୍ରଧାନ ମୂଳ ପ୍ରଶ୍ନ ୧୨୧ରେ ପଚାରିଥିଲେ ଯେ, ନୟାଗଡ଼ ରାଜସୁନାଖଳା ସହର ଏକ ବ୍ୟବସାୟିକ ପେଣ୍ଠସ୍ଥଳ ପାଲଟିଛି। ଏଠାରେ ଥିବା ଫାଣ୍ଡି ରଣପୁର ଥାନାଠାରୁ ୧୫ କି.ମି. ଦୂରରେ ରହିଛି। ଜନସଂଖ୍ୟା ବୃଦ୍ଧି ସହିତ ଚୋରି, ଡକାୟତି, ରାହାଜାନି ଏବଂ ଚୋରାମଦ ବେପାର ବଢୁଥିବାରୁ ରାଜସୁନାଖଳା ଫାଣ୍ଡିକୁ ଥାନାରେ ପରିଣତ କରାଯାଉ। ଏଥିସହିତ ରଣପୁର ବ୍ଲକର ଖଇରପଲ୍ଲୀ ପଞ୍ଚାୟତର ଗରିଆଠାରେ ଏକ ଫାଣ୍ଡି ଖୋଲିବାକୁ ସରକାର ପଦକ୍ଷେପ ନେବେ କି ବୋଲି ପଚାରିଥିଲେ। ଗୃହ ରାଷ୍ଟ୍ରମନ୍ତ୍ରୀ ଦବ୍ୟ ଶଙ୍କର ମିଶ୍ର କହିଥିଲେ ଯେ, ରାଜସୁନାଖଳା ଫାଣ୍ଡିକୁ ଥାନାରେ ପରିଣତ କରିବା କିମ୍ବା ତରିଆଠାରେ ନୂତନ ଫାଣ୍ଡି ସ୍ଥାପନ କରିବା ପାଇଁ କୌଣସି ପ୍ରସ୍ତାବ ନାହିଁ। ଅତିରିକ୍ତ ପ୍ରଶ୍ନରେ କଂଗ୍ରେସ ସଦସ୍ୟ ସୁରେଶ କୁମାର ରାଉତରାୟ, ସନ୍ତୋଷ ସିଂ ସାଲୁଜା ନୂଆ ଥାନା ସ୍ଥାପନ କରିବା ନେଇ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ରାଜ୍ୟରେ ୬୮ଟି ନୂଆ ଥାନା, ୧୦୩ଟି ଫାଣ୍ଡି ଓ ୩ ଥାନାର ଅପ୍‌ଗ୍ରେଡ୍‌ କରିବା ପାଇଁ ୬୦ ଜଣ

ବିଧାୟକ ପ୍ରସ୍ତାବ ଦେଇଥିଲେ। ବାଚସ୍ପତିଙ୍କ ରୁଲିଂ ଓ ବିଧାୟକମାନଙ୍କ ପ୍ରସ୍ତାବ ପରେ ମଧ୍ୟ ଏହା କାର୍ଯ୍ୟକାରୀ ହେଉ ନ ଥିବାରୁ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଗୃହରେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ବିଜେଡି ସଭ୍ୟ ମୀନାକ୍ଷୀ ମହନ୍ତ, ଲତିକା ପ୍ରଧାନ, ଭାଜପା ସଭ୍ୟ କୁସୁମ ଟେଟେ, ସନାତନ ବିଜୁଳି ପ୍ରମୁଖ ନିଜ ନିଜ ଅଞ୍ଚଳରେ ଆଇନ ଶୃଙ୍ଖଳା ଦୃଷ୍ଟିରୁ ନୂଆ ଫାଣ୍ଡି ଓ ଥାନା ସ୍ଥାପନ କରିବାକୁ ପ୍ରସ୍ତାବ ଦେଇଥିଲେ। ରାଜ୍ୟରେ ଥାନା ଓ ଫାଣ୍ଡି ଖୋଲିବା ନେଇ ଗୃହରେ ଉଭୟ ଶାସକ ଓ ବିରୋଧୀ ଦଳ ସଦସ୍ୟଙ୍କ ଉଦ୍‌ବେଗକୁ ଦେଖି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ରୁଲିଂ ଦେଇଛନ୍ତି। ସେ କହିଛନ୍ତି ଯେ, ୪୦ ଜଣରୁ ଊର୍ଦ୍ଧ୍ୱ ସଦସ୍ୟଙ୍କର ଉଦ୍‌ବେଗ ରହିଛି। ପୋଲିସ ଡିଜି, ଡିଆଇଜି କ୍ରାଇମବ୍ରାଞ୍ଚ ଓ ଗୃହ ସଚିବଙ୍କୁ ଡାକି ଆଲୋଚନା କରିବା ସହ ଗୃହରେ ଏ ନେଇ ଏକ ବିବୃତି ଦେବାକୁ ବାଚସ୍ପତି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷରେ ଭାଜପା ସଭ୍ୟ ଗଣେଶରାମ ସିଂ ଖୁଣ୍ଟିଆଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଗୃହ ରାଷ୍ଟ୍ରମନ୍ତ୍ରୀ କହିଛନ୍ତି ଯେ ରାଜ୍ୟରେ ଅଗଷ୍ଟ ୧ ସୁଦ୍ଧା ୧୧,୪୫୬ ପୋଲିସ ପଦ ଖାଲି ପଡ଼ିଛି। ସେଥିରୁ ୧୩ ଡିଆଇଜି, ୧୫ ଏସ୍‌ପି, ୨୪୮ ଇନ୍ସପେକ୍ଟର ପଦବୀ ଖାଲି ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri