ହାତୀ ସଂରକ୍ଷଣ ନେଇ ଆସିବ ନୂଆ ନୀତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୮: ମାନବ-ହାତୀ ସହାବସ୍ଥାନ ଅନ୍ତର୍ଜାତୀୟ କର୍ମଶାଳାକୁ ଗୁରୁବାର ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚନ୍ଦକା ଗୋଡ଼ିବାରିଠାରେ ଦୁଇ ଦିନିଆ କର୍ମଶାଳା ଉଦ୍‌ଘାଟିତ ହୋଇଛି। ହାତୀମାନଙ୍କ ବିଷୟରେ ଗବେଷଣା ପାଇଁ ସ୍ବତନ୍ତ୍ର କେନ୍ଦ୍ର ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଗବେଷଣା ପରେ ହାତୀ ସଂରକ୍ଷଣ ନେଇ ସ୍ବତନ୍ତ୍ର ପଲିସି ବା ନୀତି ଆସିବ। ଓଡ଼ିଶାରେ ଏବେ ୨ ହଜାର ୧ ଶହ ହାତୀ ଥିବାରୁ ସ୍ବତନ୍ତ୍ର ଧ୍ୟାନ ଦିଆଯାଉଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ।

ଏଥି ସହିତ ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ୧୦ ବର୍ଷରେ ହାତୀ-ମଣିଷ ଲଢ଼େଇରେ ୯ ଶହ ମଣିଷ, ୭୫୦ ହାତୀଙ୍କର ମୃତ୍ୟୁ ହୋଇଛି । ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ହାତୀ କରିଡରରେ ଓଡିଶା ଏକ ନମ୍ବର । ସହରୀକରଣ, ଭିତ୍ତିଭୂମି, କୃଷିର ସଂପ୍ରସାରଣ ଫଳରେ ହାତୀ ମଣିଷ ଲଢେଇ ହେବା ଦୁର୍ଭାଗ୍ୟଜନକ । ଏହାକୁ ରୋକିବାକୁ ସରକାର ଅନେକ ପଦକ୍ଷେପ ହାତକୁ ନେଇଛନ୍ତି। ଜଙ୍ଗଲରେ Water Body ତିଆରି କରାଯାଇଛି । ୨୧୦୦ ହାତୀର ଘର ହେଉଛି ଓଡିଶା । ବନ ସୁରକ୍ଷା ସମିତି, ଗଜସାଥୀ ଦ୍ୱାରା ହାତୀଙ୍କୁ ସୁରକ୍ଷା ଦିଆଯାଉଛି । ଯେଉଁଠି ସମସ୍ୟା ହେଉଛି, ସେଠି Elephant Squad, ରାପିଡ ରେସପନ୍ସ ଟିମ ସଙ୍ଗେ ସଙ୍ଗେ ପହଞ୍ଚୁଛନ୍ତି। ମୃତ୍ୟୁ ପାଇଁ ସଙ୍ଗେ ସଙ୍ଗେ କ୍ଷତିପୂରଣ ଦିଆଯାଇଛି । ସର୍ଭିଲାନ୍ସ ପାଇଁ ଜିପିଏସ, ରେଡ଼ିଓ ସ୍କଲାର, ଏଆଇ କ୍ୟାମେରା ବ୍ୟବହାର କରାଯାଉଛି । ଆମ ସମସ୍ତଙ୍କୁ ମିଶି ହାତୀ ଏବଂ ମଣିଷ ନିରାପଦରେ ରହିବା ଭଳି ବାତାବରଣ ତିଆରି କରିବାକୁ ହେବ ବୋଲି ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

 


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri