ବାହୁଦାରେ ନୂଆ ବନ୍ଦର, ମହାନଦୀ ମୁହାଣରେ ଜାହାଜ ନିର୍ମାଣ କେନ୍ଦ୍ର

ପାରାଦୀପ, ୬ା୧୧(ଶରତ ରାଉତ): ଗଞ୍ଜାମ ଜିଲାର ବାହୁଦାରେ ନୂଆ ବନ୍ଦର ଏବଂ ପାରାଦୀପ ନିକଟ ମହାନଦୀ ମୁହାଣରେ ଜାହାଜ ନିର୍ମାଣ ଓ ମରାମତି କେନ୍ଦ୍ର ନିର୍ମାଣ ହେବ। ଏଥିପାଇଁ ୪୬ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପାରାଦୀପ ବନ୍ଦରରେ ବୁଧବାର ଆୟୋଜିତ ବୋଇତ ବନ୍ଦାଣ ଉତ୍ସବ-୨୦୨୫ରେ ଯୋଗଦେଇ କହିଛନ୍ତି। ୨୦୧୫ରେ ପାରାଦୀପ ବନ୍ଦରର ପଣ୍ୟ ପରିବହନ କ୍ଷମତା ୭୧ ନିୟୁତ ଟନ୍‌ ଥିଲା, ଯାହା ବୃଦ୍ଧି ପାଇ ୨୦୨୫ରେ ୧୫୦ ନିୟୁତ ଟନ୍‌ରେ ପହଞ୍ଚିଛି। ପାରାଦୀପ ବନ୍ଦର ଆଧୁନିକ ଓଡ଼ିଶାର ପ୍ରଗତିର ଦ୍ୱାର, ଅର୍ଥନୀତିର କୋଣାର୍କ। ମାରି-ଟାଇମ୍‌ ଇଣ୍ଡିଆ ଭିଜନ ୨୦୩୦ ଅନୁସାରେ ବାର୍ଷିକ ୩୦୦ ନିୟୁତ ଟନ୍‌ ଓ ବିକଶିତ ଭାରତ ୨୦୪୭ ଯୋଜନା ଅନୁଯାୟୀ ୫୦୦ ନିୟୁତ ଟନ୍‌ ପର୍ଯ୍ୟନ୍ତ ପଣ୍ୟ ପରିବହନ କ୍ଷମତା ସହିତ ପାରାଦୀପ ବନ୍ଦରକୁ ଏକ ମେଗା ପୋର୍ଟ ଭାବେ ଗଢ଼ାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ପାରାଦୀପ ବନ୍ଦର ପକ୍ଷରୁ ୱେଟ୍‌ ବେସିନ୍‌ଠାରେ ବୁଧବାର ବୋଇତ ବନ୍ଦାଣ ଉତ୍ସବ ଆୟୋଜିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସପତ୍ନୀକ ଯୋଗଦେଇ ପାରମ୍ପରିକ ଭାବେ ପୂଜା କରିଥିଲେ। ପରେ ସୁସଜ୍ଜିତ ବୋଇତକୁ ପତାକା ଦେଖାଇ ବିଦାୟ ଦେଇଥିଲେ। ପରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ମାଝୀ କହିଛନ୍ତି, ବୋଇତ ବନ୍ଦାଣ ଓ ବାଲିଯାତ୍ରା ଓଡ଼ିଶାର ଗୌରବମୟ ଐତିହ୍ୟର ପ୍ରତୀକ। ନୌବାଣିଜ୍ୟ ପରମ୍ପରା ଆଜି ବି ଓଡ଼ିଆ ଜନତାଙ୍କୁ ପ୍ରେରଣା ଦେଉଛି, ସେମାନେ ଧୈର୍ଯ୍ୟ ଓ ସାହସ ସହିତ ନୂଆ ଶିଖର ଛୁଇଁପାରିଛନ୍ତି। ଓଡ଼ିଶାର ପ୍ରଗତିରେ ପାରାଦୀପ ବନ୍ଦର ଅଗ୍ରଣୀ ଭୂମିକା ଗ୍ରହଣ ରହିଛି। ଏହା ଆଜି ଭାରତର ସର୍ବଶ୍ରେଷ୍ଠ ବୃହତ୍‌ ବନ୍ଦର ଭାବେ ପରିଚିତ ହୋଇଛି। ଓଡ଼ିଶା ସରକାର ଓ ପାରାଦୀପ ବନ୍ଦର କର୍ତ୍ତୃପକ୍ଷ ମିଳିତ ଭାବେ ଗଞ୍ଜାମ ଜିଲାର ବାହୁଦାଠାରେ ୨୧,୫୦୦ କୋଟି ଟଙ୍କା ବିନିଯୋଗରେ ଏକ ବୃହତ୍‌ ବନ୍ଦର ଗଢ଼ିବା ପାଇଁ ଯୋଜନା କରୁଛନ୍ତି। ସେହିପରି ମହାନଦୀ ମୁହାଣରେ ୨୪,୭୦୦ କୋଟି ଟଙ୍କା ବିନିଯୋଗରେ ଜାହାଜ ନିର୍ମାଣ ଓ ମରାମତି କେନ୍ଦ୍ର ସ୍ଥାପନ ହେବ। ଏହାସହ ପୁରୀରେ ବିଶ୍ୱସ୍ତରୀୟ କ୍ରୁଜ୍‌ ଟର୍ମିନାଲ୍‌ ଗଢ଼ାଯିବ। ଏହି ପ୍ରକଳ୍ପଗୁଡ଼ିକ ଓଡ଼ିଶାର ବାଣିଜ୍ୟ, ପର୍ଯ୍ୟଟନ ଓ ଶିଳ୍ପ କ୍ଷେତ୍ରକୁ ନୂଆ ଦିଗ ଦେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।
ସଭାରେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଛନ୍ତି, ରାଜ୍ୟ ସରକାର ବନ୍ଦରକୁ କେନ୍ଦ୍ରକରି ଶିଳ୍ପ, ନିଯୁକ୍ତି ସୃଷ୍ଟି ଓ ଦକ୍ଷତା ବିକାଶରେ ବିଶେଷ ଗୁରୁତ୍ୱ ଦେଉଛନ୍ତି। ପାରାଦୀପ ବନ୍ଦରର ବିକାଶ କେବଳ ଓଡ଼ିଶାକୁ ନୁହେଁ, ସମଗ୍ର ଭାରତର ମାରିଟାଇମ୍‌ ଅର୍ଥନୀତିକୁ ଶକ୍ତିଶାଳୀ କରୁଛି। ପାରାଦୀପ ଆଜି କେବଳ ଏକ ବନ୍ଦର ନୁହେଁ, ଏହା ଓଡ଼ିଶାର ଅସୀମ ସମ୍ଭାବନା ଓ ନୂଆ ଭାରତ ଗଢ଼ିବାର ଶକ୍ତିର ପ୍ରତୀକ। ଜଗତ୍‌ସିଂହପୁର ଏମ୍‌ପି ବିଭୁ ପ୍ରସାଦ ତରାଇ କହିଛନ୍ତି, ଭବିଷ୍ୟତରେ ପାରାଦୀପ ବନ୍ଦରକୁ କେନ୍ଦ୍ର କରି ଏଠାରେ ଅନେକ ନୂତନ ଶିଳ୍ପ, ଶିକ୍ଷା ଓ ପରିବହନ ଆଧାରିତ ପ୍ରକଳ୍ପ ଆସିବ, ଯାହା ଜଗତ୍‌ସିଂହପୁର ଓ ସମଗ୍ର ଓଡ଼ିଶାର ଅର୍ଥନୈତିକ ମାନଚିତ୍ରକୁ ପରିବର୍ତ୍ତନ କରିଦେବ। ପାରାଦୀପର ସଫଳତା ହେଉଛି ଓଡ଼ିଶାର ଗର୍ବ ଓ ଭବିଷ୍ୟତ। ପାରାଦୀପ ବନ୍ଦର ଅଧ୍ୟକ୍ଷ ପି. ଏଲ୍‌.ହାରାନ୍ଧ କହିଛନ୍ତି, ଗତ ୪ ବର୍ଷ ଧରି ପାରାଦୀପ ବନ୍ଦର ନିରନ୍ତର ଭାବେ ନୂତନ ରେକର୍ଡ ସୃଷ୍ଟି କରିଛି। ପୂର୍ବ ୫୦ବର୍ଷର ସଫଳତାକୁ ଅତିକ୍ରମ କରିଛି। କ୍ଷମତା ବୃଦ୍ଧି, ବ୍ୟବସାୟିକ ପଦ୍ଧତିର ଉନ୍ନତି, ଦକ୍ଷତା ବିକାଶ ଓ ସମସ୍ତଙ୍କଠାରୁ ଅଧିକ ଟିମ୍‌ ପାରାଦୀପର ଅକ୍ଳାନ୍ତ ଶ୍ରମ ଏବଂ ସମର୍ପଣ ଯୋଗୁ ପାରାଦୀପ ବନ୍ଦର ଆଜି ଦେଶର ୧ ନମ୍ବର ଭାବେ ପରିଚିତ ହୋଇଛି। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଜେ. ସୋନାଲ, କେନ୍ଦ୍ରାଞ୍ଚଳ ଡିଆଇଜି ଡ. ସତ୍ୟଜିତ ନାଏକ ପ୍ରମୁଖ ମଞ୍ଚାସୀନ ଥିଲେ। ପାରାଦୀପ ବନ୍ଦର ଉପାଧ୍ୟକ୍ଷ ଅଲେଖ ଚରଣ ସାହୁ ଧନ୍ୟବାଦ ଦେଇଥିଲେ। ଏହାପରେ ମୁଖ୍ୟ ଅତିଥି ତଥା ସମସ୍ତ ସମ୍ମାନିତ ଅତିଥି ଜାହାଜ ତରଣୀରେ ବସି ବନ୍ଦର ପରିକ୍ରମା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri