CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୩୫୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ ୯୦୨

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ନୂଆ ୪୩୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୨୯ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୮୨୭ ଲୋକାଲ କେସ୍‌ ରହିଛି।
ତେବେ ଖୋର୍ଦ୍ଧାରେ ପଜିିଟିଭ ସଂଖ୍ୟା ଆଜି ରେକର୍ଡ ଭାଙ୍ଗିଛି। ଗୋଟିଏ ଦିନରେ ୯୦୦ ପାର୍‌ କରିଛି ଆକ୍ରାନ୍ତଙ୍କ ସଂଖ୍ୟା। ଏହି ଜିଲାରୁ କେବଳ ୯୦୨ ପଜିଟିଭ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୫୪୫୨ରେ ପହଞ୍ଚିଛି। ସେଥିମଧ୍ୟରୁ ୧୬୫୪୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୯୧୮୪ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ଆଖି ବୁଜି ସାରିଲେଣି ୭୮୩ ଜଣ।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ

ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ପ୍ରତିରକ୍ଷାରେ ଘରୋଇକରଣ

କେନ୍ଦ୍ର ସରକାର ଘରୋଇ ସଂସ୍ଥାଗୁଡ଼ିକ ପାଇଁ ପାରମ୍ପରିକ ମିଶାଇଲ ବା କ୍ଷେପଣାସ୍ତ୍ର ଉତ୍ପାଦନର ଦ୍ୱାର ଉନ୍ମୁକ୍ତ କରିଛନ୍ତି। ଏଣିକି ବେସରକାରୀ କମ୍ପାନୀଗୁଡ଼ିକ ‘ଅସ୍ତ୍ର’ ଏବଂ ‘ପ୍ରଳୟ’ ଭଳି…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍‌: ଚାଲିଗଲା ୫ ଜୀବନ

ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର…

ସଞ୍ଜୟ ବିଶ୍ୱାଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୬ା୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଆଇଏଏସ୍‌ ଅଧିକାରୀ ସ୍ତରରେ ମଙ୍ଗଳବାର ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଦାୟିତ୍ୱରେ…

ଆଳୁ ମିଶନ: ଟଙ୍କାଟିଏ ବି ଖର୍ଚ୍ଚ ହୋଇନି

ଭୁବନେଶ୍ୱର,୨୬।୮ (ରବିନାରାୟଣ ଜେନା): ରାଜ୍ୟରେ କୃଷକମାନଙ୍କୁ ସ୍ବାବଲମ୍ବୀ କରିବା ସହିତ ଆଳୁ ଚାହିଦା ମେଣ୍ଟାଇବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୪-୧୫ରେ ‘ଆଳୁ ମିଶନ’ ଆରମ୍ଭ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri