ପୁଟିନ୍‌ଙ୍କଠାରୁ ଆରମ୍ଭ କରି ଏହି ଦେଶର ରାଷ୍ଟ୍ରପତିମାନେ ଦ୍ରୌପଦୀଙ୍କୁ ଜଣାଇଲେ ଶୁଭେଚ୍ଛା

ମସ୍କୋ/କଲମ୍ବୋ/ମାଲେ/କାଠମାଣ୍ଡୁ,୨୫।୭: ରୁଷିଆ, ଶ୍ରୀଲଙ୍କା, ମାଳଦ୍ୱୀପ ଏବଂ ନେପାଳର ରାଷ୍ଟ୍ରପତିଙ୍କ ସମେତ ଅନେକ ବିଶ୍ୱ ନେତା ଭାରତର ୧୫ତମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଭାରତ ସହିତ ନିଜ ନିଜ ଦେଶର ବହୁମୁଖୀ ସମ୍ପର୍କ ବଢ଼ାଇବା ପାଇଁ ମୁର୍ମୁଙ୍କ ସହ କାମ କରିବାକୁ ସେମାନେ ଇଚ୍ଛା ପ୍ରକାଶ କରିଛନ୍ତି। ଏହିକ୍ରମରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଭାରତର ରାଷ୍ଟ୍ରପତି ଦ୍ରୌପଦୀଙ୍କୁ ଅଭିନନ୍ଦନ ଜଣାଇବା ସହିତ ଦ୍ୱିପାକ୍ଷିକ ଗଠନମୂଳକ ସହଯୋଗକୁ ଆହୁରି ପ୍ରୋତ୍ସାହିତ କରିବାକୁ ସେ ଆଶା ପ୍ରକଟ କରିଛନ୍ତି। ଏତଦ୍‌ ବ୍ୟତୀତ ସେ କହିଛନ୍ତି, ଆମେ ଭାରତ ସହ ସ୍ବତନ୍ତ୍ର ରଣନୀତିକ ଭାଗିଦାରୀ ସମ୍ପର୍କକୁ ଗୁରୁତ୍ୱ ଦେଇଥାଉ। ଆଶା କରୁଛି, ରାଷ୍ଟ୍ରର ମୁଖ୍ୟ ଭାବେ ତାଙ୍କର କାର୍ଯ୍ୟକଳାପ ଆମର ସହଯୋଗୀମାନଙ୍କ ହିତ ତଥା ଅନ୍ତର୍ଜାତୀୟ ସ୍ଥିରତା ଏବଂ ନିରାପତ୍ତା ପାଇଁ ରୁଷିଆ-ଭାରତୀୟ ରାଜନୈତିକ ଆଲୋଚନା ଓ ବିଭିନ୍ନ କ୍ଷେତ୍ରରେ ଗଠନମୂଳକ ସହଯୋଗକୁ ଆହୁରି ସୁଦୃଢ଼ କରିବ। ସେହିପରି ଶ୍ରୀଲଙ୍କାର ନୂତନ ରାଷ୍ଟ୍ରପତି ରାନିଲ ୱିକ୍ରମସିଂଘେ ମଧ୍ୟ ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇବା ସହ ଦୁଇ ଦେଶ ମଧ୍ୟରେ ନିବିଡ ସମ୍ପର୍କ ଥିବା ଉଲ୍ଲେଖ କରିଛନ୍ତି। ଅନ୍ୟପଟେ ମାଲଦ୍ୱୀପ ରାଷ୍ଟ୍ରପତି ଇବ୍ରାହିମ ମହମ୍ମଦ ସୋଲିହ ମଧ୍ୟ ମୁର୍ମୁଙ୍କୁ ତାଙ୍କର ଐତିହାସିକ ନିର୍ବାଚନ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ କରି କହିଛନ୍ତି, ମୁର୍ମୁଙ୍କ ଦକ୍ଷତା ଏବଂ ଅଭିଜ୍ଞତା ନିଃସନ୍ଦେହରେ ଭାରତକୁ ଏକ ନୂତନ ଉଚ୍ଚତାକୁ ନେଇଯିବ। ତାଙ୍କ ନେତୃତ୍ୱରେ ମାଲଦ୍ୱୀପ ଏବଂ ଭାରତ ମଧ୍ୟରେ ଘନିଷ୍ଠ ସମ୍ପର୍କକୁ ଅଧିକ ସୁଦୃଢ଼ କରିବାକୁ ଇଛୁକ ଅଛି ବୋଲି ରାଷ୍ଟ୍ରପତି ଇବ୍ରାହିମ କହିଛନ୍ତି। ଅନ୍ୟପଟେ ନେପାଳର ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ମଧ୍ୟ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଦୁଇ ଦେଶ ମଧ୍ୟରେ ସହଯୋଗ ନୂତନ ଉଚ୍ଚତାରେ ପହଞ୍ଚିବ ବୋଲି ଆତ୍ମବିଶ୍ୱାସ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?