ରୋଟାରୀ କ୍ଲବର ଅଧିଷ୍ଠାନ, ଚାର୍ଟର ଦିବସ ପାଳିତ: ନୂଆ ସଭାପତି, ସମ୍ପାଦକ ଭାବେ ଦାୟିତ୍ୱ ନେଲେ…

ଛତ୍ରପୁର, ୩୧।୭(ଦିଲ୍ଲୀପ ସାମଲ /ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ରୋଟାରୀ କ୍ଲବର ଅଧିଷ୍ଠାନ ଦିବସ ଗୁରୁବାର କ୍ଲବ ପରିସରରେ ଆୟୋଜିତ ହୋଇଯାଇଛି। ସଭାପତି ପଦ୍ମ ଚରଣ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରୋଟାରୀ ଜିଲା ୩୨୬୨ ପୂର୍ବତନ ପ୍ରାନ୍ତପାଳ ରୋଟାରିଆନ ଦିଲୀପ କୁମାର ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ମନୋନୀତ ପ୍ରାନ୍ତପାଳ ଅକ୍ଷେନ୍ଦୁ ଶେଖର ପଟ୍ଟନାୟକ ଓ ଜୋନାଲ ଚ୍ୟାୟର ସତ୍ୟ କାମ ପାତ୍ର ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ। ସମ୍ପାଦକ ଦମ୍ବୁରୁଧର ସାହୁ ବାର୍ଷିକ ବିବରଣୀ ପାଠ କରିଥିଲେ। ଚଳିତ ବର୍ଷ ୨୦୨୬-୨୭ ନିମନ୍ତେ ରୋଟାରିଆନ ପ୍ରଫୁଲ୍ଲ କୁମାର ପଟ୍ଟନାୟକ ସଭାପତି ଓ ସମ୍ପାଦକ ଏମ ଧନଞ୍ଜୟ ରେଡ୍ଡୀ ଦାୟିତ୍ୱ ଗ୍ରହଣ କରିଥିଲେ। ଏହି ଅବସରରେ ଛତ୍ରପୁର ରୋଟାରୀ କ୍ଲବ ଦ୍ବାରା ବିଗତବର୍ଷ ମାନଙ୍କରେ ହୋଇଥିବା ସମାଜ ମଙ୍ଗଳ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦିଆଯାଇଥିଲା।
ନୂତନ ସଭାପତି ସମସ୍ତଙ୍କ ସହଯୋଗ କାମନା କରିବା ସହିତ ଆଗାମୀ ଦିନରେ କ୍ଳବ ପକ୍ଷରୁ ହେବାକୁ ଥିବା ନୂତନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ନୂତନ ସଦସ୍ୟ ଭାବେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଅଧିକ୍ଷିକ ଡ. ଅଲେଖ ପ୍ରଧାନ, ଭାରତୀୟ ଷ୍ଟେଟ ବ୍ୟାଙ୍କ ଛତ୍ରପୁର ଶାଖା ମୁଖ୍ୟ ପରିଚାଳକ ସାଗତ କୁମାର ପାଢ଼ୀ, ୟୁରୋ ସ୍କୁଲର ମୁଖ୍ୟ ପୃଷ୍ଠ ପୋଷକ ସସ୍ମିତା ମହାପାତ୍ର, ଏକାଡେମୀ ଡାଇରେକ୍ଟର ପ୍ରମୋଦ କୁମାର ମିଶ୍ର ଓ ଯୁବ ବ୍ୟବସାୟୀ ଦେବେନ୍ଦ୍ର କୁମାରସାହୁ ଯୋଗଦେଇଥିଲେ। ଏହା ସହ ଅଧିଷ୍ଠାନ ଦିବସ ପାଳନ ସମାପନ ପରେ ଚାର୍ଟର ଦିବସ ପାଳନ ମଧ୍ୟ କରାଯାଇଥିଲା। ଚଳିତ ବର୍ଷର ସଭାପତି ପ୍ରଫୁଲ୍ଲ କୁମାର ପଟ୍ଟନାୟକ ଚାର୍ଟର ସଭାପତି ଭାବେ ପରିଚିତ। ଏହି କାର୍ଯ୍ୟକ୍ରମରେ ଚାର୍ଟର ସମ୍ପାଦକ ସୁରଜିତ ସାମନ୍ତରା, ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ଼ ଅଜୟ କୁମାର ତ୍ରିପାଠୀ, ରୋଟାରିୟନ ଏସ. ରେଖା ମହାନ୍ତି, ନିରଞ୍ଜନ ପାତ୍ର, ରବୀନ୍ଦ୍ର ସାହୁ, ଇଂ ରାଜ କିଶୋର ବଲ୍ଳଭଙ୍କ ସମେତ ଅନ୍ୟ ରୋଟାରୀ କ୍ଳବର ସଦସ୍ୟମାନେ ଯୋଗଦେଇଥିଲେ। ରୋଟାରିଆନ ଦାରକା ପଟ୍ଟନାୟକ କାର୍ଯ୍ୟକ୍ରମ ଉପସ୍ଥାପନ କରିଥିଲେ। ସମସ୍ତ କାର୍ଯ୍ୟକ୍ରମକୁ ଛତ୍ରପୁର ରୋଟାରୀ କ୍ଳବର ସଦସ୍ୟ/ସଦସ୍ୟାମାନେ ପରିଚାଳନାରେ ସହଯୋଗ କରିଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

କଣ୍ଟେନରରେ ଚାଲାଣ ହେଉଥିଲା ୩୭ ମଇଁଷି, ମାଡ଼ି ବସିଲା ପୋଲିସ

ଛତ୍ରପୁର, ୧୫/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅଞ୍ଚଳ ଦେଇ ବେଆଇନ ଭାବେ ମଇଁଷି ଚାଲାଣ ହେଉଥିବା ବେଳେ ଚମାଖଣ୍ଡି ପୋଲିସ ଏକ କଣ୍ଟେନରକୁ ପିଛା…

ବିଶ୍ୱକର୍ମା ପୂଜାରୁ ଆରମ୍ଭ ହେବ ସିଂହ ସମେତ ଏହି ରାଶିଙ୍କ ପାଇଁ ଭଲ ଦିନ: ସୂର୍ଯ୍ୟଙ୍କ କୃପାରୁ ମିଳିବ ମନଚାହାଁ ସଫଳତା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନର ପ୍ରଭାବ ସମସ୍ତ ରାଶି ଉପରେ ଭିନ୍ନ ଭିନ୍ନ ଭାବେ ପଡ଼ିଥାଏ। ଆସନ୍ତା ୧୭ ସେପ୍ଟେମ୍ବର ୨୦୨୬ରେ ଗ୍ରହମାନଙ୍କ…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

୨୧ ସେପ୍ଟେମ୍ବର ପର୍ଯ୍ୟନ୍ତ ୩ ରାଶିଙ୍କ ଗୋଲ୍ଡେନ ସମୟ: ହାତକୁ ଆସିବ ପ୍ରବଳ ଟଙ୍କା, ମିଳିବ ମନପସନ୍ଦ ଚାକିରି!

ଭୁବନେଶ୍ୱର: ବର୍ତ୍ତମାନ ବୁଧ ନିଜ ରାଶି କନ୍ୟାରେ ଅବସ୍ଥାନ କରିବା ସହ ହସ୍ତ ନକ୍ଷତ୍ରରେ ଗୋଚର କରୁଛନ୍ତି। ନିଜ ରାଶିରେ ବୁଧଙ୍କ ଅବସ୍ଥିତି ତାଙ୍କୁ ଅଧିକ ପ୍ରଭାବଶାଳୀ…

ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?