ଟିଭିଏସ୍‌ ୟୁରୋଗ୍ରିପ୍‌ର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୫।୪: ଦେଶର ପ୍ରମୁଖ ଦୁଇ ଓ ତିନିଚକିଆ ଯାନର ଟାୟାର ବ୍ରାଣ୍ଡ୍‌ ଟିଭିଏସ୍‌ ୟୁରୋଗ୍ରିପ୍‌ର ନୂତନ ଉତ୍ପାଦ ନିକଟରେ ସର୍ବଭାରତୀୟ ଉନ୍ମୋଚିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆଇପିଏଲ୍‌ ଟିମ୍‌ ସିଏସ୍‌କେ ଅଧିନାୟକ ଏମ୍‌.ଏସ୍‌. ଧୋନୀ ଓ ଅନ୍ୟ ସିଏସ୍‌କେ ଖେଳାଳି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉନ୍ମୋଚନ କରିଥିଲେ। ଏପରିକି ବ୍ରାଣ୍ଡ୍‌ର ନୂତନ ଉତ୍ପାଦ ଆଡ୍‌ଭେଞ୍ଚର ଟୁରିଂ ଟାୟାର ଓ ସୁପରବାଇକ୍‌ ଟାୟାରର ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ଏ ସମ୍ପର୍କରେ ଟିଭିଏସ୍‌ ଶ୍ରୀଚକ୍ର ଲିମିଟେଡ୍‌ର ଇଭିପି (ସେଲ୍‌ସ ଆଣ୍ଡ ମାର୍କେଟିଂ) ପି.ମାଧବନ କହିଛନ୍ତି, ଆଡ୍‌ଭେଞ୍ଚର ଟୁରିଂ ଓ ସୁପରବାଇକ୍‌ ଟାୟାରର ଶୁଭାରମ୍ଭ କରିବା ଆମ ପାଇଁ ଏକ ବୃହତ୍‌ ମାଇଲଖୁଣ୍ଟ। ଏହା ସହିତ ଆମେ ଆମର ଉପତ୍ାଦର ସମ୍ଭାରକୁ ଆହୁରି ଅଧିକ ବ୍ୟାପକ କରିପାରିଛୁ, ଯେଉଁଥିରେ ବ୍ୟାପକ ଶ୍ରେଣୀୟ ଉପତ୍ାଦ ପ୍ରଦାନ କରାଯାଉଛି। ଏପରିକି ଆମେ ଏହାକୁ ଆମର ବିଜ୍‌ନେସ୍‌ ପାର୍ଟନର ଓ ସିଏସ୍‌କେ ଷ୍ଟାର୍‌ଙ୍କ ଉପସ୍ଥିତିରେ କରିପାରିଥିବାରୁ ଅତ୍ୟନ୍ତ ଆନନ୍ଦିତ। ସେହିଭଳି ଏଭଳି ଏକ ଉଚ୍ଚ କାର୍ଯ୍ୟ ଦକ୍ଷତାସମ୍ପନ୍ନ ଉପତ୍ାଦଗୁଡ଼ିକ ୟୁରୋପ ବଜାରରେ ଡିଜାଇନ କରାଯାଇଛି ଓ ଏହାକୁ ଭାରତୀୟ ରାସ୍ତାର ଅବସ୍ଥା ଅନୁସାରେ ପ୍ରସ୍ତୁତ କରାଯାଇଛି। ଏଥିମଧ୍ୟରୁ ଅଧିକାଂଶ ଉପତ୍ାଦ ଅନ୍ତର୍ଜାତୀୟ ଭାବେ ଶୁଭାରମ୍ଭ କରାଯାଇଛି ଓ ଆମର ଏହି ଉପତ୍ାଦ ସମ୍ପର୍କରେ ଗ୍ରାହକମାନଙ୍କଠାରୁ ସକାରାତ୍ମକ ମତାମତ ଗ୍ରହଣ କରିଛୁ। ତେଣୁ ଏହି ଉପତ୍ାଦକୁ ଆମେ ଭାରତୀୟ ବଜାରକୁ ଆଣି ପାରିଥିବାରୁ ଅତ୍ୟନ୍ତ ଆନନ୍ଦ ଅନୁଭବ କରୁଛୁ। ଉକ୍ତ କାର୍ଯ୍ୟକ୍ରମରେ ବ୍ରାଣ୍ଡ୍‌ର ବିଜ୍‌ନେସ୍‌ ପାର୍ଟନର ଓ ପ୍ରମୁଖ ଗ୍ରାହକମାନେ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri