ବନ୍ଧନ ମ୍ୟୁଚୁଆଲ ଫଣ୍ଡର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୫।୧୦: ବନ୍ଧନ ମ୍ୟୁଚୁଆଲ ଫଣ୍ଡ (ବିଏମ୍‌ଏଫ୍‌)ର ନୂତନ ଉତ୍ପାଦ ‘ବନ୍ଧନ ନିଫ୍ଟି ୫୦୦ ଭାଲ୍ୟୁ ୫୦ ଇଣ୍ଡେକ୍ସ ଫଣ୍ଡ୍‌ ଓ ବନ୍ଧନ ନିଫ୍ଟି ୫୦୦ ମୋମେଣ୍ଟମ୍‌ ୫୦ଇଣ୍ଡେକ୍ସ ଫଣ୍ଡ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ଓପନ୍‌-ଏଣ୍ଡେଡ୍‌ ଇଣ୍ଡେକ୍ସ ସ୍କିମ୍‌ଗୁଡିକ ଯଥାକ୍ରମେ ନିଫ୍ଟି ୫୦୦ ଭାଲ୍ୟୁ ୫୦ ଇଣ୍ଡେକ୍ସ ଓ ନିଫ୍ଟି ୫୦୦ ମୋମେଣ୍ଟମ୍‌ ୫୦ ଇଣ୍ଡେକ୍ସକୁ ଟ୍ରାକ୍‌ କରୁଛନ୍ତି। ନିଫ୍ଟି ୫୦୦ଭାଲ୍ୟୁ ୫୦ ଇଣ୍ଡେକ୍ସ ନିଫ୍ଟି ୫୦୦ୟୁନିଭର୍ସ ମଧ୍ୟରେ ୫୦ଟି ଅଣ୍ଡରଭାଲ୍ୟୁଡ୍‌ କମ୍ପାନୀ ଉପରେ ଗୁରୁତ୍ୱ ଦେଉଥିବାବେଳେ ନିଫ୍ଟି ୫୦୦ ମୋମେଣ୍ଟମ୍‌ ୫୦ଇଣ୍ଡେକ୍ସ ସେମାନଙ୍କର ସଦ୍ୟତମ ଶକ୍ତିଶାଳୀ ପ୍ରଦର୍ଶନ ଧାରା ଉପରେ ଆଧାରକରି ୫୦ଟି ଷ୍ଟକ୍‌ ଉପରେ ଗୁରୁତ୍ୱ ଦେଉଛି। ଏହି ନୂତନ ଫଣ୍ଡ୍‌ ଅଫରଗୁଡିକ ୨୦୨୪ ଅକ୍ଟୋବର ୨୪ରେ ଶେଷ ହେବ। ଏ ସମ୍ପର୍କରେ ବନ୍ଧନ ଏଏମ୍‌ସିର ସିଇଓ ବିଶାଲ କପୁର କହିଛନ୍ତି, ବନ୍ଧନ ନିଫ୍ଟି ୫୦୦ଭାଲ୍ୟୁ ୫୦ଇଣ୍ଡେକ୍ସ ଫଣ୍ଡ୍‌ ନିଜର ଅନ୍ତର୍ନିହିତ ମୂଲ୍ୟଠାରୁ କମ୍‌ରେ କାରବାର କରୁଥିବା ଆଉଟ୍‌-ଅଫ୍‌-ଫେଭର ଷ୍ଟକ୍‌ଗୁଡିକ ପାଇଁ ଏକ୍ସପୋଜର ପ୍ରଦାନ କରିବା ଏବଂ ସେମାନଙ୍କର ସମ୍ଭାବ୍ୟ ପୁନରୁଦ୍ଧାରରୁ ଲାଭାନ୍ବିତ ହେବା ପାଇଁ ଲକ୍ଷ୍ୟ ରଖିଛି। ସେହିପରି ବନ୍ଧନ ନିଫ୍ଟି ୫୦୦ ମୋମେଣ୍ଟମ୍‌ ୫୦ ଇଣ୍ଡେକ୍ସ ଫଣ୍ଡ ସଦ୍ୟତମ ଶକ୍ତିଶାଳୀ ପ୍ରଦର୍ଶନ ଥିବା ଷ୍ଟକ୍‌ଗୁଡିକ ଉପରେ ଗୁରୁତ୍ୱ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri