କାନାରା ବ୍ୟାଙ୍କର ନୂତନ ଉତ୍ପାଦ

ଭୁବନେଶ୍ୱର,୨୦।୪ (ଅଭୟ ଦାଶ): କାନାରା ବ୍ୟାଙ୍କର ନୂତନ ଉତ୍ପାଦ ‘କାନାରା-ଆଞ୍ଜେଲ, ହିଲ୍‌, ମାଇଁ ମନୀ, ରେଡି କ୍ୟାଶ୍‌ ଏବଂ ୟୁପିଆଇ୧୨୩ ପେ ଏଏସ୍‌ଆଇ’ର ଆନୁଷ୍ଠାନିକ ଉନ୍ମୋଚନ ବୁଧବାର ଭୁବନେଶ୍ୱର ଠାରେ ହୋଇଯାଇଛି। କାନାରା ବ୍ୟାଙ୍କ ଭୁବନେଶ୍ୱର ମଣ୍ଡଳ କାର୍ଯ୍ୟାଳୟ ପକ୍ଷରୁ ଗ୍ରାହକ ଅଭିଜ୍ଞତାର ମାନବୃଦ୍ଧି ତଥା ବ୍ୟାଙ୍କିଙ୍ଗ୍‌ କାର୍ଯ୍ୟକୁ ଅଧିକ ସହଜ ଓ ସରଳ କରିବା ଉଦ୍ଦେଶ୍ୟରେ ବିଭିନ୍ନ ଉପତ୍ାଦ ଓ ସେବାଗୁଡିକର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ କାନାରା ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭବେନ୍ଦ୍ର କୁମାର ଉପରୋକ୍ତ ନୂତନ ଉତ୍ପାଦର ଉନ୍ମୋଚନ ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରିଥିଲେ। କାନାରା ବ୍ୟାଙ୍କର ରାଜ୍ୟ ମୁଖ୍ୟ ଜଗଦୀଶ ଚନ୍ଦରଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଟିପିଏ ସ୍ବାସ୍ଥ୍ୟ ବୀମା ମାଧ୍ୟମରେ ନୂତନ ଉପତ୍ାଦଗୁଡ଼ିକର ପ୍ରମୁଖ ବିଶେଷତ୍ୱ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲାବେଳେ ବ୍ୟାଙ୍କର ନୂତନ ଉପତ୍ାଦ ଅଫରଗୁଡିକ ବ୍ୟାଙ୍କିଙ୍ଗ୍‌ ଶିଳ୍ପରେ ନୂତନ ମାନଦଣ୍ଡ ବୃଦ୍ଧି କରିବା ସହ ନୂତନତା ଓ ଗ୍ରାହକ କୈନ୍ଦ୍ରିକତା ପ୍ରତି ଉତ୍ସର୍ଗୀକୃତତାକୁ ସୁନିଶ୍ଚିତ କରୁଛି। ଉଲ୍ଲେଖଯୋଗ୍ୟ, କାନାରା ହିଲ୍‌ରେ ୫ଲକ୍ଷ ପର୍ଯ୍ୟନ୍ତ ବୀମା ରାଶି, ୨୪ ଘଣ୍ଟିଆ ଡିଜିଟାଲ ପ୍ରସେସିଂ ସେବା ଓ ୩୬ ମାସିଆ ପରିଶୋଧ ସମୟ ଉପଲବ୍ଧ ଥିବାବେଳେ କାନାରା ଆଞ୍ଜେଲରେ କାର୍ଡ ଥିବା ଦେୟମୁକ୍ତ ସ୍ବାସ୍ଥ୍ୟ ପରୀକ୍ଷା ସେବା, ଦେୟ ମୁକ୍ତ ପ୍ଲାଟିନମ୍‌ ରୂପେ କାର୍ଡ, ଜିରୋ ବାଲାନ୍ସ ଆଦିରେ ବ୍ୟାଙ୍କିଙ୍ଗ୍‌ ସେବା ଓ ମାଗଣା ଏସ୍‌ଏମ୍‌ଏସ୍‌ ସେବା ଆଦି ଉପଲବ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ଟ୍ରମ୍ପଙ୍କୁ ମିଳିଲା ବଡ଼ ସମ୍ମାନ, ଏମିତି ସମ୍ମାନ ପାଇବାରେ ସେ ହେଲେ ପ୍ରଥମ ରାଷ୍ଟ୍ରପତି

ଓ୍ବାଶିଂଟନ,୧୦।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସମର୍ଥକଙ୍କ ଦ୍ୱାରା ଜାତୀୟ ସ୍ମାରକୀ ଠାରୁ ଆରମ୍ଭ କରି ନୋଟ ପର୍ଯ୍ୟନ୍ତ ସବୁଠି ତାଙ୍କ ନାମ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri