ଏଲ୍‌ଆଇସିର ନୂତନ ଉତ୍ପାଦ

ଭୁବନେଶ୍ୱର,୧।୭(ଅଭୟ ଦାଶ): ଭାରତୀୟ ଜୀବନବୀମା ନିଗମ (ଏଲ୍‌ଆଇସି)ର ନୂତନ ଉତ୍ପାଦ ‘ଧନବୃଦ୍ଧି’ ନିକଟରେ ସର୍ବଭାରତୀୟ ଉନ୍ମୋଚନ ହୋଇଯାଇଛି। ଏପରିକି ଏଲ୍‌ଆଇସିର ଉକ୍ତ ଯୋଜନା ସୀମିତ ସମୟ ପାଇଁ ବଜାରରେ ଉପଲବ୍ଧ ହେବ ବୋଲି ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷକରି ଏଲ୍‌ଆଇସିର ନୂତନ ଯୋଜନା ‘ଧନବୃଦ୍ଧି’ (ପ୍ଲାନ୍‌- ୮୬୯) ୨୦୨୩ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଉପଲବ୍ଧ। ସେହିଭଳି ଉକ୍ତ ଯୋଜନା ଏକ ନନ୍‌ ଲିଙ୍କ୍‌ଡ,ନନ୍‌ ପାର୍ଟିସିପେଟିଂ, ଇଣ୍ଡିଭିଜୁଆଲ, ସେଭିଂସ, ଲାଇଫ୍‌ ଇନ୍‌ସ୍ୟୁରନ୍ସ ପ୍ଲାନ୍‌ ହୋଇଥିବା ବେଳେ ଏକାଧିକ ଲାଭ ଓ ସୁବିଧା ନିଗମର ନିୟମ ମଧ୍ୟରେ ମିଳିବ ବୋଲି ଏଲ୍‌ଆଇସି ପକ୍ଷରୁ କୁହାଯାଇଛି। ଏପରିକି ଏହା ବ୍ୟକ୍ତିଗତ, ଜମା ଆଧାରିତ ଏକ ସିଙ୍ଗଲ ପ୍ରିମିୟମ ପ୍ଲାନ୍‌ ହୋଇଥିବାବେଳେ ପଲିସି ଅବଧି ୧୦,୧୫ ଏବଂ ୧୮ ବର୍ଷର ବିକଳ୍ପ ଉପଲବ୍ଧ ରହିଛି। ସେହିପରି ଉକ୍ତ ପ୍ଲାନ୍‌ରେ ବୀମାକୃତ ରାଶି ଏହାର ସାରଣୀ ବଦ୍ଧ ପ୍ରିମିୟମ ୧.୨୫ ଗୁଣରୁ ୧୦ଗୁଣ ପର୍ଯ୍ୟନ୍ତ ହୋଇପାରେ ବୋଲି ନିଗମ ପକ୍ଷରୁ କୁହାଯାଇଛି। ଅପରପକ୍ଷରେ ଉକ୍ତ ପ୍ଲାନ୍‌ରେ ସାମିଲ ହେବା ପାଇଁ ୯୦ ଦିନରୁ ୮ ବର୍ଷ ପର୍ଯ୍ୟନ୍ତ ସର୍ବନିମ୍ନ ବୟସ ହୋଇଥିବା ବେଳେ ୩୨ରୁ ୬୦ ବର୍ଷ ସର୍ବାଧିକ ବୟସ ଅବଧିର ସମୟସୀମା ରହିଛି। ଉକ୍ତ ଯୋଜନା (ପ୍ଲାନ୍‌-୮୬୯)ର ସର୍ବନିମ୍ନ ବୀମାରାଶି ୧.୨୫ଲକ୍ଷ ହୋଇଥିବାବେଳେ ଅନ୍ୟାନ୍ୟ ବିକଳ୍ପ ମଧ୍ୟ ଅନ୍ତଭୁକ୍ତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri