୩,୪୬୫ ବିଦ୍ୟାଳୟରେ ନୂଆ ପ୍ରକଳ୍ପ

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ‘ମୋ ସ୍କୁଲ୍‌ ଅଭିଯାନ’ ଆସନ୍ତା ନଭେମ୍ବର ୧୪ ତାରିଖରେ ୫ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରିବ। ଏହି ଅବସରରେ ରାଜ୍ୟ ଓ ଜିଲାସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରିବାକୁ ଅଭିଯାନର ୩୬ତମ କାର୍ଯ୍ୟନିର୍ବାହୀ ପରିଷଦ ବୈଠକରେ ନିଷ୍ପତ୍ତି ନିଆଯାଇଛି। ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କାର୍ଯ୍ୟାଳୟରେ ବିଭାଗୀୟ ଶାସନ ସଚିବ ଅଶ୍ୱଥି ଏସ୍‌.ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଓଡ଼ିଶାର ୨୯ ଜିଲାର ମୋଟ ୭୬୯ କୋଟି ୭୦ ଲକ୍ଷ ଟଙ୍କାର ନୂଆ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଏଥିରେ ପୁରାତନ ଛାତ୍ରୀଛାତ୍ର ଏବଂ ସିଏସ୍‌ଆର୍‌ ପାଣ୍ଠି ଅନୁଦାନ ସହ ରାଜ୍ୟ ସରକାରଙ୍କ ଦୁଇଗୁଣା ଆର୍ଥିକ ସହାୟତା ରହିଛି। ଏହା ୩,୪୬୫ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଏବଂ ଉଚ୍ଚ ବିଦ୍ୟାଳୟର ଭିତ୍ତିଭୂମି ବିକାଶରେ ବିନିଯୋଗ ହେବ। ଏଥିସହ ହାଇସ୍କୁଲ୍‌ ରୂପାନ୍ତରଣ କାର୍ଯ୍ୟକ୍ରମ ଅଧୀନରେ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ରୂପାନ୍ତରିତ ହୋଇଥିବା ବିଦ୍ୟାଳୟଗୁଡ଼ିକରେ ଉପଲବ୍ଧ ଭିତ୍ତିଭୂମିର ଉପଯୁକ୍ତ ବ୍ୟବହାର ନିମନ୍ତେ ୯୦ ଦିନିଆ ‘ଇନ୍‌ଫ୍ରାଷ୍ଟ୍ରକ୍ଚର୍‌ ଷ୍ଟାବିଲାଇଜେଶନ ପ୍ରୋଗ୍ରାମ’ ଆରମ୍ଭ ହୋଇଛି। ଉପଲବ୍ଧ ହୋଇଥିବା ଅତ୍ୟାଧୁନିକ ସୁବିଧାସୁଯୋଗ ଯେପରି ଛାତ୍ରୀଛାତ୍ରଙ୍କ ବୌଦ୍ଧିକ ବିକାଶରେ ସହାୟକ ହୋଇପାରିବ, ସେ ନେଇ ନଭେମ୍ବର ୧୦ ସୁଦ୍ଧା ରିପୋର୍ଟ ଦେବାକୁ ସ୍କୁଲ୍‌ଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି ୩ୟ ପର୍ଯ୍ୟାୟ ହାଇସ୍କୁଲ୍‌ ରୂପାନ୍ତରଣ କାର୍ଯ୍ୟକ୍ରମ ଆରମ୍ଭ ହେବା ପୂର୍ବରୁ ସ୍କୁଲ୍‌ଗୁଡ଼ିକରେ ବେସ୍‌ଲାଇନ୍‌ ସର୍ଭେ କରାଯିବ ଓ ପ୍ରଧାନଶିକ୍ଷକଙ୍କ ସହ ଭର୍ଚୁଆଲ୍‌ ବୈଠକର ଆୟୋଜନ କରାଯିବ। ଅନ୍ୟପକ୍ଷରେ ଚଳିତବର୍ଷଠାରୁ ସର୍ଭିସ୍‌ ଭଲ୍ୟୁଣ୍ଟିୟରିଂକୁ ସର୍ବାଧିକ ପ୍ରୋତ୍ସାହନ ଦେବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ସେବା ପ୍ରଦାନ ମାଧ୍ୟମରେ ‘ମୋ ସ୍କୁଲ୍‌’ ସହ ଯେପରି ଅଧିକରୁ ଅଧିକ ପୁରାତନ ଛାତ୍ରୀଛାତ୍ର ଯୋଡ଼ି ହୋଇପାରିବେ ତାହା ଉପରେ ଗୁରୁତ୍ୱ ଦିଆଯିବ। ନିଜର ଦକ୍ଷତା, ଜ୍ଞାନକୌଶଳ ଓ ଅଭିଜ୍ଞତା ଅନୁଯାୟୀ ସେମାନେ ଭବିଷ୍ୟତ ପିଢ଼ିଙ୍କୁ ମାର୍ଗଦର୍ଶନ କରିବେ। ‘ମୋ ସ୍କୁଲ୍‌’ ତତ୍ତ୍ବାବଧାନରେ ପ୍ରତି ଜିଲାର ଜିଲାପାଳ ଏବଂ ‘ମୋ ସ୍କୁଲ୍‌’ ଜିଲାସ୍ତରୀୟ କମିଟି ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ସେହିଭଳି ୫ବର୍ଷ ପୂର୍ତ୍ତି ଅବସରରେ ଚଳିତବର୍ଷ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ରେ ‘ମୋ ସ୍କୁଲ୍‌’ ଅଂଶଗ୍ରହଣ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରିବ। ‘ମିଟ୍‌ ଦି ପର୍ସନାଲିଟି’ କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରୀଛାତ୍ରଙ୍କୁ ଓଡ଼ିଶାର ପ୍ରତିଷ୍ଠିତ ବ୍ୟକ୍ତିବିଶେଷଙ୍କ ସହ ଭାବର ଆଦାନପ୍ରଦାନ କରିବାକୁ ସୁଯୋଗ ଦିଆଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri