ନ୍ୟୁ ରାଜସ୍ଥାନ କଟନ୍‌ଫାବ-୨୦୨୪ ଉଦ୍‌ଘାଟିତ

ଭୁବନେଶ୍ୱର,୧୭।୬ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ହରିୟାଣାର କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ଭୁବନେଶ୍ୱରର ୟୁନିଟ-୩ ପ୍ରଦର୍ଶନୀ ପଡିଆଠାରେ ଆୟୋଜିତ ‘ନ୍ୟୁ ରାଜସ୍ଥାନ କଟନ୍‌ଫାବ-୨୦୨୪ ପ୍ରଦର୍ଶନୀ’ ନିକଟରେ ଉଦଘାଟିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଜୁନ ୧ରୁ ଆରମ୍ଭ ହୋଇଥିବା ଏହି ପ୍ରଦଶର୍ନୀ ଚଳିତ ବର୍ଷ ଅଗଷ୍ଟ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆୟୋଜକଙ୍କ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।

ସେହିଭଳି ପ୍ରଦର୍ଶନୀର କାରବାର ବେଶ୍‌ ଉତ୍ସାହଜନକ ରହିଥିବାରୁ ବ୍ୟବସାୟୀ ଓ ବୁଣାକାର ସମିତିଗୁଡିକ ପକ୍ଷରୁ ମଧ୍ୟ ଭଳିକି ଭଳି ପୋଷାକ ଓ ବିଭିନ୍ନ ରାଜ୍ୟର ଲୋକପ୍ରିୟ ତଥା ପ୍ରସିଦ୍ଧ ବସ୍ତ୍ରଗୁଡିକର ବ୍ୟାପକ ସମ୍ଭାର ଗ୍ରାହକଙ୍କୁ ଯୋଗାଇ ଦିଆଯାଉଛି ବୋଲି ଆୟୋଜକ ଓ ବ୍ୟବସାୟୀମାନେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ଅପରପକ୍ଷରେ ସନ୍ଧ୍ୟା ହେଲେ ସହରବାସୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡିଆଠାରେ ଆୟୋଜିତ ‘ନ୍ୟୁ ରାଜସ୍ଥାନ କଟନଫାବ-୨୦୨୪ ପ୍ରଦର୍ଶନୀ’ରେ ଭିଡ ଜମାଉଛନ୍ତି।

ଉଲ୍ଲେଖଯୋଗ୍ୟ, ହରିୟାଣାର କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ଆୟୋଜିତ ‘ହ୍ୟାଣ୍ଡଲୁମ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ’ରେ ଓଡ଼ିଶାର ବୟନିକା ସମେତ ପଞ୍ଜାବ, ହରିୟାଣା, ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ, ରାଜସ୍ଥାନ, ଗୁଜରାଟ, ମଧ୍ୟପ୍ରଦେଶ, ବିହାର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କର୍ନାଟକ, ତେଲଙ୍ଗାନା, ଆସାମ, ପୁଡୁଚେରୀ ଏବଂ ଜମ୍ମୁ ଆଣ୍ଡ କଶ୍ମୀର ଭଳି ରାଜ୍ୟର ହ୍ୟାଣ୍ଡଲୁମ ଆଣ୍ଡ ହାଣ୍ଡିକ୍ରାଫ ବ୍ୟବସାୟୀମାନେ ମୋଟ ୬୦ଟି ଷ୍ଟଲ ଜରିଆରେ ସେମାନଙ୍କର ଉତ୍ପାଦ ପ୍ରଦର୍ଶନ ଓ ବିକ୍ରି କରୁଥିବା କାମଧେନୁ ଖଦି ଉଲ ପାନିପଥର ସମ୍ପାଦକ ରାଜେନ୍ଦ୍ର ଚୌଧୁରୀ ବିସ୍ତୃତ ଭାବେ ସୂଚନା ଦେଇଛନ୍ତି।

ସେହିପରି ଭୁବନେଶ୍ୱରର ୟୁନିଟ-୩ ପ୍ରଦର୍ଶନୀ ପଡିଆଠାରେ ଜାରି ରହିଥିବା ନ୍ୟୁ ରାଜସ୍ଥାନ କଟନଫାବ-୨୦୨୪ ପ୍ରଦର୍ଶନୀ ପ୍ରତ୍ୟହ ଦିବା ୧୧ ଘଟିକାରୁ ରାତ୍ର ୯ଘଟିକା ପର୍ଯ୍ୟନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri