୪୫ ଦିନରେ ନ୍ୟୁ ରାଜସ୍ଥାନ କଟନ୍‌ ଫାବ୍‌

ଭୁବନେଶ୍ୱର,୧୫ା୭: ସନ୍ଧ୍ୟା ହେଲେ ସ୍ମାର୍ଟସିଟିବାସୀ ଭୁବନେଶ୍ୱରର ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ ‘ନ୍ୟୁ ରାଜସ୍ଥାନ କଟନ୍‌ ଫାବ୍‌-୨୦୨୪ ପ୍ରଦର୍ଶନୀ(ମେଳା)’ରେ ଭିଡ଼ ଜମାଉଛନ୍ତି। ଏପରିକି ଏହି ମେଳା ୪୫ ଦିନରେ ପହଞ୍ଚତ୍ଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଜୁନ୍‌ ୧ରୁ ଆରମ୍ଭ ହୋଇଥିବା ଏହି ମେଳା ଚଳିତ ବର୍ଷ ଅଗଷ୍ଟ ୨ୟ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ବୋଲି ଆୟୋଜକଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ଏପରିକି ପ୍ରଦଶର୍ନୀର କାରବାର ବେଶ୍‌ ଉତ୍ସାହଜନକ ରହିଥିବାରୁ ଆୟୋଜକଙ୍କ ପକ୍ଷରୁ ମେଳାର ଅବଧିକୁ ୨୦୨୪ ଅଗଷ୍ଟ ୬ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ସେହିଭଳି ଉଭୟ ବ୍ୟବସାୟୀ ଓ ବୁଣାକାର ସମିତିଗୁଡିକ ପକ୍ଷରୁ ମଧ୍ୟ ଭଳିକି ଭଳି ପୋଷାକ ଓ ବିଭିନ୍ନ ରାଜ୍ୟର ଲୋକପ୍ରିୟ ତଥା ପ୍ରସିଦ୍ଧ ବସ୍ତ୍ରଗୁଡିକର ବ୍ୟାପକ ସମ୍ଭାର ଗ୍ରାହକମାନଙ୍କୁ ଯୋଗାଇ ଦିଆଯାଉଛି ବୋଲି ଆୟୋଜକ ଓ ବ୍ୟବସାୟୀମାନେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।

ଅପରପକ୍ଷରେ ସୁଲଭ ମୂଲ୍ୟରେ ମନପସନ୍ଦର ପୋଷାକ ଆଦି ସାଙ୍ଗକୁ ଘର ସାଜସଜ୍ଜା ପାଇଁ ପାଇଁ ବିଭିନ୍ନ ବର୍ଗର ସାମଗ୍ରୀ ମେଳାରେ ମିଳୁଥିଲାବେଳେ ଗୁଣାତ୍ମକ ହ୍ୟାଣ୍ଡଲୁମ ପୋଷାକ ଓ ବୟନିକା ଷ୍ଟଲ ପକ୍ଷରୁ ମଧ୍ୟ ଆକର୍ଷଣୀୟ ୧୦+୨୦%ର ରିହାତି ଗ୍ରାହକମାନଙ୍କୁ ଯୋଗାଇ ଦିଆଯାଉଛି।

ଉଲ୍ଲେଖଯୋଗ୍ୟ, ହରିୟାଣାର କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ଆୟୋଜିତ ‘ନ୍ୟୁ ରାଜସ୍ଥାନ କଟନ୍‌ ଫାବ୍‌-୨୦୨୪ ପ୍ରଦର୍ଶନୀ(ମେଳା)’ରେ ଓଡ଼ିଶାର ବୟନିକା ସମେତ ପଞ୍ଜାବ, ହରିୟାଣା, ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ, ରାଜସ୍ଥାନ, ଗୁଜରାଟ, ମଧ୍ୟପ୍ରଦେଶ, ବିହାର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କର୍ନାଟକ, ତେଲଙ୍ଗାନା, ଆସାମ, ପୁଡୁଚେରୀ ଏବଂ ଜମ୍ମୁକାଶ୍ମୀର ଭଳି ରାଜ୍ୟର ହ୍ୟାଣ୍ଡଲୁମ ଆଣ୍ଡ ହାଣ୍ଡିକ୍ରାଫ ବ୍ୟବସାୟୀମାନେ ମୋଟ ୬୦ଟି ଷ୍ଟଲ ଜରିଆରେ ସେମାନଙ୍କର ଉତ୍ପାଦ ପ୍ରଦର୍ଶନ ଓ ବିକ୍ରି କରୁଥିବା କାମଧେନୁ ଖଦି ଉଲ୍‌ ପାନିପଥର ସମ୍ପାଦକ ରାଜେନ୍ଦ୍ର ଚୌଧୁରୀ ବିସ୍ତୃତ ଭାବେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri