ନଭେମ୍ବର ପହିଲାରୁ ନୂଆ ରାସନ କାର୍ଡ, ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ଏମାନଙ୍କ କଟିଲା ନାଁ…

ଭୁବନେଶ୍ୱର,୩୦।୧୦: ନଭେମ୍ବରରୁ ନୂଆ ରାସନ କାର୍ଡ ପାଇବେ ହିତାଧିକାରୀ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଯଦି ଆପଣ ମଧ୍ୟ ରାସନ କାର୍ଡ ଧାରକ ତେବେ ଆପଣଙ୍କ ପାଇଁ ସାମ୍ନାକୁ ଆସିଛି ବଡ଼ ଖବର। ରାସନ କାର୍ଡରେ ହୋଇଥିବା ପରିବର୍ତ୍ତନ ବିଷୟରେ ଆପଙ୍କର ଜାଣିବା ଜରୁରୀ। ଏନେଇ ନଭେମ୍ବରରୁ ୧ରୁ ଲାଗୁ ହେବ ନୂଆ ନିୟମ।

୧୦ ଲକ୍ଷ ଆବେଦନକାରୀଙ୍କ ଆବେଦନ ଯାଞ୍ଚ କରି କାର୍ଡ ଦିଆଯିବ। ୧୦ରୁ ୧୫ ଦିନ ମଧ୍ୟରେ ଶେଷ ହେବ E-KYC। ଅଯୋଗ୍ୟଙ୍କୁ ଚିହ୍ନଟ ପାଇଁ ଚାଲିଛି E-KYC ପ୍ରକ୍ରିୟା। ରାଶନକାର୍ଡରୁ ବାଂଲାଦେଶୀ ଓ ରୋହିଙ୍ଗ୍ୟା ବାଦ ପଡ଼ିବେ। E-KYC ପରେ ନୂଆ ହିତାଧିକାରୀଙ୍କୁ ମିଳିବ କାର୍ଡ ବୋଲି ଯୋଗାଣ ମନ୍ତ୍ରୀ ସୂଚନା ଦେଇଛନ୍ତି।

ଭାରତରେ ଅନେକ ଲୋକ ଦାରିଦ୍ର ସୀମାରେଖା ତଳେ ବାସ କରୁଛନ୍ତି। ଏହିପରି ଅନେକ ଲୋକଙ୍କର ଦୁଇଅଳି ଖାଇବା ମଧ୍ୟ ଟଙ୍କା ନାହିଁ। ଏଭଳି ପରିସ୍ଥିତିରେ ଭାରତ ସରକାର ଏଭଳି ଲୋକଙ୍କୁ କମ ମୂଲ୍ୟରେ ରାଶନ ଯୋଗାଊଛନ୍ତି। ଏଥିପାଇଁ ସରକାର ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନୁଯାୟୀ ଏହି ଲୋକଙ୍କୁ ରାଶନ କାର୍ଡ ମଧ୍ୟ ପ୍ରଦାନ କରୁଛନ୍ତି। ରାଶନ କାର୍ଡ ସାହାଯ୍ୟରେ ନିକଟସ୍ଥ ସରକାରୀ ରାଶନ ଦୋକାନଗୁଡ଼ିକରେ କମ ମୂଲ୍ୟରେ ରାଶନ ମିଳିପାରିବ। କିଛି ମାସ ପୂର୍ବରୁ, ରାଶନ କାର୍ଡଧାରୀଙ୍କ ପାଇଁ E-KYC କରିବା ପାଇଁ ସରକାର ନିର୍ଦ୍ଦେଶନାମା ଜାରି କରିଥିଲେ। ଯେଉଁଥିରେ ସମସ୍ତ ରାଶନ କାର୍ଡଧାରୀଙ୍କ ପାଇଁ E-KYC କରିବା ବାଧ୍ୟତାମୂଳକ କରାଯାଇଥିଲା। ଯଦି ଆପଣ ଏ ପର୍ଯ୍ୟନ୍ତ ଆପଣଙ୍କର E-KYC କରିନାହାଁନ୍ତି। ତେବେ ଆପଣ ନିଜ ଅଞ୍ଚଳର ଯେକୌଣସି ନିକଟତମ ସରକାରୀ ରାଶନ ବଣ୍ଟନ ଦୋକାନକୁ ଯାଇ PoS ମେଶିନ ମାଧ୍ୟମରେ E- KYC କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri