୨୪ରୁ ଦିଆଯିବ ନୂଆ ରାଶନ କାର୍ଡ: ଏଯାବତ୍‌ E-KYC କରିନାହାନ୍ତି…

ଭୁବନେଶ୍ୱର,୨୨।୪ ଆସନ୍ତା ୨୪ ତାରିଖରେ ବଣ୍ଟାଯିବ ନୂଆ ରାଶନ କାର୍ଡ। ପ୍ରଥମ ପର୍ଯ୍ୟାୟ ରାଶନ କାର୍ଡ ପୁରୀରେ ବଣ୍ଟନ କରାଯିବ । ପୁରୀଠାରେ ପଞ୍ଚାୟତିରାଜ ଦିବସ ପାଳନ ବେଳେ ଏହି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଏବଂ ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଯୋଗ ଦେଇ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାଶନ କାର୍ଡ ପ୍ରଦାନ କରିବେ । ରାଜ୍ୟରେ ୫ ଲକ୍ଷ ୯୦ ହଜାର ହିତାଧିକାରୀ ନୂତନ ରାସନ କାର୍ଡ ପାଇବେ । ଏନେଇ ମଙ୍ଗଳବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।

ସୂଚନା ଯୋଗ୍ୟ, ଏଯାବତ୍‌ ପ୍ରାୟ ୨୫ ଲକ୍ଷ ଲୋକ E-KYC କରିନାହାନ୍ତି। ଅଫିସରମାନେ ଫିଲ୍ଡକୁ ଯାଇ ଏହାର ଅନୁଧ୍ୟାନ କରିବେ । ୨୪ ତାରିଖରୁ ହିତାଧିକାରୀଙ୍କୁ ରାଶନ କାର୍ଡ ବଣ୍ଟନ ଆରମ୍ଭ ହେବ । ପୁରୀରେ ପଞ୍ଚାୟତିରାଜ ଦିବସ ପାଳନ ବେଳେ ମୁଖ୍ୟମନ୍ତ୍ରୀ ପ୍ରଥମ ପର୍ଯ୍ୟାୟରେ ହିତାଧିକାରୀଙ୍କୁ କାର୍ଡ ପ୍ରଦାନ କରିବେ ।ପରେ ପର୍ଯ୍ୟାୟକ୍ରମେ ସମସ୍ତ ୫ ଲକ୍ଷ ୯୦ ହଜାର ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ବଣ୍ଟନ କରାଯିବ
ବୋଲି ସେ କହିଛନ୍ତି।

ନିକଟରେ ରାଜ୍ୟ ସରକାର ଏପ୍ରିଲ ୨୨ ତାରିଖ ସୁଦ୍ଧା ନୂଆ ରାଶନ କାର୍ଡ ପ୍ରିଣ୍ଟ ସହିତ ଲାମିନେଶନ କରି ସମ୍ପୂର୍ଣ୍ଣ ପ୍ରସ୍ତୁତ କରିବାକୁ ସବୁ ଜଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । ହିତାଧିକାରୀମାନେ ଲାମିନେଶନ ସହ ରଙ୍ଗିନ ରାସନ କାର୍ଡ ପାଇବେ ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?